< Romanos 3 >

1 quid ergo amplius est Iudaeo aut quae utilitas circumcisionis
ତେବେ ଯିହୁଦୀ ଲୋକର ବିଶେଷ କଅଣ? ସୁନ୍ନତର ବା ଉପକାର କଅଣ? ସବୁ ପ୍ରକାରେ ବହୁତ।
2 multum per omnem modum primum quidem quia credita sunt illis eloquia Dei
ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।
3 quid enim si quidam illorum non crediderunt numquid incredulitas illorum fidem Dei evacuabit absit
ତେବେ କଅଣ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ଵସ୍ତତା କଅଣ ଈଶ୍ବରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ?
4 est autem Deus verax omnis autem homo mendax sicut scriptum est ut iustificeris in sermonibus tuis et vincas cum iudicaris
ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।”
5 si autem iniquitas nostra iustitiam Dei commendat quid dicemus numquid iniquus Deus qui infert iram secundum hominem dico
କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ବରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କଅଣ କହିବା? ଯେଉଁ ଈଶ୍ବର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟର ବିଚାର ଅନୁସାରେ କହୁଅଛି।
6 absit alioquin quomodo iudicabit Deus mundum
ତାହା କେବେ ହେଁ ନ ହେଉ, କାରଣ ତାହାହେଲେ ଈଶ୍ବର କିପରି ଜଗତର ବିଚାର କରିବେ?
7 si enim veritas Dei in meo mendacio abundavit in gloriam ipsius quid adhuc et ego tamquam peccator iudicor
କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ବରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି?
8 et non sicut blasphemamur et sicut aiunt nos quidam dicere faciamus mala ut veniant bona quorum damnatio iusta est
ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ।
9 quid igitur praecellimus eos nequaquam causati enim sumus Iudaeos et Graecos omnes sub peccato esse
ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
10 sicut scriptum est quia non est iustus quisquam
ଯେପରି ଲେଖାଅଛି, “ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,
11 non est intellegens non est requirens Deum
ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ବରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ;
12 omnes declinaverunt simul inutiles facti sunt non est qui faciat bonum non est usque ad unum
ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ।
13 sepulchrum patens est guttur eorum linguis suis dolose agebant venenum aspidum sub labiis eorum
ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,
14 quorum os maledictione et amaritudine plenum est
ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣ;
15 veloces pedes eorum ad effundendum sanguinem
ସେମାନଙ୍କ ପାଦ ରକ୍ତପାତ କରିବାକୁ ଦ୍ରୁତଗାମୀ,
16 contritio et infelicitas in viis eorum
ସେମାନଙ୍କ ପଥରେ ବିନାଶ ଓ କ୍ଳେଶ,
17 et viam pacis non cognoverunt
ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ।
18 non est timor Dei ante oculos eorum
ଈଶ୍ବରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ।”
19 scimus autem quoniam quaecumque lex loquitur his qui in lege sunt loquitur ut omne os obstruatur et subditus fiat omnis mundus Deo
ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
20 quia ex operibus legis non iustificabitur omnis caro coram illo per legem enim cognitio peccati
କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।
21 nunc autem sine lege iustitia Dei manifestata est testificata a lege et prophetis
କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ବରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି,
22 iustitia autem Dei per fidem Iesu Christi super omnes qui credunt non enim est distinctio
ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,
23 omnes enim peccaverunt et egent gloriam Dei
ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,
24 iustificati gratis per gratiam ipsius per redemptionem quae est in Christo Iesu
ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
25 quem proposuit Deus propitiationem per fidem in sanguine ipsius ad ostensionem iustitiae suae propter remissionem praecedentium delictorum
ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,
26 in sustentatione Dei ad ostensionem iustitiae eius in hoc tempore ut sit ipse iustus et iustificans eum qui ex fide est Iesu
ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।
27 ubi est ergo gloriatio exclusa est per quam legem factorum non sed per legem fidei
ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା। କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା? କଅଣ କ୍ରିୟାକର୍ମର ବ୍ୟବସ୍ଥା ଦ୍ୱାରା? ନା, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା।
28 arbitramur enim iustificari hominem per fidem sine operibus legis
ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।
29 an Iudaeorum Deus tantum nonne et gentium immo et gentium
କିମ୍ବା ଈଶ୍ବର କି କେବଳ ଯିହୁଦୀମାନଙ୍କର ଈଶ୍ବର? ସେ କି ଅଣଯିହୁଦୀମାନଙ୍କର ମଧ୍ୟ ଈଶ୍ବର ନୁହଁନ୍ତି? ହଁ, ଅଣଯିହୁଦୀମାନଙ୍କର ମଧ୍ୟ।
30 quoniam quidem unus Deus qui iustificabit circumcisionem ex fide et praeputium per fidem
କାରଣ ଈଶ୍ବର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ।
31 legem ergo destruimus per fidem absit sed legem statuimus
ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।

< Romanos 3 >