< Jeremi 27 >
1 Tala liloba oyo Yawe alobaki na Jeremi, na ebandeli ya bokonzi ya Yeoyakimi, mwana mobali ya Joziasi, mokonzi ya Yuda:
ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
2 Tala liloba oyo Ngai Yawe nalobi: « Sala ekangiseli na basinga mpe banzete mpe kanga yango na kingo na yo.
ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, “ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;
3 Bongo tinda maloba epai ya bakonzi ya Edomi, ya Moabi, ya Amoni, ya Tiri mpe ya Sidoni na nzela ya batindami oyo bayei na Yelusalemi mpo na kokutana na Sedesiasi, mokonzi ya Yuda.
ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;
4 Pesa bango sango oyo bakomemela bakonzi na bango mpe yebisa bango: ‹ Tala liloba oyo Yawe, Mokonzi ya mampinga, Nzambe ya Isalaele, alobi: ‘Boyebisa bakonzi na bino maloba oyo:
ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;
5 Ngai nde nasalaki mabele, nasalaki bato mpe banyama nyonso oyo bazali kati na yango, na nguya monene na Ngai mpe na loboko na Ngai oyo esembolama. Napesaka mabele yango epai ya moto nyonso oyo Ngai nalingi.
ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।
6 Sik’oyo, Ngai, nakabi mikili oyo nyonso na maboko ya mosali na Ngai, Nabukodonozori, mokonzi ya Babiloni; nakabi mpe na maboko na ye ata banyama ya zamba mpo ete etosa ye.
ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।
7 Bikolo nyonso ekotosa ye, mwana na ye ya mobali mpe koko na ye, kino tango ya mokili na ye mpe ekokoka; bongo bikolo ebele mpe bakonzi ya nguya bakokonza ye.
ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
8 Soki ekolo moko to mokili moko eboyi kosalela Nabukodonozori, mokonzi ya Babiloni, to eboyi komema mokumba ya ekangiseli ya mokonzi ya Babiloni, nakopesa ekolo yango etumbu na nzela mopanga, ya nzala makasi mpe ya bokono oyo ebomaka, elobi Yawe, kino nakobebisa yango na nzela ya loboko na ye.
ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।
9 Boye, boyokela te basakoli na bino, bato na bino ya soloka, bato na bino oyo balimbolaka bandoto, bato na bino oyo basololaka na bakufi, oyo bazali koloba na bino ete bosalela mokonzi ya Babiloni te.
ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
10 Bazali kosakola makambo ya lokuta, kaka mpo na komema bino mosika ya mokili na bino. Ngai nakobengana bino solo mpe bokokufa.
କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
11 Kasi soki ekolo moko endimi komema mokumba ya ekangiseli ya mokonzi ya Babiloni mpe endimi kosalela ye, nakotika ekolo yango na kimia kati na mokili na bango mpo ete basala bilanga mpe bawumela kuna, elobi Yawe.’ › »
ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”
12 Bongo napesaki sango kaka wana epai ya Sedesiasi, mokonzi ya Yuda: « Bomema mokumba ya ekangiseli ya mokonzi ya Babiloni mpe bosalela ye elongo na bato na ye, bongo bokobika!
ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।
13 Mpo na nini bino elongo na bato na bino bokufa na mopanga, na nzala makasi mpe na bokono oyo ebomaka ndenge Yawe akataki mpo na ekolo nyonso oyo ekoboya kosalela mokonzi ya Babiloni?
ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ?
14 Boyoka te maloba ya basakoli oyo bazali koloba na bino: ‹ Bokosalela mokonzi ya Babiloni te! › Bazali kosakola makambo ya lokuta.
ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
15 Natindaki bango te, » elobi Yawe, « bazali kosakola makambo ya lokuta na Kombo na Ngai. Nakobengana bino mpe bokokufa, bino mpe basakoli oyo bazali kosakola epai na bino. »
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।”
16 Bongo nalobaki na Banganga-Nzambe mpe na bato nyonso: « Tala makambo oyo Yawe alobi: Boyoka te basakoli na bino, oyo bazali koloba: ‹ Tala, bisalelo ya Tempelo ya Yawe ekozonga noki wuta na Babiloni. › Bazali koloba na bino makambo ya lokuta!
ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
17 Boyoka bango te! Bosalela mokonzi ya Babiloni, bongo bokobika! Mpo na nini engumba oyo ebebisama?
ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?
18 Soki bazali solo basakoli mpe Liloba na Yawe ezali kati na bango, tika ete basambela Yawe, Mokonzi ya mampinga, mpo ete bisalelo oyo etikalaki kati na Tempelo ya Yawe, kati na ndako ya mokonzi ya Yuda mpe kati na Yelusalemi ekende na Babiloni te.
ମାତ୍ର ଯଦି ସେମାନେ ଭବିଷ୍ୟଦ୍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।
19 Pamba te, tala liloba oyo Yawe, Mokonzi ya mampinga, alobi na tina na makonzi, nzungu ya monene ya bronze, bivandelo na yango mpe bisalelo mosusu oyo etikalaki kati na engumba wana,
କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଆଉ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ବନ୍ଦୀ କରି ଯିରୂଶାଲମରୁ ବାବିଲକୁ ନେଇଯିବା ସମୟରେ,
20 bisalelo oyo Nabukodonozori, mokonzi ya Babiloni, atikaki tango amemaki Yekonia, mwana mobali ya Yeoyakimi, mokonzi ya Yuda, na bowumbu longwa na Yelusalemi kino na Babiloni, elongo na bankumu nyonso ya Yuda mpe ya Yelusalemi;
ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
21 tala liloba oyo Yawe, Mokonzi ya mampinga, Nzambe ya Isalaele, alobi na tina na biloko oyo etikalaki kati na Tempelo ya Yawe, kati na ndako ya mokonzi ya Yuda mpe kati na Yelusalemi:
ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
22 ‹ Bakomema yango na Babiloni, mpe ekotikala kuna kino na mokolo oyo nakolandela yango, › elobi Yawe, ‹ nakolongola yango mpe nakozongisa yango na esika oyo, elobi Yawe. › »
ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।”