< 1 Samwiri 30 >
1 Awo Dawudi ne basajja be bwe baatuuka e Zikulagi, nga wayiseewo ennaku ssatu, baasanga Abamaleki baalumbye obukiikaddyo mu ddungu; ne Zikulagi, baali bakikumyeko omuliro.
ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।
2 Baali batutte abakazi nga basibe, ne bonna abaalimu, abato era n’abakulu. Tewaali n’omu ku bo gwe batta, wabula okubawamba ne babatwala.
ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।
3 Dawudi ne basajja be bwe baatuuka mu kibuga, baasanga kyokebbwa, era abakazi baabwe n’abaana baabwe aboobulenzi n’aboobuwala nga nabo bawambiddwa.
ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।
4 Awo Dawudi ne bonna abaali awamu naye ne bakaaba nnyo okutuusa lwe baggweeramu ddala agakaaba.
ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।
5 Abakyala ba Dawudi bombi, Akinoamu Omuyezuleeri ne Abbigayiri nnamwandu wa Nabali Omukalumeeri, nabo baali babatutte.
ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।
6 Mu kiseera ekyo Dawudi n’anakuwala nnyo kubanga basajja be baali boogera ku kumukuba amayinja, buli omu nga munyiikaavu mu mutima olwa batabani baabwe ne bawala baabwe abaali batwalibbwa. Naye Dawudi n’afuna amaanyi okuva eri Mukama Katonda we.
ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।
7 Dawudi n’agamba Abiyasaali kabona, mutabani wa Akimereki nti, “Ndeetera ekkanzu ey’obwakabona eyitibwa efodi.” Awo Abiyasaali n’agimuleetera.
ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, “ମୋʼ କତିକି ଟିକିଏ ଏଫୋଦ ଆଣିଲ।” ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।
8 Dawudi ne yeebuuza ku Mukama nti, “Ngoberere ekibinja ekyo, nnaabakwata?” N’amuddamu nti, “Bagoberere, kubanga ojja kusobola okununula abawambe bonna.”
ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, “ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି?” ତହିଁରେ ସେ ତାଙ୍କୁ କହିଲେ, “ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନ ହୋଇ ସମସ୍ତଙ୍କୁ ଉଦ୍ଧାର କରିବ।”
9 Awo Dawudi n’abasajja lukaaga ne batuuka ku kagga Besoli, abamu ku bo ne basigala awo,
ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍ ପରିତ୍ୟକ୍ତ ଲୋକମାନେ ରହିଗଲେ।
10 kubanga ebikumi bibiri ku bo baali bakooye nnyo n’okuyinza nga tebayinza kusomoka kagga. Naye Dawudi n’abalala ebikumi bina ne banyiikira okugoberera omulabe, ebikumi ebibiri ne basigala ku kagga nga bakooye.
ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳାନ୍ତ ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ।
11 Ne basanga Omumisiri mu nnimiro ne bamuleeta eri Dawudi. Ne bamuwa amazzi okunywa, n’emmere n’alya,
ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;
12 ne bamuwa ekitole eky’ettiini n’ebirimba bibiri eby’ezabbibu enkalu. N’alya n’addamu amaanyi, kubanga yali amaze ennaku ssatu, emisana n’ekiro nga talidde ku mmere wadde okunywa ku mazzi.
ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳ ପାନ କରି ନ ଥିଲା।
13 Awo Dawudi n’amubuuza nti, “Oli w’ani era ova wa?” N’addamu nti, “Ndi Mumisiri, omuweereza w’Omwamaleki. Mmaze ennaku ssatu nga ndi mulwadde muyi era mukama wange kyeyavudde ansuula wano.
ଏଥିରେ ଦାଉଦ ତାହାକୁ ପଚାରିଲେ, “ତୁମ୍ଭେ କାହାର ଲୋକ? ଓ ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଜଣେ ମିସରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।
14 Twalumba obukiikaddyo obw’Abakeresi, n’ensi ya Yuda n’obukiikaddyo obwa Kalebu, ne twokya ne Zikulagi.”
ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।”
15 Dawudi n’amubuuza nti, “Oyinza okuntwala eri ekibinja ekyo ekyalumbye?” N’amuddamu nti, “Ssooka ondayirire Katonda, nga tolinzita so tolimpaayo eri mukama wange, ndyoke nkuserengese gye bali.”
ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ?” ତହୁଁ ସେ କହିଲା, “ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।”
16 N’abakulembera n’abatwalayo, era laba, nga basaasaanye mu kifo kyonna ku ttale, nga balya, nga banywa, nga bazina olw’omunyago omunene gwe baggya mu nsi ey’Abafirisuuti, ne mu nsi ya Yuda.
ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।
17 Dawudi n’atandika okubatta okuva akawungeezi okutuusa enkeera, ne watawonawo n’omu, okuggyako abavubuka ebikumi bina abeebagala eŋŋamira ne badduka.
ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।
18 Dawudi n’akomyawo byonna Abamaleki bye baali banyaze, ng’omwo mwe muli ne bakyala be ababiri abaali bawambiddwa.
ପୁଣି, ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ।
19 Ne watabaawo na kimu ekyabula, oba kitono oba kinene, newaakubadde abaana aboobulenzi oba aboobuwala, n’omunyago na buli kintu kyonna ku ebyo bye baatwala. Dawudi yakomyawo buli kimu.
ପୁଣି, ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ।
20 N’atwala ebisibo byonna n’amagana gonna, abasajja be ne babikulembeza ebisolo ebirala byonna, nga bwe boogera nti, “Guno gwe munyago gwa Dawudi.”
ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି, ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।
21 Awo Dawudi n’addayo eri bali ebikumi ebibiri abaali bakooye ennyo, nga tebayinza kumugoberera, abaasigala ku kagga Besoli. Ne bavaayo okusisinkana Dawudi n’abantu abaali naye, n’abalamusa.
ଏଉତ୍ତାରେ ଅତି କ୍ଳାନ୍ତ ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି, ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।
22 Naye abamu ku basajja abaagenda ne Dawudi abaali ababi n’abalala nga bafujjo, ne boogera nti, “Tetujja kugabana nabo munyago gwe twasuuzizza omulabe, kubanga tebaagenze naffe. Wabula, buli musajja addizibwe mukazi we n’abaana be agende.”
ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, “ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।”
23 Naye Dawudi n’addamu nti, “Nedda baganda bange, temusaana kukola bwe mutyo, Mukama by’atuwadde. Atukuumye era n’awaayo mu mukono gwaffe ekibinja ekyatulumbye.
ଏଥିରେ ଦାଉଦ ସେମାନଙ୍କୁ କହିଲେ, “ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।
24 Ani anaabawuliriza ku nsonga eyo? Omuntu eyagenze mu lutalo ky’anaagabana, kinaaba kyekimu n’eky’oli eyasigadde ng’akuuma ebintu ebikozesebwa. Bonna banaagabana kyenkanyi.”
ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”
25 Ekyo Dawudi n’akifuula etteeka n’empisa mu Isirayiri ne leero.
ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।
26 Awo Dawudi bwe yatuuka mu Zikulagi, n’aweereza abakadde ba Yuda ebimu ku bintu eby’omunyago, abaali mikwano gye, ng’agamba nti, “Ekyo kirabo okuva ku munyago gw’abalabe ba Mukama.”
ଏଉତ୍ତାରେ ଦାଉଦ ସିକ୍ଲଗ୍ରେ ଉପସ୍ଥିତ ହୁଅନ୍ତେ, ସେ ବେଥେଲ୍ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍ ଓ ଯତ୍ତୀର
27 Yakiweereza ab’e Beseri, abaali mu bukiikaddyo mu Lamosi n’ab’e Yattiri,
ଓ ଅରୋୟେର ଓ ଶିଫ୍ମୋତ୍ ଓ ଇଷ୍ଟିମୋୟ;
28 ab’e Aloweri, n’e Sifumosi, n’e Esutemoa;
ରାଖଲ ଓ ଯିରହମେଲୀୟମାନଙ୍କ ନଗର ଓ କେନୀୟମାନଙ୍କ ନଗର
29 n’e Lakali, n’abaali mu bibuga eby’Abayerameeri, ne mu bibuga eby’Abakeeni;
ଓ ହର୍ମା ଓ କୋରାଶନ ଓ ଅଥାକ୍
30 n’e Koluma, n’e Kolasani n’e Asaki;
ଓ ହିବ୍ରୋଣ ଓ ଯେ ଯେ ସ୍ଥାନରେ ଦାଉଦଙ୍କର ଓ ତାଙ୍କ ଲୋକମାନଙ୍କର ଗମନାଗମନ ହୋଇଥିଲା,
31 n’e Kebbulooni, ne bonna abaali mu bifo byonna Dawudi ne basajja be gye baatambuliranga.
ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, “ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟି।”