< Canticum Canticorum 5 >
1 veni in hortum meum soror mea sponsa messui murram meam cum aromatibus meis comedi favum cum melle meo bibi vinum meum cum lacte meo comedite amici bibite et inebriamini carissimi
ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
2 ego dormio et cor meum vigilat vox dilecti mei pulsantis aperi mihi soror mea amica mea columba mea inmaculata mea quia caput meum plenum est rore et cincinni mei guttis noctium
ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”
3 expoliavi me tunica mea quomodo induar illa lavi pedes meos quomodo inquinabo illos
ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି?
4 dilectus meus misit manum suam per foramen et venter meus intremuit ad tactum eius
ମୋʼ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।
5 surrexi ut aperirem dilecto meo manus meae stillaverunt murra digiti mei pleni murra probatissima
ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋʼ ହସ୍ତରୁ ଗନ୍ଧରସ, ମୋʼ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।
6 pessulum ostii aperui dilecto meo at ille declinaverat atque transierat anima mea liquefacta est ut locutus est quaesivi et non inveni illum vocavi et non respondit mihi
ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।
7 invenerunt me custodes qui circumeunt civitatem percusserunt me vulneraverunt me tulerunt pallium meum mihi custodes murorum
ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋʼ ଠାରୁ ମୋହର ଆଚ୍ଛାଦନ ବସ୍ତ୍ର କାଢ଼ି ନେଇଗଲେ।
8 adiuro vos filiae Hierusalem si inveneritis dilectum meum ut nuntietis ei quia amore langueo
ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।
9 qualis est dilectus tuus ex dilecto o pulcherrima mulierum qualis est dilectus tuus ex dilecto quia sic adiurasti nos
ହେ ନାରୀଗଣ ମଧ୍ୟରେ ପରମାସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ?
10 dilectus meus candidus et rubicundus electus ex milibus
ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ।
11 caput eius aurum optimum comae eius sicut elatae palmarum nigrae quasi corvus
ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।
12 oculi eius sicut columbae super rivulos aquarum quae lacte sunt lotae et resident iuxta fluenta plenissima
ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥାସ୍ଥାନରେ ସ୍ଥାପିତ।
13 genae illius sicut areolae aromatum consitae a pigmentariis labia eius lilia distillantia murram primam
ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।
14 manus illius tornatiles aureae plenae hyacinthis venter eius eburneus distinctus sapphyris
ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।
15 crura illius columnae marmoreae quae fundatae sunt super bases aureas species eius ut Libani electus ut cedri
ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।
16 guttur illius suavissimum et totus desiderabilis talis est dilectus meus et iste est amicus meus filiae Hierusalem
ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।