< UZekhariya 13 >
1 Ngalolosuku kuzakuba lomthombo ovulelwe isono lokungcola kuyo indlu kaDavida labahlali beJerusalema.
ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
2 Kuzakuthi-ke ngalolosuku, itsho iNkosi yamabandla, ngiqume amabizo ezithombe asuke elizweni, kazisayikukhunjulwa; ngenze labaprofethi lomoya ongcolileyo bedlule basuke elizweni.
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।
3 Kuzakuthi-ke, loba ngubani esaprofetha, uyise lonina abamzalayo bathi kuye: Kawuyikuphila, ngoba ukhuluma amanga ebizweni leNkosi. Uyise lonina abamzalayo bazamgwaza lapho eprofetha.
ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।
4 Kuzakuthi-ke ngalolosuku abaprofethi bazakuba lenhloni, ngulowo lalowo ngombono wakhe ekuprofetheni kwakhe; futhi kabayikugqoka izigqoko zoboya ukuze bakhohlise;
ପୁଣି, ସେହି ଦିନ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।
5 kodwa uzakuthi: Kangisuye mprofethi, ngingumlimi womhlabathi; ngoba umuntu wangithenga kusukela ebutsheni bami.
ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’
6 Lomunye uzakuthi kuye: Ayini lamanxeba asezandleni zakho? Yena uzakuthi: Engatshaywa ngawo endlini yabangane bami.
ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’”
7 Vuka, nkemba, umelane lomelusi wami, umelane lomuntu ongumngane wami, itsho iNkosi yamabandla. Tshaya umelusi, izimvu zihlakazeke; besengiphendulela isandla sami kwezincinyane.
“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।
8 Kuzakuthi-ke elizweni lonke, itsho iNkosi, ingxenye ezimbili kulo zizaqunywa ziphele; kodwa eyesithathu izasala kulo.
ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।
9 Njalo eyesithathu ngizayidabulisa emlilweni, ngibacwengisise njengoba isiliva sicwengisiswa, ngibalinge njengoba igolide lilingwa. Bona bazabiza ibizo lami, mina-ke ngizabaphendula. Ngizakuthi: Bangabantu bami; bona-ke bazakuthi: INkosi inguNkulunkulu wami.
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”