< Deotoronomia 2 >
1 Dia niverina isika ka nandeha tany an-efitra tamin’ ny lalana mankany amin’ ny Ranomasina Mena, araka izay nolazain’ i Jehovah tamiko; ary nanodidina ny tendrombohitra Seïra ela ihany isika.
ଏଥିଉତ୍ତାରେ ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା।
2 Dia niteny tamiko Jehovah ka nanao hoe:
ତହୁଁ ସଦାପ୍ରଭୁ ମୋତେ କହିଲେ,
3 Aoka izay ny nandehananareo nanodidina ity tendrombohitra ity, fa miverena hianavaratra ianareo.
“ତୁମ୍ଭେମାନେ ଯଥେଷ୍ଟ ସମୟ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।
4 Ary mandidia ny olona hoe: Hianareo efa handeha hamaky ny tanin’ ny taranak’ i Esao rahalahinareo, izay monina any Seïra; dia hatahotra anareo izy; nefa mitandrema tsara ianareo,
ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।
5 ka aza mila ady aminy; fa tsy hanomezako anao ny taniny, na dia eram-paladia akory aza, satria nomeko ho lovan’ i Esao ny tendrombohitra Seïra.
ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।
6 Vola no hamidinareo hanina aminy hohaninareo; ary vola koa no hamidinareo rano aminy hosotroinareo.
ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।
7 Fa Jehovah Andriamanitrao efa nitahy anao tamin’ izay rehetra nataon’ ny tananao; fantany ny nandehananao namaky ity efitra lehibe ity; izay efa-polo taona izay Jehovah Andriamanitrao no teo aminao, ka tsy nanan-java-mahory akory ianao.
କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”
8 Ary raha nandalo ny taranak’ i Esao rahalahintsika izay monina any Seïra isika ary niala tamin’ ny lalana amin’ ny tani-hay sy tao Elata ary Ezion-gebera, dia nivily isika ka nandeha tamin’ ny lalana mankany amin’ ny efitr’ i Moaba.
ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ। ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ।
9 Dia hoy Jehovah tamiko: Aza mandrafy ny Moabita, na mila ady aminy, fa tsy hanomezako ho lovanao ny taniny, satria Ara dia nomeko ho lovan’ ny taranak’ i Lota.
ତହିଁରେ ସଦାପ୍ରଭୁ ମୋତେ କହିଲେ, “ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।”
10 (Ny Emima nonina tany fahiny, dia firenena lehibe sy maro isa ary olona lava tahaka ny Anakita.
(ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।
11 Ireo koa no natao ho Refaïta tany aloha tahaka ny Anakita; fa ny Moabita kosa nanao azy hoe Emima.
ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।
12 Ary ny tany Seïra dia nonenan’ ny Horita, fa ny taranak’ i Esao nandroaka azy ka nandringana azy tsy ho eo anoloany, dia nonina nisolo azy, araka ny nataon’ ny Isiraely tao amin’ ny tany izay nomen’ i Jehovah azy ho lovany.)
ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।
13 Ary miaingà ianareo ankehitriny, ka mandehana mita ny lohasahan-driaka Zareda. Dia nita ny lohasahan-driaka Zareda isika.
“ଏବେ ତୁମ୍ଭେମାନେ ଉଠ ଓ ସେରଦ୍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍ ନଦୀ ପାର ହେଲୁ।
14 Ary ny andro nandehanantsika hatrany Kadesi-barnea ka hatramin’ ny nitantsika ny lohasahan-driaka Zareda dia valo amby telo-polo taona, mandra-pahalany ritran’ ny mpanafika rehetra tamin’ izany taranaka rehetra izany ka tsy nisy intsony teo amin’ ny toby, araka izay efa nianianan’ i Jehovah taminy.
କାଦେଶ-ବର୍ଣ୍ଣେୟଠାରୁ ସେରଦ୍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶି ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।
15 Ary koa, ny tànan’ i Jehovah dia namely azy handringanana azy mandra-pahalany ritrany ka tsy nisy intsony teo amin’ ny toby.
କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ସମ୍ପୂର୍ଣ୍ଣ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା।
16 Ary rehefa lany ritra ny mpanafika ka maty avokoa,
ଏହିରୂପେ ସେହି ସମସ୍ତ ଯୋଦ୍ଧା ମରି ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେଲା ଉତ୍ତାରେ
17 dia niteny tamiko Jehovah ka nanao hoe:
ସଦାପ୍ରଭୁ ମୋତେ କହିଲେ,
18 Ankehitriny efa hamaky ny tany Moaba ianao ka hahazo any Ara,
“ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;
19 dia ho tonga ao akaikin’ ny taranak’ i Amona, nefa aza mandrafy azy, na mila ady aminy; fa tsy hanomezako ho lovanao ny tanin’ ny taranak’ i Amona, satria nomeko ho lovan’ ny taranak’ i Lota izany.
ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।”
20 (Izany koa no natao ho tanin’ ny Refaïta; fa ny Refaïta no nitoetra tao tany aloha ka nataon’ ny Amonita hoe Zamzomita.
(ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;
21 Firenena lehibe sy maro isa ary olona lava tahaka ny Anakita ireny, nefa naringan’ i Jehovah tsy ho eo anoloany izy, ka ny Amonita no nonina nisolo azy,
ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।
22 araka izay nataony koa ho an’ ny taranak’ i Esao, izay mitoetra any Seïra, fa nandringana ny Horita tsy ho eo anoloany Izy, ka dia nandroaka azy ireo ka nonina nisolo azy mandraka androany;
ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହିରୂପ କର୍ମ କରିଥିଲେ, ଅର୍ଥାତ୍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।
23 ary ny amin’ ny Avita, izay nonina am-bohitra hatrany Gaza, dia naringan’ ny Kaftorita, izay avy tany Kaftora, izy; ary ireo no nonina nisolo azy).
ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।
24 Mitsangàna, miaingà, ka mità ny lohasahan-driaka Arnona ianareo; indro, efa natolotro eo an-tananao Sihona Amorita, mpanjakan’ i Hesbona, mbamin’ ny taniny. Santaro ny handovanao azy, ka tafiho.
“ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ-ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।
25 Anio no vao hataoko mahazo ny firenena ambanin’ ny lanitra rehetra ny horohoro sy tahotra anareo, ka raha reny ny lazanao, dia hangovitra sy hangorohoro eo anoloanao izy.
ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”
26 Dia naniraka olona avy tany an-efitr’ i Kedemota aho hankany amin’ i Sihona, mpanjakan’ i Hesbona, nitondra teny fihavanana hoe:
ଆଉ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତି ସୂଚକ ବାକ୍ୟ କହି ପଠାଇଲି,
27 Aoka mba handeha hamaky ny taninao aho; ny lalambe ihany no halehako, ka tsy hivily aho, na ho amin’ ny ankavanana, na ho amin’ ny ankavia;
“ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ।
28 vola no hamidiko hanina aminao hohaniko, ary vola no hamidiko rano aminao hosotroiko; ary handalo fotsiny ihany aho
ସେୟୀର ନିବାସୀ ଏଷୌ-ସନ୍ତାନଗଣ ଓ ଆର ନିବାସୀ ମୋୟାବୀୟ ଲୋକମାନେ ମୋʼ ପ୍ରତି ଯେରୂପ କଲେ, ତଦ୍ରୂପ ତୁମ୍ଭେ କର;
29 (araka izay nataon’ ny taranak’ i Esao, izay monina any Moabita, izay monina any Ara, tamiko) mandra-pitako an’ i Jordana ho any amin’ ny tany izay omen’ i Jehovah Andriamanitray anay.
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ଆମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେପର୍ଯ୍ୟନ୍ତ ସେହି ଦେଶରେ ଉପସ୍ଥିତ ନ ହେଉ, ସେପର୍ଯ୍ୟନ୍ତ ତୁମ୍ଭେ ରୂପା ନେଇ ମୋତେ ଭୋଜନର ଅନ୍ନ ଦିଅ ଓ ରୂପା ନେଇ ପିଇବାର ଜଳ ଦିଅ ମୁଁ କେବଳ ଆପଣା ପାଦ ଦେଇ ପାର ହୋଇଯିବି।”
30 Fa Sihona, mpanjakan’ i Hesbona, tsy nety namela antsika handeha hamaky ny taniny; fa Jehovah Andriamanitrao nanamafy ny fony sy nampahaditra ny fanahiny, mba hanolorany azy eo an-tananao tahaka ny amin’ izao anio izao.
ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।
31 Dia niteny tamiko hoe Jehovah: Indro, vao manomboka hanolotra an’ i Sihona sy ny taniny eo anoloanao Aho; santaro ny handovanao ny taniny.
ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।”
32 Dia nivoaka Sihona mbamin’ ny vahoakany rehetra hiady amintsika tao Jahaza.
ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।
33 Dia nanolotra azy teo anoloantsika Jehovah Andriamanitsika, ka nandresy azy sy ny zanany ary ny vahoakany rehetra isika.
ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।
34 Ary nahafaka ny tanànany rehetra tamin’ izany andro izany isika ka nandringana ny mponina rehetra tamin’ ny isan-tanàna mbamin’ ny zaza amim-behivavy; tsy nasiantsika niangana izy na dia iray akory aza.
ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।
35 Ny biby fiompy sy ny fananany tao amin’ ny tanàna izay afatsika ihany no nataontsika ho babo.
କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ।
36 Hatrany Aroera, izay eo amoron’ ny lohasahan-driaka Arnona, dia hatramin’ ny tanàna izay ao an-dohasaha ka hatrany Gileada, dia tsy nisy tanàna tsy afatsika; fa izy rehetra dia natolotr’ i Jehovah Andriamanitsika teo anoloantsika.
ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।
37 Kanefa ny tanin’ ny taranak’ i Amona no tsy nakekenareo, dia ny tany amoron’ ny lohasahan-driaka Jaboka, sy ny tanàna ao amin’ ny tany havoana, ary izay rehetra nandraran’ i Jehovah Andriamanitsika antsika.
କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍, ଯବ୍ବୋକ୍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।