< Otra Laiku 35 >
1 Un Josija Tam Kungam noturēja Pasa svētkus Jeruzālemē, un tie nokāva to Pasa pirmā mēneša četrpadsmitā dienā.
ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ।
2 Un viņš iecēla priesterus, ikvienu savā vietā, un tos iedrošināja pie Tā Kunga nama kalpošanas.
ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ।
3 Un viņš sacīja uz tiem levitiem, kas visu Israēli mācīja, kas bija svētīti Tam Kungam: noliekat to svēto šķirstu tai namā, ko Salamans, Dāvida dēls, Israēla ķēniņš, ir uzcēlis; tas jums vairs nav jānes uz kamiešiem. Tad nu kalpojiet Tam Kungam, savam Dievam, un Viņa Israēla ļaudīm,
ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, “ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର।
4 Un esat gatavi pēc savu tēvu namiem, pēc savām kārtām, kā Dāvids, Israēla ķēniņš, to uzrakstījis, un kā Salamans, viņa dēls, arī uzrakstījis.
ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର।
5 Un stāviet svētā vietā pēc tēvu namu kārtām par saviem brāļiem, tiem ļaužu bērniem, un pēc levitu tēvu namu kārtām,
ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହେଉ।
6 Un kaujiet to Pasa un svētījaties un sataisiet to saviem brāļiem, darīdami pēc Tā Kunga vārda caur Mozu.
ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ।”
7 Un Josija deva tiem ļaudīm no sīkiem lopiem jērus un kazlēnus, tos visus par Pasa upuriem, visiem, kas tur atradās, trīsdesmit tūkstošus, un trīs tūkstošus vēršus; tas bija no ķēniņa mantas.
ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।
8 Arī viņa lielkungi deva labprātības upurus tiem ļaudīm, priesteriem un levitiem: Hilķija un Zaharija un Jeīels, Dieva nama virsnieki, deva priesteriem uz Pasa svētkiem divtūkstoš sešsimt jērus un trīssimt vēršus.
ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍କୀୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।
9 Un Kananija un Šemaja un Netaneēls, viņa brāļi, Hašabija un Jeīels un Jozabads, levitu virsnieki, deva levitiem uz Pasa svētkiem piectūkstoš jērus un piecsimt vēršus.
ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍ ଓ ଯୋଷାବଦ୍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ।
10 Tā Dieva kalpošana tapa ierīkota, un priesteri stāvēja savā vietā un leviti pēc savām kārtām, pēc ķēniņa pavēles.
ଏହିରୂପେ କର୍ମର ଆୟୋଜନ ହୁଅନ୍ତେ, ରାଜାଜ୍ଞାନୁସାରେ ଯାଜକମାନେ ଆପଣା ଆପଣା ସ୍ଥାନରେ ଓ ଲେବୀୟମାନେ ଆପଣା ଆପଣା ପାଳି ଅନୁସାରେ ଠିଆ ହେଲେ।
11 Un tie kāva to Pasa, un priesteri slacināja asinis no savām rokām, un leviti noplēsa ādas.
ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯାʼନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ।
12 Un tie atšķīra dedzināmos upurus, ka tos izdalītu ļaužu tēvu namu kārtām, Tam Kungam upurēt, kā Mozus grāmatā rakstīts. Tāpat arī darīja ar vēršiem.
ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।
13 Un tie cepa to Pasa pie uguns pēc likuma, bet svētos gabalus tie vārīja podos un katlos un pannās un steigšus to nesa visiem ļaudīm.
ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।
14 Pēc tam tie arī sev sataisīja un priesteriem. Jo priesteri, Ārona dēli, upurēja līdz pašai naktij dedzināmos upurus un taukus, tādēļ leviti sataisīja priekš sevis un priekš priesteriem, Ārona dēliem.
ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ-ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।
15 Un tie dziedātāji, Asafa dēli, stāvēja savās vietās, tā kā Dāvids un Asafs un Hemans un Jedutuns, ķēniņa redzētājs, pavēlējuši, arī vārtu sargi pie ikkatriem vārtiem. Un tiem nevajadzēja atkāpties no sava darba, bet viņu brāļi, tie leviti, to sataisīja priekš viņiem.
ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।
16 Tā visa Tā Kunga kalpošana tai dienā tapa izdarīta, Pasa svētki tika noturēti un tie dedzināmie upuri upurēti uz Tā Kunga altāra, kā ķēniņš Josija to bija pavēlējis.
ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।
17 Un Israēla bērni, kas tur atradās, turēja tai laikā Pasa svētkus un neraudzētās maizes svētkus septiņas dienas.
ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।
18 Tādi Pasa svētki iekš Israēla vēl nebija turēti no pravieša Samuēla laika, un neviens no Israēla ķēniņiem nebija turējis tādus Pasa svētkus, kā Josija turēja ar priesteriem un levitiem un ar visu Jūdu un Israēli, cik tur atradās, un ar Jeruzālemes iedzīvotājiem.
