< 2 Samwiri 21 >
1 Awo mu mirembe gya Dawudi ne waba enjala okumala emyaka esatu, Dawudi ne yeeyongera nnyo okunoonya Mukama. Mukama n’ayogera nti, “Ennyumba ya Sawulo ejjudde omusaayi, kubanga yatta Abagibyoni.”
ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”
2 Kabaka n’akuŋŋaanya Abagibyoni n’ayogera gye bali. (Abagibyoni tebaali Bayisirayiri naye baali bakaawonawo ab’oku baana b’Abamoli. Abayisirayiri baali babalayiridde obutabakola kabi, naye Sawulo olw’obuggya bwe yalina n’agezaako okubazikiriza ku lwa Isirayiri ne Yuda.)
ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)
3 Dawudi n’abuuza Abagibyoni nti, “Mbakolere ki? Nnaabatangirira ntya, mmwe okuwa Isirayiri, obusika bwa Mukama omukisa?”
ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?”
4 Abagibyoni ne bamuddamu nti, “Kye twetaaga okuva eri Sawulo oba ennyumba ye, si kigambo kya ffeeza oba zaabu, so tetulina buyinza kutta muntu yenna mu Isirayiri.” Dawudi n’ababuuza nti, “Kiki kye mwagala mbakolere?”
ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”
5 Ne baddamu kabaka nti, “Ku lw’omusajja eyatuyigganyanga n’ayagala okutuuzikiriza, ne tubulwako ne we tubeera mu Isirayiri,
ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,
6 tuwe musanvu ku batabani be tubatte tubaanike mu maaso ga Mukama e Gibea ekya Sawulo, omulonde wa Mukama.” Kabaka n’ayogera nti, “Ndibabawa.”
ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”
7 Kabaka n’alekawo Mefibosesi mutabani wa Yonasaani, mutabani wa Sawulo.
ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।
8 Naye kabaka n’addira Alumoni ne Mefibosesi batabani ba Lizupa muwala wa Aya bombi be yazaalira Sawulo, ne batabani ba Mikali muwala wa Sawulo be yazaalira Abuliyeri mutabani wa Baluzirayi Omumekolasi Sawulo be yalabiriranga bataano, n’abawaayo.
ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ
9 N’abawaayo eri Abagibyoni, ne babatta ne babaanika ku lusozi mu maaso ga Mukama. Bonna omusanvu ne battibwa mu nnaku ezaasooka ez’amakungula nga batandika amakungula ga sayiri.
ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।
10 Lizupa muwala wa Aya n’addira ebibukutu, n’abyaliira ku lwazi, okuva ku ntandikwa ey’amakungula okutuusa enkuba lwe yatonnya okuva mu ggulu, n’ataganya nnyonyi za mu bbanga newaakubadde ensolo enkambwe okulya emirambo gyabwe emisana oba ekiro.
ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।
11 Dawudi bwe yategeezebwa, Lizupa omuzaana wa Sawulo, muwala wa Aya, kye yakola,
ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।
12 n’agenda, n’aggya amagumba ga Sawulo n’aga mutabani we Yonasaani ku bantu ab’e Yabesugireyaadi, Abafirisuuti gye baagawanika, ku lunaku kwe battira Sawulo e Girubowa, abaali bagatutte mu bubba mu kifo ekigazi eky’abantu bonna e Besusani.
ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।
13 Dawudi n’aggyayo amagumba ga Sawulo n’aga mutabani we Yonasaani, n’agakuŋŋaanya n’amagumba g’abo abattibwa ne baanikibwa.
ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।
14 Ne baziika amagumba ga Sawulo n’aga mutabani we Yonasaani mu ntaana ya Kiisi kitaawe wa Sawulo, e Zeera mu nsi ya Benyamini, ne bakola byonna kabaka bye yalagira. Oluvannyuma Katonda n’addamu okusaba kw’ensi.
ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।
15 Ne waba nate olutalo wakati w’Abafirisuuti n’Abayisirayiri. Dawudi n’aserengeta n’abasajja be okulwana n’Abafirisuuti, n’akoowa nnyo.
ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ।
16 Awo Isubibenobu omu ku bazzukulu b’agasajja agawanvu yalina effumu ng’obuzito bw’omutwe gw’alyo kilo ssatu n’ekitundu ng’alina n’ekitala ekiggya, n’ayogera nti agenda okutta Dawudi.
ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।
17 Naye Abisaayi mutabani wa Zeruyiya n’adduukirira Dawudi, n’alumba Omufirisuuti, n’amutta. Awo abasajja ba Dawudi ne bamulayirira nti, “Tokyatabaala naffe ettaala ya Isirayiri ereme okuzikira.”
ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।”
18 Bwe waayitawo ebbanga ne wabaawo olutalo olulala n’Abafirisuuti e Gobu. Sibbekayi Omukusasi n’atta Safu omu ku bazzukulu b’agasajja gali agawanvu.
ଏଥିଉତ୍ତାରେ ପୁନର୍ବାର ଗୋବ୍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।
19 Ne wabaawo nate olutalo olulala n’Abafirisuuti e Gobu, Erukanani mutabani wa Yayiri Omubesirekemu n’atta muganda wa Goliyaasi Omugitti eyalina olunyago lw’effumu olwali ng’omuti ogulukirwako engoye.
ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍ହାନନ୍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।
20 Ne waba olutalo olulala e Gaasi, ne wabaayo omusajja omuwanvu ennyo eyalina engalo mukaaga ku buli mukono n’ebigere mukaaga ku buli kigere, byonna awamu abiri mu bina. Era naye yali muzzukulu w’agasajja gali agawanvu ennyo.
ଏହାପରେ ପୁନର୍ବାର ଗାଥ୍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
21 Bwe yasoomooza Isirayiri, Yonasaani mutabani wa Simeeya, muganda wa Dawudi, n’amutta.
ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।
22 Abo abana baali bazzukulu b’agasajja gali agawanvu ennyo mu Gaasi, era bonna ne bagwa mu mukono gwa Dawudi ne basajja be.
ଏହି ଚାରି ଜଣ ଗାଥ୍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ।