< യോശുവ 11 >

1 ഹാസോർ രാജാവായ യാബീൻ ഇത് കേട്ടപ്പോൾ മാദോൻ രാജാവായ യോബാബ്, ശിമ്രോൻരാജാവ്, അക്ക്ശാഫ് രാജാവ് എന്നിവരുടെ അടുക്കലും
ଏଥିଉତ୍ତାରେ ହାସୋରର ରାଜା ଯାବୀନ୍‍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍‍ ଓ ଶିମ୍ରୋଣର ରାଜା ଓ ଅକ୍‍ଷଫର ରାଜା ନିକଟକୁ,
2 വടക്ക് മലമ്പ്രദേശത്തും കിന്നേരെത്തിന് തെക്ക് സമഭൂമിയിലും താഴ്‌വരയിലും പടിഞ്ഞാറ് ദോർമേടുകളിലുമുള്ള രാജാക്കന്മാരുടെ അടുക്കൽ ആളയച്ച്.
ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍‍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,
3 കിഴക്കും പടിഞ്ഞാറുമുള്ള കനാന്യർ, പർവ്വതങ്ങളിലെ അമോര്യർ, ഹിത്യർ, പെരിസ്യർ, യെബൂസ്യർ, മിസ്പെദേശത്ത് ഹെർമ്മോന്റെ അടിവാരത്തുള്ള ഹിവ്യർ എന്നിവരുടെ അടുക്കലും ആളയച്ച്.
ଅର୍ଥାତ୍‍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପା ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ଲୋକ ପଠାଇଲେ।
4 അവർ കടല്ക്കരയിലെ മണൽപോലെ അനവധി പടയാളികളും വളരെ കുതിരകളും രഥങ്ങളും ഉള്ള സൈന്യമായി പുറപ്പെട്ടു.
ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।
5 ആ രാജാക്കന്മാർ എല്ലാവരും ഒന്നിച്ചുകൂടി യിസ്രായേലിനോട് യുദ്ധം ചെയ്‌വാൻ മേരോം തടാകത്തിന്നരികെ പാളയമിറങ്ങി.
ପୁଣି ଏସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍‍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।
6 അപ്പോൾ യഹോവ യോശുവയോട്: “അവരെ പേടിക്കേണ്ടാ; ഞാൻ നാളെ ഈ നേരം അവരെ ഒക്കെയും യിസ്രായേലിന്റെ മുമ്പിൽ ചത്തു വീഴുമാറാക്കും; നീ അവരുടെ കുതിരകളുടെ കുതിഞരമ്പു വെട്ടി രഥങ്ങൾ തീയിട്ടു ചുട്ടുകളയേണം”.
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।”
7 അങ്ങനെ യോശുവയും സൈന്യവും മേരോ തടാകത്തിനരികെ പെട്ടെന്ന് അവരുടെ നേരെ വന്ന് അവരെ ആക്രമിച്ചു.
ପୁଣି ଯିହୋଶୂୟ ଓ ସମସ୍ତ ଯୋଦ୍ଧା ମେରୋମ୍‍ ଜଳାଶୟ ନିକଟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ଆସି ସେମାନଙ୍କୁ ଆକ୍ରମଣ କଲେ।
8 യഹോവ അവരെ യിസ്രായേലിന്റെ കയ്യിൽ ഏല്പിച്ചു; അവർ അവരെ തോല്പിച്ചു; മഹാനഗരമായ സീദോൻവരെയും, മിസ്രെഫോത്ത്മയീം വരെയും കിഴക്ക് മിസ്പെതാഴ്‌വരവരെയും അവരെ ഓടിച്ച്, ആരും ശേഷിക്കാതെ സംഹരിച്ചുകളഞ്ഞു.
ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।
9 യഹോവ കല്പിച്ചതുപോലെ യോശുവ അവരോട് ചെയ്തു; കുതിരകളുടെ കുതിഞരമ്പു വെട്ടി രഥങ്ങൾ തീയിട്ട് ചുട്ടുകളഞ്ഞു.
ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।
10 ൧൦ യോശുവ ആ സമയം തിരിഞ്ഞ് ഹാസോർ പിടിച്ച് അതിലെ രാജാവിനെ വാൾകൊണ്ട് കൊന്നു; അന്നുണ്ടായിരുന്ന രാജ്യങ്ങളിൽ ഹാസോർ ഏറ്റവും പ്രബലമായിരുന്നു.
ସେହି ସମୟରେ ଯିହୋଶୂୟ ଫେରିଆସି ହାସୋର ହସ୍ତଗତ କଲେ ଓ ତହିଁର ରାଜାକୁ ଖଡ୍ଗରେ ଆଘାତ କଲେ; ପୂର୍ବକାଳରେ ହାସୋର ସେହି ସବୁ ରାଜ୍ୟର ମସ୍ତକ ଥିଲା।
11 ൧൧ അവർ അതിലെ സകലമനുഷ്യരെയും വാൾകൊണ്ട് നിർമ്മൂലമാക്കി; ആരും ജീവനോടെ ശേഷിച്ചില്ല; അവൻ ഹാസോരിനെ തീകൊണ്ട് ചുട്ടുകളഞ്ഞു.
ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାସୋରକୁ ଅଗ୍ନିରେ ଦଗ୍ଧ କଲେ।
12 ൧൨ ആ രാജാക്കന്മാരുടെ എല്ലാ പട്ടണങ്ങളെയും യോശുവ പിടിക്കുകയും രാജാക്കന്മാരെ ഒക്കെയും വാളിനാൽ നിർമ്മൂലമാക്കിക്കളയുകയും ചെയ്തു. യഹോവയുടെ ദാസനായ മോശെ കല്പിച്ചതുപോലെ തന്നേ.
ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
13 ൧൩ ഹാസോർ ഒഴികെ കുന്നുകളിലെ പട്ടണങ്ങൾ ഒന്നും യിസ്രായേൽ ചുട്ടുകളഞ്ഞില്ല.
ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ।
14 ൧൪ ഈ പട്ടണങ്ങളിലെ കൊള്ളയും കന്നുകാലികളെയും യിസ്രായേൽ മക്കൾ എടുത്തു; മനുഷ്യരെ ഒക്കെയും അവർ വാളുകൊണ്ട് സംഹരിച്ചു; ആരെയും ജീവനോടെ ശേഷിപ്പിച്ചില്ല.
ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।
15 ൧൫ യഹോവ തന്നോട് കല്പിച്ചതുപോലെ മോശെ യോശുവയോടു കല്പിച്ചിരുന്നു; അതിനാൽ യഹോവ മോശെയോട് കല്പിച്ചതിൽ ഒന്നും അവൻ ചെയ്യാതെ വിട്ടില്ല.
ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ; ଆଉ ଯିହୋଶୂୟ ତଦନୁସାରେ କର୍ମ କଲେ; ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ।
16 ൧൬ ഇങ്ങനെ മലനാടും തെക്കേദേശവും ഗോശെൻദേശവും താഴ്‌വരയും അരാബയും യിസ്രായേൽമലനാടും അതിന്റെ താഴ്‌വരയും സേയീരിലേക്കുള്ള കയറ്റത്തിലെ മൊട്ടക്കുന്നു തുടങ്ങി ഹെർമ്മോൻ പർവ്വതത്തിന്റെ അടിവാരത്തുള്ള ലെബാനോൻ താഴ്‌വരയിലെ ബാൽ-ഗാദ് വരെയുള്ള ദേശവും യോശുവ പിടിച്ചു.
ଏହିରୂପେ ଯିହୋଶୂୟ ସେହି ସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;
17 ൧൭ അവിടങ്ങളിലെ രാജാക്കന്മാരെയും അവൻ പിടിച്ച് വെട്ടിക്കൊന്നു.
ସେୟୀରଗାମୀ ହାଲକ୍‍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍‍ଗାଦ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।
18 ൧൮ ആ രാജാക്കന്മാരോട് യോശുവ ദീർഘകാലം യുദ്ധം ചെയ്തിരുന്നു.
ଯିହୋଶୂୟ ସେହି ରାଜାମାନଙ୍କ ସଙ୍ଗେ ଅନେକ ଦିନ ଯୁଦ୍ଧ କଲେ।
19 ൧൯ ഗിബെയോൻ നിവാസികളായ ഹിവ്യർ ഒഴികെ ഒരു പട്ടണക്കാരും യിസ്രായേൽ മക്കളോട് സഖ്യത ചെയ്തില്ല; ശേഷമുള്ള പട്ടണമൊക്കെയും അവർ യുദ്ധത്തിൽ പിടിച്ചടക്കി.
ଗିବୀୟୋନ୍‍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ-ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।
20 ൨൦ യഹോവ മോശെയോട് കല്പിച്ചതുപോലെ അവരെ നിർമ്മൂലമാക്കുകയും കരുണ കൂടാതെ നശിപ്പിക്കയും ചെയ്യേണ്ടതിന് അവർ യിസ്രായേലിനോട് യുദ്ധത്തിന് പുറപ്പെടാൻ തക്കവണ്ണം യഹോവ അവരുടെ മനസ്സ് കഠിനമാക്കിയിരുന്നു.
କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।
21 ൨൧ അക്കാലത്ത് യോശുവ മലനാടായ ഹെബ്രോൻ, ദെബീർ, അനാബ്, യെഹൂദാമലനാട്, യിസ്രായേല്യമലനാട് എന്നിവിടങ്ങളിലെ അനാക്യരെ സംഹരിച്ചു; അവരുടെ പട്ടണങ്ങളോടുകൂടെ യോശുവ അവരെ നിർമ്മൂലമാക്കി.
ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।
22 ൨൨ ഗസ്സയിലും ഗത്തിലും അസ്തോദിലും മാത്രമല്ലാതെ യിസ്രായേൽ മക്കളുടെ ദേശത്ത് ഒരു അനാക്യനും ശേഷിച്ചില്ല.
ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍ଦୋଦରେ କେହି କେହି ରହିଲେ।
23 ൨൩ യഹോവ മോശെയോട് കല്പിച്ചതുപോലെ യോശുവ ദേശം മുഴുവനും പിടിച്ചു; അതിനെ യിസ്രായേലിന് ഗോത്രവിഭാഗപ്രകാരം ഭാഗിച്ചു കൊടുത്തു; ഇങ്ങനെ യുദ്ധം തീർന്നു ദേശത്ത് സമാധാനം ഉണ്ടായി.
ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।

< യോശുവ 11 >