< Psalmorum 92 >
1 psalmus cantici in die sabbati bonum est confiteri Domino et psallere nomini tuo Altissime
ଗୀତ: ବିଶ୍ରାମବାର ନିମିତ୍ତକ ଗୀତ। ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
2 ad adnuntiandum mane misericordiam tuam et veritatem tuam per noctem
ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,
3 in decacordo psalterio cum cantico in cithara
ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ।
4 quia delectasti me Domine in factura tua et in operibus manuum tuarum exultabo
ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।
5 quam magnificata sunt opera tua Domine nimis profundae factae sunt cogitationes tuae
ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।
6 vir insipiens non cognoscet et stultus non intelleget haec
ଜ୍ଞାନହୀନ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
7 cum exorti fuerint peccatores sicut faenum et apparuerint omnes qui operantur iniquitatem ut intereant in saeculum saeculi
ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।
8 tu autem Altissimus in aeternum Domine
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ।
9 quoniam ecce inimici tui Domine; quoniam ecce inimici tui peribunt et dispergentur omnes qui operantur iniquitatem
କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ।
10 et exaltabitur sicut unicornis cornu meum et senectus mea in misericordia uberi
ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।
11 et despexit oculus meus inimicis meis et insurgentibus in me malignantibus audiet auris mea
ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।
12 iustus ut palma florebit ut cedrus Libani multiplicabitur
ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।
13 plantati in domo Domini in atriis Dei nostri florebunt
ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
14 adhuc multiplicabuntur in senecta uberi et bene patientes erunt
ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
15 ut adnuntient quoniam rectus Dominus Deus noster et non est iniquitas in eo
ତଦ୍ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।