< इजकिएल 43 >

1 त्‍यसपछि ती मानिसले मलाई पूर्वपट्टि खोलिने ढोकामा लगे ।
ଏଥିଉତ୍ତାରେ ସେ ମୋତେ ଦ୍ୱାରକୁ, ଅର୍ଥାତ୍‍, ପୂର୍ବାଭିମୁଖ ଦ୍ୱାର ନିକଟକୁ ଆଣିଲେ;
2 हेर, इस्राएलका परमेश्‍वरको महिमा पूर्वबाट आयो । उहाँको आवाज धेरै पानीको झैं थियो, र पृथ्वीले उहाँको महिमाको प्रकाश दियो ।
ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।
3 त्योचाहिं मैले देखेको दर्शनअनुसार थियो, उहाँ सहरलाई नाश गर्न आउनुभएको बेलामा मैले देखेको दर्शनअनुसार थियो, र ती दर्शनहरू मैले कबार नदीको किनारमा देखेको दर्शनजस्‍तो थियो, र मैले आफ्‍नो शिर घोप्टो पारें ।
ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍‍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି।
4 यसरी पूर्वपट्टि खोलिएको ढोकाको बाटोबाट परमप्रभुको महिमा मन्‍दिरभित्र आयो ।
ପୁଣି, ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ସଦାପ୍ରଭୁଙ୍କର ପ୍ରତାପ ଗୃହ ମଧ୍ୟରେ ପ୍ରବେଶ କଲା।
5 तब आत्माले मलाई उचाल्‍नुभयो र मलाई भित्री चोकमा ल्याउनुभयो । हेर, परमप्रभुको महिमाले मन्‍दिरलाई भरिरहेको थियो ।
ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
6 ती मानिस मेरो छेउमा खडा थिए, र मैले मन्‍दिरबाट अर्को कोही मसँग बोलिरहेका सुनें ।
ପୁଣି, ଗୃହ ମଧ୍ୟରୁ ଏକ ଜଣ ମୋତେ କହିବାର ଶୁଣିଲି ଓ ଏକ ବ୍ୟକ୍ତି ମୋʼ ପାଖରେ ଠିଆ ହେଲେ।
7 उहाँले मलाई भन्‍नुभयो, “ए मानिसको छोरो, यो मेरो सिंहासनको ठाउँ र मेरो पाउका पैताला रहने ठाउँ हो, जहाँ म इस्राएलका मानिसहरूका बिचमा सदासर्वदाको निम्ति रहनेछु । इस्राएलको घराना, अर्थात् तिनीहरू र तिनीहरूका राजाहरूले आफ्ना विश्‍वासहीनता वा उच्‍च ठाउँहरूमा तिनीहरूका राजाहरूका लाशद्वारा अबदेखि मेरो पवित्र नाउँलाई अशुद्ध पार्नेछैनन् ।
ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହା ଆମ୍ଭ ସିଂହାସନର ସ୍ଥାନ ଓ ଆମ୍ଭ ପାଦପୀଠର ସ୍ଥାନ, ଏହି ସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସଦାକାଳ ବାସ କରିବା; ