< २ राजाहरू 16 >

1 रमल्याहका छोरा पेकहको सत्रौँ वर्षमा यहूदाका राजा योतामका छोरा आहाजले राज्‍य सुरु गरे ।
ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍‍ଙ୍କର ପୁତ୍ର ଆହସ୍‌ ରାଜତ୍ୱ କରିବାକୁ ଆରମ୍ଭ କଲେ।
2 आहाजले राज्‍य गर्न सुरु गर्दा तिनी बिस वर्षका थिए, र तिनले यरूशलेममा सोह्र वर्ष राज्य गरे । तिनका पुर्ख दाऊदले गरेझैँ परमप्रभुको दृष्‍टिमा जे ठिक थियो, तिनले त्‍यो गरेनन् ।
ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।
3 बरु, तिनी इस्राएलका राजाहरूको चालमा हिंडे । वास्तवमा परमप्रभुले इस्राएलका मानिसहरूको सामुबाट धपाउनुभएका जातिहरूका घृणित अभ्यासहरूको अनुसरण गरेर तिनले आफ्नो छोरोलाई आगोमा टेकेर हिंड्‍न लगाए ।
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ।
4 तिनले उच्‍च थानहरू, डाँडाका टाकुराहरू र हरेक हरियो रुखमुनि बलिदानहरू चढाए र धूप बाले ।
ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5 तब अरामका राजा रसीन र इस्राएलका राजा रमल्याहका छोरा पेकह आक्रमण गर्न यरूशलेममा आए । तिनीहरूले आहाजलाई घेरे तापनि तिनीहरूले तिनलाई पराजित गर्न सकेनन् ।
ସେତେବେଳେ ଅରାମର ରାଜା ରତ୍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍‌ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।
6 त्यस बेला अरामका राजा रसीनले अरामको लागि एलात फेरि प्राप्‍त गरे र यहूदाका मानिसहरूलाई एलातबाट धपाए । तब अरामीहरू एलातमा आए, जहाँ तिनीहरू आजको दिनसम्म नै बसेका छन् ।
ସେହି ସମୟରେ ଅରାମର ରାଜା ରତ୍ସୀନ, ଏଲତ୍‍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍‍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍‍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି।
7 त्‍यसैले आहाजले अश्शूरका राजा तिग्लत-पिलेसेरकहाँ यसो भनेर सन्देशवाहकहरू पठाए, “म तपाईंको सेवक र तपाईंको छोरो हुँ । माथि आउनुहोस् र अरामका राजा र इस्राएलका राजाको हातबाट मलाई बचाउनुहोस् जसले मलाई आक्रमण गरेका छन् ।”
ଏଥିରେ ଆହସ୍‌ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋʼ ବିରୁଦ୍ଧରେ ଉଠୁଅଛନ୍ତି।”
8 त्यसैले आहाजले परमप्रभुको मन्दिरमा भेट्टाइएका चाँदी र सुन अनि राजदरबारका धन-सम्‍पति लिए र अश्शूरका राजाकहाँ उपहारको रूपमा ति पठाए ।
ପୁଣି ଆହସ୍‌ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ।
9 तब अश्शूरका राजाले तिनको कुरा सुने, र अश्शूरका राजा दमस्कसको विरुद्धमा गए, त्‍यसमाथि विजय हासिल गरे र यहाँका मानिसहरूलाई बन्दी बनाएर कीरमा लगे । तिनले अरामका राजा रसीनलाई पनि मारे ।
ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍‍ ନଗରକୁ ନେଇଗଲା ଓ ରତ୍ସୀନକୁ ବଧ କଲା।
10 राजा आहाज अश्शूरका राजा तिग्लत-पिलेसेरलाई भेट्न दमस्कसमा गए । दमस्कसमा तिनले एउटा वेदी देखे । तिनले आवश्यक सबै कामको लागि वेदीको ढाँचा र तरिका उरियाह पुजारीलाई नमुनाको लागि पठाए ।
ଏଥିଉତ୍ତାରେ ଆହସ୍‌ ରାଜା ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍‌କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍‌ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।
11 त्यसैले राजा आहाजले दमस्कसबाट पठाएको योजनाहरू जस्‍तै ढाँचाको वेदी उरियाह पुजारीले बनाए । राजा आहाज दमस्कसबाट फर्कनुअगि तिनले यसलाई बनेर सिद्ध्याए ।
ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍‌ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ୍‌ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।
12 राजा दमस्कसबाट आएपछि, तिनले वेदी देखे । राजा वेदीमा गए र बलिदानहरू चढाए ।
ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ।
13 तिनले आफ्ना होमबलि र अन्‍नबलि चढाए, आफ्‍नो अर्घबलि खन्याए, अनि मेलबलिको रगतलाई वेदीमाथि छर्के ।
ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।
14 परमप्रभुको सामु भएको काँसाको वेदी, तिनले परमप्रभुको मन्दिरको सामुबाट अर्थात् तिनको वेदी र परमप्रभुको मन्दिरको बिचबाट ल्‍याए र आफ्‍नो वेदीको उत्तरपट्टि राखे ।
ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍‍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।
15 तब राजा आहाजले उरियाह पुजारीलाई यसो भनेर आदेश दिए, “ठुलो वेदीमा बिहानको होमबलि र साँझको अन्‍नबलि अनि राजाको होमबलि र तिनको अन्‍नबलिलाई देश भरिका सबै मानिसका होमबलि र तिनीहरूका अन्‍नबलि र तिनीहरूका अर्घबलिसँगै चढाऊ । यसमाथि होमबलिको सबै रगत र बलिदानका सबै रगत छर्क । तर काँसाको वेदीचाहिं मार्गदर्शनको सल्लाह लिन मेरो निम्‍ति हुनेछ ।”
ଆହୁରି ଆହସ୍‌ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”
16 राजा आहाजले जसरी आज्ञा दिए, उरियाह पुजारीले त्‍यसरी नै गरे ।
ଏହିରୂପେ ଊରୀୟ ଯାଜକ ଆହସ୍‌ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା।
17 तब राजा आहाजले गुड्‍ने आधारहरूबाट पाटाहरू र बाटाहरू हटाए । तिनले विशाल खँड्कुलोलाई त्यसलाई थामिराख्‍ने काँसाका साँढेहरूबाट निकाले र ढुङ्गाको आधारमा राखे ।
ପୁଣି ଆହସ୍‌ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନ-ପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ରରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ।
18 तिनले शबाथमा प्रयोग गरिने चँदुवालाई हटाए जसलाई तिनीहरूले मन्दिरमा निर्माण गरेका थिए । तिनले अश्शूरका राजाको कारणले मन्दिरबाहिर भएको राजकीय प्रवेशद्वारलाई पनि हटाइदिए ।
ଆଉ ସେମାନେ ବିଶ୍ରାମବାର ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ।
19 आहाज र तिनले गरेका कामका बारेमा ती यहूदाका राजाहरूको इतिहासको पुस्तकमा लेखिएका छैनन् र?
ଏହି ଆହସ୍‌ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
20 आहाज आफ्ना पुर्खाहरूसित सुते र दाऊदको सहरमा तिनका पुर्खाहरूसँगै गाडिए । तिनको ठाउँमा तिनका छोरा हिजकिया राजा भए ।
ଏଥିଉତ୍ତାରେ ଆହସ୍‌ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।

< २ राजाहरू 16 >