< Imisebenzi 4 >

1 Kwathi besakhuluma ebantwini, abapristi lenduna yethempeli labaSadusi babafikela,
ପିତର ଏବଂ ଯୋହନ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
2 benengekile ngoba babefundisa abantu, njalo betshumayela ukuvuka kwabafileyo ngoJesu.
ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ।
3 Babadumela ngezandla, babafaka esitokisini kwaze kwaba kusisa; ngoba kwasekuhlwile.
ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା।
4 Kodwa abanengi abalizwayo ilizwi bakholwa; lenani lamadoda lalingaba zinkulungwane ezinhlanu.
ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।
5 Kwasekusithi kusisa kwabuthana ababusi labadala lababhali babo eJerusalema,
ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂଶାଲମ ସହରରେ ଏକତ୍ରିତ ହେଲେ;
6 loAnasi umpristi omkhulu, loKayafasi, loJohane, loAleksandro, labo bonke abendlu yompristi omkhulu.
ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍‌ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ।
7 Sebebamise phakathi, babuza: Lokhu lina likwenze ngawaphi amandla kumbe ngaliphi ibizo?
ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ?
8 Khona uPetro egcwaliswe nguMoya oNgcwele wathi kubo: Babusi babantu labadala bakoIsrayeli,
ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,
9 nxa thina sibuzwa lamuhla ngomsebenzi omuhle emuntwini obuthakathaka emzimbeni, ukuthi yena usiliswe ngani;
ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି?
10 kakwaziwe yini lonke laso sonke isizwe sakoIsrayeli, ukuthi ngebizo likaJesu Kristu umNazaretha, lina elambethelayo, uNkulunkulu owamvusayo kwabafileyo, ngaye lo umi lapha phambi kwenu esesilile.
ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
11 Yena lo uyilitshe elaliwa yini abakhi, eseliyinhloko yengonsi.
“‘ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।’
12 Njalo kalukho usindiso komunye; ngoba kalikho lelinye ibizo ngaphansi kwezulu elinikiweyo phakathi kwabantu, esimele sisindiswe ngalo.
ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”
13 Kwathi bebona isibindi sikaPetro loJohane, njalo besazi ukuthi babengabantu abangafundanga njalo bengabantu nje, bamangala, njalo babazi ukuthi babeloJesu,
ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
14 kodwa bebona umuntu osilisiweyo emi labo, babengelakuphika lutho.
ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।
15 Kodwa sebebalayile ukuthi baphume phandle emphakathini, bacebisana bodwa,
ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କଅଣ କରିବା?
16 besithi: Sizabenzani lababantu? Ngoba ukuthi isibonakaliso esidumisekayo senziwa yibo, kusobala kubo bonke abahlezi eJerusalema, njalo singekuphike;
କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂଶାଲମ ସହରନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;
17 kodwa ukuze kungabe kusanda phakathi kwabantu, asibaqonqosele ukuthi bangabe besakhuluma lamuntu ngalelibizo.
କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା।
18 Basebebabiza, babalaya ukuthi bangakhulumi lakanye njalo bangafundisi ngebizo likaJesu.
ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ।
19 Kodwa uPetro loJohane babaphendula bathi: Yehlukanisani ukuthi kulungile phambi kukaNkulunkulu ukulalela lina kuloNkulunkulu.
କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
20 Ngoba thina kasilakuyekela ukukhuluma izinto esizibonileyo lesizizwileyo.
କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।
21 Kwathi sebebaqonqosele futhi, babayekela bahamba; bengatholi lutho lokuthi bangabajezisa njani, ngenxa yabantu, ngoba bonke badumisa uNkulunkulu ngalokho okwenzakeleyo.
ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,
22 Ngoba umuntu wayeleminyaka edlula amatshumi amane esenziwa kuye lesisibonakaliso seselapho.
କାରଣ ଯେଉଁ ଲୋକଠାରେ ସେହି ସୁସ୍ଥତାର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା।
23 Kwathi sebeyekelwe basuka baya kwabakibo, bababikela konke abapristi abakhulu labadala abakutshiloyo kubo.
ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ।
24 Kwathi bona sebezwile baphakamisela ilizwi nganhliziyonye kuNkulunkulu, bathi: Nkosi, wena unguNkulunkulu owenza izulu lomhlaba lolwandle lakho konke okukukho;
ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ବରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ।
25 owathi ngomlomo wenceku yakho uDavida: Kungani abezizwe bexokozela, labantu banakane okuyize?
ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, “‘ଅଣଯିହୁଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ?
26 Amakhosi omhlaba ema, lababusi bahlangana ndawonye ukumelana leNkosi, lokumelana loGcotshiweyo wayo;
ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ।’
27 ngoba isibili bahlangana ndawonye bemelane leNdodana yakho engcwele uJesu, owayigcobayo, bonke uHerodi loPontiyusi Pilatu, kanye labezizwe labantu bakoIsrayeli,
କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
28 ukwenza konke isandla sakho lecebo lakho elakumisa phambili ukuthi kwenzeke.
ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
29 Njalo ngalesisikhathi, Nkosi, khangela ukusonga kwabo, unike izinceku zakho ukuthi zikhulume ilizwi lakho ngesibindi sonke,
ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
30 ngokuthi welule isandla sakho ukusilisa, lokuthi kwenziwe izibonakaliso lezimangaliso ngebizo leNdodana yakho engcwele uJesu.
ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।”
31 Kwathi sebekhulekile kwazanyazanyiswa indawo ababebuthene kuyo, basebegcwaliswa bonke ngoMoya oNgcwele, basebekhuluma ilizwi likaNkulunkulu ngesibindi.
ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
32 Lexuku labakholwayo lalinhliziyonye lomoya munye; njalo kungekho oyedwa owathi ezintweni alazo ngezakhe, kodwa bahlanganyela izinto zonke.
ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
33 Langamandla amakhulu abaphostoli baveza ubufakazi bokuvuka kweNkosi uJesu, lomusa omkhulu waba phezu kwabo bonke.
ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା।
34 Ngoba kwakungekho futhi oswelayo phakathi kwabo; ngoba bonke ababengabanikazi bemihlaba kumbe izindlu, bathengisa baletha intengo zalokho okuthengisiweyo,
ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ,
35 bayibeka enyaweni zabaphostoli; njalo kwabelwa ngulowo lalowo njengokuswela kwakhe.
ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।
36 Kwathi uJose owabizwa ngabaphostoli ngokuthi nguBarnabasi, okuyikuthi ngokuphendulelwa, indodana yenduduzo, umLevi, umKuprosi ngokuzalwa,
ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍‍ ସାନ୍ତ୍ୱନାର ପୁତ୍ର),
37 elesiqinti, wasithengisa, waletha imali, wayibeka enyaweni zabaphostoli.
ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ।

< Imisebenzi 4 >