< Salamo 8 >
1 Ry Iehovà, Talè’ay, Oakitia! ty havolonahe’ i Tahina’oy manitsike ty tane toy, napò’o ambonen-dikerañe eñe ty enge’o!
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।
2 Boak’am-bava’ o ajaja-menao naho o ajaja minonoo ty nampijadoña’o haozarañe, ty amo malaiñe Azoo, hampiànjiña’o o rafelahio naho o mpamale-fateo.
ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
3 Ie haraharaeko o likera’oo, ty fitoloñan-drambom-pità’o, i volañey naho o vasiañe najado’oo.
ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ, )
4 Ino ondatio, te itsakorea’o? Naho ty ana-ondaty, te haoñe’o?
ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?
5 Fe nanoe’o ambanevane’ o anjelio, naho sinabàka’o engeñe naho asiñe.
ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
6 Nampifehè’o aze o tolom-pità’oo; kila narongo’o ambanem-pandia’e ao,
ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
7 Ze hene añondry naho añombe; eka, o biby an-kivokeo:
ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
8 O voron-dikerañeo, o fian-driakeo, ze misoroke o lalan-driakeo.
ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।
9 Ry Iehovà, Talè’ay, Oasirity! ty volonahen-Tahina’o manitsike ty tane toy.
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।