< Amahubo 49 >
1 Zwanini lokhu lonke bantu. Bekani indlebe lonke bakhileyo bomhlaba,
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
2 bonke abantukazana labaphakemeyo, abanothileyo labayanga, ndawonye.
ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।
3 Umlomo wami uzakhuluma izinhlakanipho, lokuzindla kwenhliziyo yami kuzakuba yikuqedisisa.
ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
4 Ngizabeka indlebe yami kuso isaga, ngizavula ilibho lami ngechacho.
ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
5 Ngizakwesabelani ensukwini zobubi, nxa ububi babagwenxi bami buzangihanqa.
ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?
6 Abathemba ingcebo yabo, abazincoma ngobunengi benotho yabo,
ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
7 umuntu kasoze ahlenge lokuhlenga umfowabo, kasoze amnike uNkulunkulu inhlawulo yakhe,
ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
8 (ngoba uhlengo lomphefumulo wabo luligugu, futhi luyaphela laphakade)
କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
9 ukuze ahlale ephila phakade, angaboni ukubola.
କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
10 Ngoba ubona ukuthi abahlakaniphileyo bayafa, lokuthi isithutha kanye lesiphukuphuku bayabhubha, batshiyele inotho yabo abanye.
ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।
11 Umcabango wabo wangaphakathi uyikuthi izindlu zabo zizakuba ngezaphakade, izindawo zabo zokuhlala zibe ngezezizukulwana, babize amazwe ngamabizo abo.
ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
12 Kodwa umuntu elodumo kayikuma, uyafanana lenyamazana ezibhubhayo.
ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
13 Le indlela yabo iyibuthutha babo; kube kanti ababalandelayo bathokoza ngomlomo wabo. (Sela)
ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। (ସେଲା)
14 Njengezimvu bamiselwe ingcwaba, ukufa kuzabelusa; labaqotho bazababusa ekuseni, isimo sabo ngesokuqedwa lingcwaba ukuze bangabi lendawo yokuhlala. (Sheol )
ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ। (Sheol )
15 Kodwa uNkulunkulu uzahlenga umphefumulo wami emandleni engcwaba, ngoba uzangemukela. (Sela) (Sheol )
ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। (ସେଲା) (Sheol )
16 Ungesabi nxa umuntu enotha, nxa udumo lwendlu yakhe lusanda;
କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
17 ngoba ekufeni kwakhe kayikuthatha lutho, udumo lwakhe kaluyikwehla lumlandele.
କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ।
18 Lanxa empilweni yakhe wabusisa umphefumulo wakhe, njalo bakudumisa nxa uzenzela okuhle,
ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
19 uzakuya esizukulwaneni saboyise, kabayikubona ukukhanya kuze kube phakade.
ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।
20 Umuntu olodumo, engaqedisisi, unjengezinyamazana ezibhubhayo.
ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।