< Psalmorum 5 >

1 in finem pro ea quae hereditatem consequitur psalmus David verba mea auribus percipe Domine intellege clamorem meum
ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।
2 intende voci orationis meae rex meus et Deus meus
ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।
3 quoniam ad te orabo Domine mane exaudies vocem meam
ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।
4 mane adstabo tibi et videbo quoniam non deus volens iniquitatem tu es
କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।
5 neque habitabit iuxta te malignus neque permanebunt iniusti ante oculos tuos
ଅହଙ୍କାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।
6 odisti omnes qui operantur iniquitatem perdes omnes qui loquuntur mendacium virum sanguinum et dolosum abominabitur Dominus
ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।
7 ego autem in multitudine misericordiae tuae introibo in domum tuam adorabo ad templum sanctum tuum in timore tuo
ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।
8 Domine deduc me in iustitia tua propter inimicos meos dirige in conspectu meo viam tuam
ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର।
9 quoniam non est in ore eorum veritas cor eorum vanum est
କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।
10 sepulchrum patens est guttur eorum linguis suis dolose agebant iudica illos Deus decidant a cogitationibus suis secundum multitudinem impietatum eorum expelle eos quoniam inritaverunt te Domine
ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।
11 et laetentur omnes qui sperant in te in aeternum exultabunt et habitabis in eis et gloriabuntur in te omnes qui diligunt nomen tuum
ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ।
12 quoniam tu benedices iusto Domine ut scuto bonae voluntatis coronasti nos
ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।

< Psalmorum 5 >