< Danyeri 4 >
1 Kabaka Nebukadduneeza n’alangirira eri abantu, n’amawanga n’abantu ab’ennimi eza buli ngeri, mu nsi yonna bw’ati nti: Emirembe gibeere nammwe!
ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।
2 Lye ssanyu lyange okubategeeza ku bigambo eby’amagero era ebikulu Katonda Ali Waggulu Ennyo byankoledde.
ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ ବୋଧ ହେଲା।
3 Obubonero bwe nga bukulu,
ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।
4 Nze Nebukadduneeza, nnali mpumulidde mu maka gange wakati mu bugagga nga mpumuliddeko mu lubiri lwange.
ମୁଁ ନବୂଖଦ୍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ୱୀ ଥିଲି।
5 Ne ndoota ekirooto ekyantiisa; bwe nnali nga ngalamidde ku kitanda kyange, ne ndaba ebifaananyi mu kwolesebwa, ebyantiisa.
ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା।
6 Kyennava ndagira abasajja bonna abagezigezi ab’e Babulooni baleetebwe mu maaso gange bantegeeze amakulu g’ekirooto.
ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;
7 Abalogo, n’abafumu, n’Abakaludaaya, n’abalaguzi ne bajja, ne mbategeeza ekirooto, naye ne balemwa okuntegeeza amakulu gaakyo.
ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।
8 Naye oluvannyuma Danyeri gwe natuuma Berutesazza ng’erinnya lya katonda wange bwe liri, era nga n’omwoyo ogwa bakatonda abatukuvu guli mu ye, n’ajja mu maaso gange ne mutegeeza ekirooto.
ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,
9 Ne mugamba nti, “Berutesazza, omukulu w’abafumu, mmanyi ng’omwoyo ogwa bakatonda abatukuvu guli mu ggwe, so tewali kigambo eky’ekyama ekikuzibuwalira. Ntegeeza ekirooto kyange, n’amakulu gaakyo.
ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।
10 Kuno kwe kwolesebwa kwe nafunye nga ngalamidde ku kitanda kyange; nalabye omuti wakati mu nsi, nga muwanvu nnyo nnyini.
ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ।
11 Omuti ne gukula ne guba gwa maanyi, n’entikko yaagwo n’etuuka ku ggulu era nga gulengerwa okuva ku nkomerero y’ensi zonna.
ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।
12 Ebikoola byagwo byali birungi okutunulako, n’ebibala byagwo nga bingi, era nga gulina emmere emala bonna. Ensolo enkambwe ez’omu nsiko zaatuulanga mu kisiikirize kyagwo, n’ennyonyi ez’omu bbanga zaatuulanga ku matabi gaagwo, na buli kiramu kyonna kyalisibwanga.
ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ।
13 “Awo mu kiseera ekyo nga ngalamidde ku kitanda kyange, mu kwolesebwa, ne ndaba omubaka omutukuvu ng’ava mu ggulu.
ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ।
14 N’ayogerera mu ddoboozi ery’omwanguka nti, ‘Tema omuti, otemeko n’amatabi gaagwo; okunkumule amalagala gaagwo, osaasaanye n’ebibala byagwo, n’ennyonyi zibuuke zive ku matabi gaagwo.
ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ‘ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚି ଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ।
15 Naye ekikonge ky’ekikolo kyagwo kireke mu ttaka, nga kiriko ekyuma ekisiba n’ekikomo, mu muddo omuto ku ttale. “‘Muleke abisiwale n’omusulo ogw’omu ggulu, era muleke agabanire wamu omuddo, n’ensolo ez’omu nsiko.
ତଥାପି ଭୂମିରେ ତାହାର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;
16 Era n’amagezi ge ag’obuntu gakyusibwe, afuuke ng’ensolo enkambwe ey’omu nsiko okumala emyaka musanvu.
ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ।
17 “‘Omusango ogwo gulangiriddwa ababaka, abatukuvu be baasanguza ekisaliddwawo, abalamu balyoke bategeere ng’Oyo Ali Waggulu Ennyo y’afuga obwakabaka bw’abantu, era abuwa buli gw’asiima, era alonda abantu abasemberayo ddala okuba aba wansi okubafuga.’
ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।’
18 “Ekyo kye kirooto, nze Kabaka Nebukadduneeza kye naloose. Kaakano ggwe Berutesazza, ntegeeza amakulu gaakyo kubanga tewali n’omu ku basajja abagezigezi mu bwakabaka bwange ayinza okuntegeeza amakulu gaakyo. Naye ggwe oyinza, kubanga omwoyo ogwa bakatonda abatukuvu guli mu ggwe.”
ମୁଁ ରାଜା ନବୂଖଦ୍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।”
19 Awo Danyeri eyayitibwanga Berutesazza n’atawanyizibwa mu mutima okumala akabanga, ne yeeraliikirira. Kabaka n’amugamba nti, “Berutesazza, ekirooto n’amakulu gaakyo bireme okukweraliikiriza.” Berutesazza n’addamu nti, “Mukama wange, ekirooto kibe nga kyogera ku abo abakukyawa, n’amakulu gaakyo gabe nga googera ku balabe bo!
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।
20 Omuti gwe walaba, ogwakula ne guba gwa maanyi, ogwawanvuwa ne gutuuka ku ggulu, nga gulabibwa ensi yonna,
ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା;
21 ogwaliko amalagala amalungi n’ebibala byagwo nga bingi nnyo, era nga guliko n’emmere emala bonna, nga n’ensolo ez’omu nsiko zituula mu kisiikirize kyagwo, nga n’ennyonyi ez’omu bbanga zisiisira ku matabi gaagwo,
ଯାହାର ପତ୍ରସବୁ ସୁନ୍ଦର ଓ ଫଳ ଅନେକ ଥିଲା ଓ ଯହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା; ଯହିଁର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ, ଯହିଁର ଶାଖାମାନର ଉପରେ ଆକାଶସ୍ଥ ପକ୍ଷୀଗଣର ବସତି ଥିଲା;
22 ye ggwe, ayi kabaka! Okuze n’oba mukulu era n’oba w’amaanyi; n’obukulu bwo bweyongedde ne butuuka ku ggulu, n’obuyinza bwo butuuse ku nkomerero y’ensi.
ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।
23 “Ggwe ayi kabaka walabye omubaka, era omutukuvu ng’akka okuva mu ggulu, n’ayogera nti, ‘Tema omuti oguzikirize, naye ekikonge ky’ekikolo kyagwo kireke mu ttaka ng’okisibye n’ekyuma n’ekikomo mu muddo omuto ogw’oku ttale; era muleke abisiwazibwe omusulo ogw’omu ggulu, n’omugabo gwe gubeere n’ensolo enkambwe ez’omu nsiko, emyaka musanvu.’
ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହିଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ।
24 “Gano ge makulu, ayi kabaka, era lino lye tteeka Oyo Ali Waggulu Ennyo ly’alangiriridde mukama wange kabaka.
ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି।
25 Oligobebwa okuva mu bantu era olibeera n’ensolo ez’omu nsiko; olirya omuddo ng’ente, era olibisiwala okumala emyaka musanvu okutuusa lw’olitegeera ng’Oyo Ali Waggulu Ennyo y’afuga obwakabaka bw’abantu, era abugabira buli gw’asiima.
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।
26 Ekiragiro eky’okuleka ekikonge ky’ekikolo ky’omuti, amakulu gaakyo ge gano: obwakabaka bwo bulikuddizibwa bw’olitegeera ng’eggulu lye lifuga.
ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ।
27 Noolwekyo, ayi kabaka nteesa nti; weetoowaze olekeyo ebibi byo okole eby’obutuukirivu, era n’ebikolwa byo ebitali bya butuukirivu obireke obeere wa kisa eri abanyigirizibwa, olyoke ofuuke mugagga okusinga nga bw’oli kaakano.”
ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”
28 Ebyo byonna byatuukirira ku Kabaka Nebukadduneeza.
ରାଜା ନବୂଖଦ୍ନିତ୍ସର ପ୍ରତି ଏହିସବୁ ଘଟିଲା।
29 Bwe wayitawo emyezi kkumi n’ebiri, kabaka yali atambulira ku kasolya k’olubiri lwe olwa Babulooni,
ବାର ମାସର ଶେଷରେ ସେ ବାବିଲର ରାଜପ୍ରାସାଦରେ ବୁଲୁଥିଲା।
30 n’ayogera nti, “Ono si ye Babulooni omukulu gwe nazimba n’amaanyi gange amangi okuba ekibuga ekikulu eky’ekitiibwa eky’obwakabaka bwange?”
“ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”
31 Awo bwe yali ng’akyayogera, eddoboozi ne liva mu ggulu nga ligamba nti, “Kuno kwe kulangirira okukukwatako Kabaka Nebukadduneeza: obwakabaka bwo bukuggyiddwako.
ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, “ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା।
32 Oligobebwa mu bantu era olibeera n’ensolo okumala emyaka musanvu okutuusa lw’olitegeera ng’Oyo Ali Waggulu ennyo y’afuga obwakabaka obw’abantu era abuwa buli gw’asiima.”
ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”
33 Amangwago ebyayogerwa ku Nebukadduneeza ne bituukirira. N’agobebwa mu bantu era n’alya omuddo ng’ente. Omubiri gwe ne gutoba omusulo ogw’omu ggulu okutuusa enviiri ze lwe zaakula ng’ebyoya by’empungu n’enjala ze ng’enjala z’ennyonyi.
ସେହି ଦଣ୍ଡରେ ନବୂଖଦ୍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।
34 Oluvannyuma lw’ebbanga eryo, nze, Nebukadduneeza, ne nnyimusa amaaso gange eri eggulu, amagezi gange ne gakomawo. Ne ntendereza Oyo Ali Waggulu Ennyo, ne muwa ekitiibwa ne mugulumiza oyo abeera omulamu emirembe n’emirembe.
ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।
35 Abantu bonna ab’oku nsi
ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।
36 Mu kiseera kyekimu okutegeera kwange ne kukomawo, n’ekitiibwa n’obuyinza obw’obwakabaka bwange ne bunzirira. Abawi b’amagezi bange n’abakungu bange ne bannoonya, ne banziriza entebe yange ey’obwakabaka ne nnyongerwako obukulu bungi okusinga ne bwe nalina.
ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକି ଫେରି ଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକି ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।
37 Kale nze Nebukadduneeza kyennaava mmutendereza era ne mmuwa ekitiibwa ne mmugulumiza Kabaka ow’eggulu, kubanga emirimu gye gyonna gya mazima n’amakubo ge ga nsonga, n’abo ab’amalala abakkakkanya.
ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।