< Zakaria 1 >
1 Niheo amy Zekarià mpitoky ana’ i Berekià ana’Idò amy volam-paha-valo’ i taom-paha-roe’ i Dariavese mpanjakaiy ty tsara’ Iehovà manao ty hoe:
ଦାରୀୟାବସର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
2 Niviñetse aman-droae’ areo t’Iehovà.
“ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ।
3 Aa le isaontsio ty hoe: Hoe t’Iehovà’ i Màroy: Mimpolia amako, hoe ty nafè’ Iehovà’ i Màroy, vaho himpoliako ka, hoe t’Iehovà’ i Màroy.
ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
4 Ko mitsikombe an-droae’ areo, o nitseize’ o mpitoky taoloo ty hoe: Hoe t’Iehovà’ i Màroy: Mifotera amo sata rati’ areoo henane zao, naho amo fitoloña’ areo ratio; f’ie tsy nijanjiñe, tsy nañaoñe ahy, hoe t’Iehovà.
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।
5 O roae’ areoo! aia iereo? naho o mpitokio, veloñe nainai’e hao?
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?
6 Fa o volakoo naho o fañèko nafantoko amo mpitoky mpitorokoo, tsy ie hao ty nahatakatse o roae’ areoo? ie nitolike nanao ty hoe: Toe i nisafirie’ Iehovà’ i Màroy hanoañe ty amo sata’aio naho o fitoloña’aio izay, ty nafetsake ama’ay.
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
7 Ie amy andro faha-roapolo-efats’ ambi’ i volam-paha-folo-raik’ambiy, i volan-katsiha an-taom-paha-roe’ i Dariavesey, le niheo amy Zekarià mpitoky ana’ i Berekià, ana’ Idò ty tsara i’ Iehovà, manao ty hoe:
ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
8 Niaroñaroñeko amy haleñey, te ingo t’indaty niningitse soavala mena, nijohañe ambane’ ty borodoke an-goledoñe ao, naho amboho’e ty soavala mena naho ty mavo naho ty foty.
“ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।
9 Le hoe iraho, Hoke ry Talè, Inoñe o reroañeo? Aa hoe i ìrake nisaontsy amakoy, Hatoroko azo ty lengo’ iretoañe.
ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’
10 Nanoiñe amy zao indaty nijohañe amo borodokeoy, ami’ty hoe: Ie o nirahe’ Iehovà hañavelo mb’eo mb’eo an-tane atoio.
ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ‘ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇଅଛନ୍ତି।’
11 Vinale’ iareo ty anjeli’ Iehovà nijohañe amo borodokeo ami’ty hoe: Nanjotike mb’eo mb’eo amy taney zahay, le ingo, mipendreñe i taney vaho mitofa.
ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ‘ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।’
12 Nanoiñe amy zao ty anjeli’ Iehovà, nanao ty hoe: Ry Iehovà’ i Màroy, ombia te ho ferenaiñeñe t’Ierosalaime naho o rova’ Iehodao, o nitorifiha’o i fitompolo taoñe rezaio?
ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ‘ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ?’
13 Tinoi’Iehovà tsara soa i anjely nisaontsy amakoy, tsaran-kanintsiñe.
ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।
14 Aa le hoe ty natoi’ i anjely nifanaontsy amakoy, taroño ty hoe, Hoe t’Iehovà’ i Màroy; farahieko t’Ierosalaime naho i Tsione am-parahy ra’elahy.
ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।
15 Loho nahabosek’ ahy o kilakila’ondaty miaiñañoleñañeo; ie ni-bosebosehako avao, fe nindràe’ iareo i hasilofeñey.
ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।
16 Aa le hoe ty nafè’ Iehovà, Mimpoly mb’e Ierosalaime am-piferenaiñan-draho; haoreko ao i kivohokoy, hoe t’Iehovà’ i Màroy, vaho ho kozozoteñe am’ Ierosalaime ty taly.
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
17 Taroño indraike, ty hoe: Hoe t’Iehovà’ i Màroy, Hitòbake havokarañe indraike i rovakoy; naho mbe ho tretreze’ Iehovà t’i Tsione, vaho mbe ho joboñe’e t’Ierosalaime.
‘ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।’”
18 Nampiandraeko maso le nahatrea te ingo ty tsifa efatse.
ଏଥିଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖିଲି।
19 Le hoe iraho amy anjely nifanaontsy amakoy, Inoñ’ o raha zaoo? Le hoe re amako: I tsifa nampiparaitake Iehoda naho Israele vaho Ierosalaime rey.
ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”
20 Natoro’ Iehovà ahy ty mpandranjy efatse.
ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ।
21 Le hoe ty asako: Hitoloñe inoñe t’ie nitotsak’ atoy? Le hoe ty tinaro’e: O tsifa retiañe ty nampivarakaike Iehoda kanao leo ondaty raike tsy nahaongake ty añambone’e; le nivotrak’ atoy i retiañe hañembañe iareo naho handretsake o tsifa’ o kilakila’ ondaty nampitroatse ty tsifa’e an-tane’ Iehoda hampiparatsàke azeo.
ତେବେ ମୁଁ କହିଲି, “ଏମାନେ କଅଣ କରିବା ପାଇଁ ଆସିଅଛନ୍ତି?” ତହିଁରେ ସେ କହିଲେ, “ସେହି ଶୃଙ୍ଗସକଳ ଯିହୁଦାକୁ ଏପରି ଛିନ୍ନଭିନ୍ନ କଲେ ଯେ, କୌଣସି ମନୁଷ୍ୟ ଆପଣା ମସ୍ତକ ଉଠାଇ ପାରିଲା ନାହିଁ; ମାତ୍ର ଯେଉଁ ଗୋଷ୍ଠୀଗଣ ଯିହୁଦା ଦେଶକୁ ଛିନ୍ନଭିନ୍ନ କରିବା ପାଇଁ ତାହା ବିରୁଦ୍ଧରେ ଆପଣା ଆପଣା ଶୃଙ୍ଗ ଉଠାଇଲେ, ସେମାନଙ୍କୁ ଭୟ ଦେଖାଇବା ପାଇଁ ଓ ସେମାନଙ୍କର ଶୃଙ୍ଗ ଭାଙ୍ଗି ପକାଇବା ପାଇଁ ଏମାନେ ଆସିଅଛନ୍ତି।”