< प्रस्थान 13 >

1 तब परमप्रभुले मोशालाई यसो भन्‍नुभयो,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “इस्राएलीहरूमध्येका मानिस र पशुहरू दुवैबाट पहिले जन्मेका सबै नरलाई मेरो निम्ति अलग गर् । पहिले जन्मेकाहरू मेरा हुन् ।”
“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”
3 मोशाले मानिसहरूलाई भने, “आजको दिन सम्झना राख । आजकै दिन परमप्रभुको शक्तिशाली हातद्वारा तिमीहरू मिश्रको दासत्वबाट यस ठाउँमा ल्याइएका छौ । खमिर हालेको कुनै पनि रोटी खाइनेछैन ।
ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।
4 तिमीहरू आबीब महिनाको आजकै दिनमा मिश्रबाट बाहिर जाँदै छौ ।
ତୁମ୍ଭେମାନେ ଆବୀବ୍‍ ମାସର ଏହି ଦିନରେ ବାହାର ହେଲ।
5 परमप्रभुले तिमीहरूलाई कनानी, हित्ती, एमोरी, हिव्वी र यबूसीहरूको दूध र मह बग्‍ने देशमा लैजानुहुँदा तिमीहरूले यही महिनामा आराधनाको यो चाड मान्‍नू ।
ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ।
6 सात दिनसम्म तिमीहरूले खमिर नहालेको रोटी खानू । सातौँ दिनमा परमप्रभुको निम्ति चाड हुनेछ ।
ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ।
7 सात दिनसम्म खमिर नहालेको रोटी खानू । खमिर हालेको रोटी तिमीहरूका बिचमा नदेखियोस् ।
ପୁଣି, ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୁଟି ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ।
8 त्यस दिन तिमीहरूले आ-आफ्ना छोराछोरीहरूलाई भन्‍नू, 'म मिश्रबाट बाहिर आउँदा परमप्रभुले मेरो निम्ति जे गर्नुभएको थियो, त्यसैको खातिर मैले यसो गरेको हुँ ।'
ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ।’
9 यो तिमीहरूका निम्ति हातमा र तिमीहरूको निधारमा सम्झना गराउने कुरो हुनेछ । परमप्रभुको शक्तिशाली हातले तिमीहरूलाई मिश्रबाट बाहिर ल्याएकोले तिमीहरूको मुखमा यो उहाँको विधि हुनेछ ।
ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।
10 त्यसकारण वर्षैपिच्छे तिमीहरूले तोकिएको समयमा यो विधिको पालन गर्नू ।
ଏହେତୁ ସମୟାନୁସାରେ ତୁମ୍ଭେ ପ୍ରତି ବର୍ଷ ଏହି ବିଧି ପାଳନ କରିବ।
11 परमप्रभुले तिमीहरू र तिमीहरूका पिता-पुर्खाहरूसित शपथ खानुभएझैँ उहाँले तिमीहरूलाई कनानीहरूको देशमा पुर्‍याई त्यो देश तिमीहरूलाई दिनुहुँदा
ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ;
12 तिमीहरूले हरेकको गर्भको पहिले फल परमप्रभुको निम्ति अलग गर्नू ।
ସେତେବେଳେ ତୁମ୍ଭେ ପ୍ରଥମଜାତ ସମସ୍ତ ଗର୍ଭଫଳ ଓ ତୁମ୍ଭ ପଶୁଠାରୁ ଜାତ ପ୍ରତ୍ୟେକ ପ୍ରଥମ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ କରିବ; ପୁଂସନ୍ତାନ ସକଳ ସଦାପ୍ରଭୁଙ୍କର ହେବେ।
13 गधाको हरेक पहिलो फललाई एउटा पाठोद्वारा छुटाउनू । त्यो छुटाएनौ भने त्यसको घाँटी निमोठिदिनू । तर तिमीहरूका सबै छोराका बिचमा पहिलो फललाई तिमीहरूले छुटाउनैपर्छ ।
ପୁଣି, ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ।
