< Otra Laiku 26 >

1 Tad visi Jūda ļaudis ņēma Uziju - tas bija sešpadsmit gadus vecs, - un to cēla par ķēniņu viņa tēva Amacījas vietā.
ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍‍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ।
2 Tas uztaisīja Elatu un to atkal atdabūja pie Jūda, pēc tam, kad ķēniņš bija aizmidzis pie saviem tēviem.
ରାଜାଙ୍କ ମୃତ୍ୟୁ ପରେ ଉଷୀୟ ଏଲତ୍‍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
3 Sešpadsmit gadus Uzija bija vecs, kad palika par ķēniņu, un valdīja Jeruzālemē piecdesmit divus gadus, un viņa mātei bija vārds Jekalija no Jeruzālemes.
ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
4 Un viņš darīja, kas Tam Kungam labi patika, tā kā viņa tēvs Amacīja bija darījis.
ପୁଣି, ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
5 Jo viņš meklēja Dievu, kamēr Zaharija dzīvoja, kas bija Dieva parādīšanu tulkotājs; kamēr tas nu To Kungu meklēja, Dievs tam lika labi izdoties.
ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।
6 Un viņš izgāja un karoja pret Fīlistiem un nolauzīja Gatas mūri un Jabnes mūri un Ašdodas mūri un uztaisīja pilsētas Ašdodas valstī un Fīlistu zemē.
ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍‍-ନଗରର ପ୍ରାଚୀର ଓ ଯବ୍‍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ
7 Un Dievs tam palīdzēja pret Fīlistiem un pret Arābiem, kas GurBaālā dzīvoja, un pret Meūniešiem.
ଆହୁରି, ପରମେଶ୍ୱର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍‍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ।
8 Un Amonieši Uzijam deva dāvanas, un viņa slava izpaudās līdz Ēģiptes robežām, jo viņš palika jo dienas jo varens.
ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ।
9 Un Uzija taisīja torņus Jeruzālemē pie stūra vārtiem un ielejas vārtiem un pie citiem stūriem, un tos apstiprināja.
ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ।
10 Viņš uztaisīja arī torņus tuksnesī un izraka daudz akas, jo viņam bija daudz lopu un ielejā un klajumā arāji un pa kalniem un auglīgiem tīrumiem vīna dārznieki, jo viņš mīļoja zemes darbu.
ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍‍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।
11 Un Uzijam bija mācīts karaspēks, kas karā gāja pa pulkiem, skaitīti caur rakstu vedēju Jeīelu un uzraugu Maāseju, apakš Ananijas, ķēniņa lielkunga, rokas.
ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍‍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ।
12 Visi kara spēka tēvu namu virsnieku skaits bija divi tūkstoši un sešsimt.
ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକଙ୍କର ସମୁଦାୟ ସଂଖ୍ୟା ଦୁଇ ହଜାର ଛଅ ଶହ ଥିଲା।
13 Un apakš viņu rokas bija tas karaspēks, trīssimt septiņtūkstoš piecsimt pilnā spēkā uz karu mācīti, ķēniņam palīdzēt pret ienaidniekiem.
ପୁଣି, ସେମାନଙ୍କ ହସ୍ତାଧୀନରେ ତିନି ଲକ୍ଷ ସାତ ହଜାର ପାଞ୍ଚ ଶହ ଶିକ୍ଷିତ ସୈନ୍ୟ ଥିଲେ, ଏମାନେ ଶତ୍ରୁ ବିରୁଦ୍ଧରେ ରାଜାଙ୍କର ସାହାଯ୍ୟ ନିମନ୍ତେ ଅତି ପରାକ୍ରମରେ ଯୁଦ୍ଧ କଲେ।
14 Un Uzija visam kara spēkam lika taisīt priekšturamās bruņas un šķēpus un bruņu cepures un krūšu bruņas un stopus un lingu akmeņus.
ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ।
15 Viņš taisīja arīdzan Jeruzālemē lielus kara rīkus, gudru strādnieku darbu, uz torņiem un stūriem, šaut ar bultām un lieliem akmeņiem. Tā viņa slava izpaudās it tālu, jo viņam tapa brīnišķi palīdzēts, kamēr viņš palika varens.
ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ।
16 Bet kad viņš bija palicis varens, tad viņa sirds pacēlās noziegties, un viņš apgrēkojās pret To Kungu, savu Dievu, jo viņš gāja Tā Kunga namā, kvēpināt uz kvēpināmā altāra.
ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
17 Bet priesteris Azarija tam gāja pakaļ, un līdz ar viņu Tā Kunga astoņdesmit priesteri, krietni vīri.
ତହିଁରେ ଅସରୀୟ ଯାଜକ ଓ ତାହା ସଙ୍ଗେ ସଦାପ୍ରଭୁଙ୍କର ଅଶୀ ଜଣ ପରାକ୍ରାନ୍ତ ଯାଜକ ତାଙ୍କର ପଛେ ପଛେ ଗଲେ;
18 Un tie turējās ķēniņam Uzijam pretī un uz to sacīja: tas tev nepiekrīt, Uzija, Tam Kungam kvēpināt, bet priesteriem, Ārona dēliem, kas ir svētīti kvēpināt. Izej no svētās vietas, jo tu esi apgrēkojies, un tas tev nav par godu pie Dieva, Tā Kunga.
ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”
19 Tad Uzija apskaitās un tas kvēpināmais trauks bija viņa rokā, ko kvēpināt. Kad nu viņš par tiem priesteriem apskaitās, tad spitālība izsitās viņa pierē to priesteru priekšā Tā Kunga namā priekš tā kvēpināmā altāra.
ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା।
20 Un augstais priesteris Azarija to uzlūkoja ar visiem priesteriem un redzi, tas bija spitālīgs pierē, un tie viņu steigšus izraidija no turienes. Viņš pats arī steidzās iziet, jo Tas Kungs viņu bija sitis.
ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ିଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ।
21 Tā ķēniņš Uzija bija spitālīgs līdz savas miršanas dienai, un spitālīgs būdams viņš dzīvoja atšķirtā namā, jo viņš bija izslēgts no Tā Kunga nama. Un viņa dēls Jotams bija pār ķēniņa namu un tiesāja tās zemes ļaudis.
ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
22 Un kas vēl par Uziju stāstāms, ir tās pirmās, ir tās pēdējās dienas, to pravietis Jesaja, Amoca dēls, uzrakstījis.
ଏହି ଉଷୀୟଙ୍କର ଆଦ୍ୟନ୍ତ ଅବଶିଷ୍ଟ ବୃତ୍ତାନ୍ତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଲେଖିଲେ।
23 Un Uzija aizmiga pie saviem tēviem, un to apraka pie viņa tēviem tai tīrumā, kur bija ķēniņu kapenes; jo tie sacīja: viņš ir spitālīgs. Un viņa dēls Jotams palika par ķēniņu viņa vietā.
ଏହିରୂପେ ଉଷୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କର ପିତୃଗଣ ସହିତ ରାଜାମାନଙ୍କ କବର କ୍ଷେତ୍ରରେ ତାଙ୍କୁ କବର ଦେଲେ; କାରଣ ସେମାନେ କହିଲେ, “ସେ କୁଷ୍ଠୀ;” ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।

< Otra Laiku 26 >