< Amahubo 136 >
1 Bongani uThixo, ngoba ulungile.
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2 Bongani uNkulunkulu wabonkulunkulu.
ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
3 Bongani uMbusi wababusi:
ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
4 Kuye yedwa owenza izimanga ezinkulu,
ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
5 Owathi ngokuzwisisa kwakhe wenza amazulu,
ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
6 Owendlala umhlaba phezu kwamanzi,
ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
7 Owenza izibane ezinkulu,
ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
9 Inyanga lezinkanyezi ukubusa ebusuku,
ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
10 Kuye owatshaya walalisa amazibulo aseGibhithe,
ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
11 Wakhupha u-Israyeli phakathi kwabo,
ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
12 Ngesandla esilamandla lengalo eyeluliweyo,
ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
13 Kuye owadabula uLwandle oluBomvu lwehlukana,
ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
14 Wakhuphula u-Israyeli phakathi kwalo,
ତହିଁ ମଧ୍ୟଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
15 Kodwa wakhukhulela uFaro lempi yakhe eLwandle oluBomvu,
ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
16 Wahola abantu bakhe enkangala,
ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
17 Owalahla phansi amakhosi amakhulu,
ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
18 Wabulala amakhosi esabekayo,
ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19 uSihoni inkosi yama-Amori,
ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20 lo-Ogi inkosi yaseBhashani,
ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21 Wanikela amazwe abo njengelifa,
ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22 Abayilifa encekwini yakhe u-Israyeli,
ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23 Kuye Yedwa owasikhumbula singesibantu balutho,
ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
24 Wasikhulula ezitheni zethu,
ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
25 Njalo onika ukudla izidalwa zonke,
ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
26 Bongani uNkulunkulu wasezulwini,
ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।