14 'यसको मतलब के हो?' भनी पछि तिमीहरूको छोरोले सोध्दा तिमीहरूले यसो भन्‍नू, 'परमप्रभुले शक्तिशाली हातद्वारा हामीलाई मिश्रको दासत्वबाट निकालेर ल्याउनुभयो ।
ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,
15 हठी भएर फारोले हामीलाई जान दिन इन्कार गर्दा परमप्रभुले मिश्र देशमा मानिस र पशु दुवैका सबै पहिले जन्मेकाहरूलाई मार्नुभयो । त्यसकारण म हरेक पशुको पहिले जन्मेको नरलाई परमप्रभुको निम्ति बलिदान चढाउँछु, र मेरा छोराहरूमध्ये जेठोलाई छुटाउँछु ।'
ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।’
16 यो तिमीहरूको हात र तिमीहरूको निधारमा सम्झना दिलाउने कुरो हुनेछ किनकि परमप्रभुको शक्तिशाली हातद्वारा उहाँले हामीलाई मिश्रबाट बाहिर ल्याउनुभएको थियो ।”
ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।”
17 फारोले मानिसहरूलाई जान दिएपछि परमेश्‍वरले तिनीहरूलाई पलिश्तीको देशको बाटो नजिकै भए तापनि त्यहाँबाट भएर अगुवाइ गर्नुभएन । किनकि उहाँले भन्‍नुभयो, “तिनीहरूले लडाइँ देखेर तिनीहरूको मन बद्ली तिनीहरू मिश्रमा नै फर्केर जान सक्छन् ।”
ଏଥିଉତ୍ତାରେ ଫାରୋ ଲୋକମାନଙ୍କୁ ଯିବାକୁ ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ୱର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ୱର କହିଲେ, “ଯେବେ ଲୋକମାନେ ଯୁଦ୍ଧ ଦେଖନ୍ତି ସେମାନେ ଆପଣା ଆପଣାର ମନକୁ ବଦଳାଇ ମିସରକୁ ଫେରିଯାଇ ପାରନ୍ତି।”
18 त्यसैले परमेश्‍वरले ती मानिसहरूलाई उजाड-स्थानको बाटो भएर लाल समुद्रतिर लैजानुभयो । इस्राएलीहरू युद्धको लागि सशस्‍त्र भई मिश्र देशबाट अगि बढे ।
ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।
19 मोशाले योसेफको अस्थि आफूसितै लगे किनकि योसेफले इस्राएलीहरूलाई यसरी गम्भीरतापूर्वक शपथ खान लगाएका थिए, “निश्‍चय नै परमेश्‍वरले तिमीहरूलाई छुटकारा दिनुहुनेछ र तिमीहरूले मेरो अस्थि आफूसितै लैजानू ।”
ପୁଣି, ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ-ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ; ସେସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ।”
20 इस्राएलीहरू सुक्‍कोतबाट यात्रा गरी उजाड-स्थानको नजिकै एथाममा आइपुगे र त्यहाँ तिनीहरूले पाल टाँगे ।
ଏଥିଉତ୍ତାରେ ସେମାନେ ସୁକ୍କୋତଠାରୁ ଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମରେ ଛାଉଣି କଲେ।
21 परमप्रभु दिनमा बादलको खाँबो बनी तिनीहरूको अगिअगि जानुहुन्थ्यो । रातमा आगोको खाँबो बनी उहाँले तिनीहरूलाई ज्योति दिनुहुन्थ्यो । यसरी तिनीहरू दिन र रातमा यात्रा गर्न सक्थे ।
ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରି ପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘ ସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;
22 परमप्रभुले दिनमा बादलको खाँबो र रातमा आगोको खाँबो मानिसहरूबाट हटाउनुभएन ।
ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ।

< प्रस्थान 13 >