ପୁଣି, ଶାମୁୟେଲ ଭବିଷ୍ୟଦ୍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି।
19 Josijas valdīšanas astoņpadsmitā gadā šie Pasa svētki tapa turēti.
ଯୋଶୀୟଙ୍କର ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ପ୍ରତିପାଳିତ ହେଲା।
20 Pēc visa tā, kad Josija to namu bija uzkopis, tad Nekus, Ēģiptes ķēniņš, nāca karot pret Karķemisu pie Eifrat upes. Un Josija tam izgāja pretī.
ଏହିସବୁର ଉତ୍ତାରେ, ଅର୍ଥାତ୍, ଯୋଶୀୟ ମନ୍ଦିର ପ୍ରସ୍ତୁତ କରି ସାରିଲା ଉତ୍ତାରେ ମିସରର ରାଜା ନଖୋ ଫରାତ୍ ନଦୀ ନିକଟସ୍ଥ କର୍କମୀଶ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲା; ତହୁଁ ଯୋଶୀୟ ତାହା ବିରୁଦ୍ଧରେ ଗଲେ;
21 Bet viņš sūtīja vēstnešus pie tā un sacīja: kas man ar tevi, Jūda ķēniņ? Es šodien pret tevi neesmu nācis, bet pret kādu namu, kas karo pret mani, un Dievs ir sacījis, ka man būs steigties; nepretojies tu Dievam, kas ir ar mani, lai tas tevi nesamaitā.
ମାତ୍ର ସେ ତାଙ୍କ ନିକଟକୁ ଦୂତ ପଠାଇ କହିଲା, “ହେ ଯିହୁଦାର ରାଜନ୍, ତୁମ୍ଭ ସଙ୍ଗେ ମୋହର କʼଣ କରିବାର ଅଛି? ମୁଁ ଆଜି ତୁମ୍ଭ ବିରୁଦ୍ଧରେ ଆସି ନାହିଁ, ମାତ୍ର ଯେଉଁ ବଂଶ ସଙ୍ଗେ ମୋହର ଯୁଦ୍ଧ ଅଛି, ତାହା ବିରୁଦ୍ଧରେ ଆସିଅଛି; ଆଉ ପରମେଶ୍ୱର ଶୀଘ୍ର କରିବା ପାଇଁ ମୋତେ ଆଜ୍ଞା କରିଅଛନ୍ତି; ମୋହର ସହବର୍ତ୍ତୀ ପରମେଶ୍ୱର ଯେପରି ତୁମ୍ଭକୁ ବିନାଶ ନ କରନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କଠାରୁ ନିରସ୍ତ ହୁଅ;”
22 Bet Josija nenovērsās no tā, bet sataisījās ar viņu karot, un viņš neklausīja Nekus vārdiem no Dieva mutes un nāca, ar viņu kauties Meģidus ielejā.
ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ୱରଙ୍କ ମୁଖନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।
23 Bet strēlnieki šāva uz ķēniņu Josiju, un ķēniņš sacīja uz saviem kalpiem: vediet mani projām, jo es esmu ļoti ievainots.
ଏଥିଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, “ମୋତେ ନେଇଯାଅ, ମୁଁ ଅତ୍ୟନ୍ତ ଆହତ ହୋଇଅଛି।”
24 Tad viņa kalpi to nocēla no ratiem un noveda uz viņa otriem ratiem, un to noveda Jeruzālemē. Un tas nomira un tapa aprakts savu tēvu kapos, un visa Jūda valsts un Jeruzāleme žēlojās par Josiju.
ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ୱିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ। ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ।
25 Un Jeremija taisīja vienu raudu dziesmu par Josiju, un visi dziedātāji un dziedātājas runāja savās raudu dziesmās par Josiju līdz šai dienai, un to iestādīja par likumu iekš Israēla; un redzi, tās ir rakstītas raudu dziesmās.
ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।
26 Un kas vēl par Josiju stāstāms, un viņa dievbijība pēc Tā Kunga bauslības,
ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁଯାୟୀ ତାଙ୍କର ସୁକର୍ମ
27 Arī viņa pirmās un pēdējās lietas, redzi, tās rakstītas Israēla un Jūda ķēniņu grāmatā.
ଓ ତାଙ୍କର ଆଦ୍ୟନ୍ତ କ୍ରିୟାସକଳ, ଦେଖ, ଇସ୍ରାଏଲ ଓ ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲିଖିତ ଅଛି।