< Piektā Mozus 15 >

1 Septītā gada galā tev būs turēt atlaišanu.
ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ।
2 Šāda nu ir tā atlaišana, ka ikvienam aizdevējam būs atlaist, ko tas savam tuvākam aizdevis; tam nebūs spiest savu tuvāko nedz savu brāli, jo Tam Kungam atlaišana ir izsaukta.
ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି।
3 No svešinieka atprasi, bet kas tev pie tava brāļa, to lai tava roka atlaiž.
ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ।
4 Lai jel nav nabagu tavā starpā; jo Tas Kungs svētīdams tevi svētīs tai zemē, ko Viņš, Tas Kungs, tavs Dievs, tev dos iemantot par īpašumu,
ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;
5 Ja tu tikai Tā Kunga, sava Dieva, balsi klausīsi, turēdams visus šos baušļus, ko es tev šodien pavēlu.
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।
6 Jo Tas Kungs, tavs Dievs, tevi svētīs, tā kā Viņš tev runājis; tad tu aizdosi daudz tautām, bet tu neaizņemsies, un tu valdīsi pār daudz tautām, bet viņām pār tevi nebūs valdīt.
ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ।
7 Kad tavā starpā būs nabags, kāds no taviem brāļiem kādos vārtos tavā zemē, ko Tas Kungs, tavs Dievs, tev dos, tad tev nebūs apcietināt savu sirdi, nedz aizslēgt savu roku priekš sava nabaga brāļa;
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର-ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;
8 Bet atvērdams atver viņam savu roku un aizdodams aizdod viņam, cik viņam vajag savā trūkumā, kas trūkst.
ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ।
9 Sargies, ka tavā sirdī nav blēdības, ka tu nesaki: septītais gads, tas atlaišanas gads, ir tuvu, un tava acs būtu ļauna pret savu brāli, kas nabags, un tu viņam nedod; tad viņš par tevi brēks uz To Kungu, un tas tev būs par grēku.
“ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ,” ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ।
10 Dod viņam labprāt, lai tava sirds nav ļauna, kad tu viņam dod, jo tādēļ Tas Kungs, tavs Dievs, tevi svētīs visā tavā darbā un pie visa, kur tu savu roku pieliksi.
ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ।
11 Jo tur nabagu netrūks tai zemē, tādēļ es tev pavēlu un saku: atvērdams atver savu roku savam brālim, kas top spaidīts un ir nabags tavā zemē.
କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, “ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।
12 Kad tavs brālis tev būs pārdots, Ebrejs vai Ebrejiete, tad lai viņš tev kalpo sešus gadus, bet septītā gadā tev būs viņu svabadu atlaist no sevis.
ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ।
13 Un kad tu viņu svabadu atlaidi, tad neatlaid viņu tukšu.
ମାତ୍ର ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବା ବେଳେ ଖାଲି ହାତରେ ଯିବାକୁ ଦେବ ନାହିଁ।
14 Apdāvinādams apdāvini to no sava ganāmā pulka, no savas klēts un no sava vīna spaida; ar ko Tas Kungs, tavs Dievs, tevi svētījis, no tā tev būs viņam dot.
ତୁମ୍ଭେ ଆପଣା ପଲରୁ, ଆପଣା ଖଳାରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ।”
15 Un piemini, ka tu esi bijis kalps Ēģiptes zemē, un ka Tas Kungs, tavs Dievs, tevi atpestījis, tāpēc es tev šodien pavēlu šās lietas.
ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।
16 Bet ja viņš uz tevi sacīs: es no tevis negribu aiziet, tāpēc ka viņš tevi un tavu namu mīl, ka tam labi klājās pie tevis.
ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯଦି ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରି କହେ, “ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;”
17 Tad ņem īlenu un piedur viņa ausi pie durvīm, tad tas tev būs par kalpu mūžīgi; tāpat dari savai kalponei.
ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ।
18 Lai tev grūti nenākas viņu atlaist svabadu no sevis, jo sešus gadus viņš tev nokalpojis divkārtīgu algādža algu; tad tevi Tas Kungs, tavs Dievs, svētīs pie visa, ko tu darīsi.
ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ୱିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।
19 Ikvienu pirmdzimto, kas dzimst no tavām govīm un avīm, to tēviņu tev būs svētīt Tam Kungam, savam Dievam; ar savas govs pirmdzimto tev nebūs strādāt, un savu avju pirmdzimto tev nebūs cirpt.
ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ୱାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ,
20 Tā Kunga, sava Dieva, priekšā tev un tavam namam to būs ēst ikgadus tai vietā, ko Tas Kungs izredzēs.
ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଓ ତୁମ୍ଭ ପରିବାର ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ଭୋଜନ କରିବ।
21 Bet ja tam kāda vaina, ka ir vai klibs vai akls, jeb ja ir cita kāda ļauna vaina, tad tev to nebūs upurēt Tam Kungam, savam Dievam.
ଯଦି ତହିଁରେ କୌଣସି ଖୁଣ ଥାଏ, ସେହି ପଶୁ ଯଦି ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ।
22 Savos vārtos to ēdat, nešķīstais un šķīstais kopā, itin kā stirnu un kā briedi.
ତୁମ୍ଭେ ଆପଣା ନଗର-ଦ୍ୱାର ମଧ୍ୟରେ ତାହା ଭୋଜନ କରିବ; ଶୁଚି କି ଅଶୁଚି ଲୋକ ସମାନ ରୂପେ କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରିବେ।
23 Tikai viņa asinis tev nebūs ēst, tās tev būs izliet zemē kā ūdeni.
କେବଳ ତୁମ୍ଭେ ତାହାର ରକ୍ତ ଭୋଜନ କରିବ ନାହିଁ, ତୁମ୍ଭେ ଜଳ ପରି ତାହା ଭୂମିରେ ଢାଳି ଦେବ।

< Piektā Mozus 15 >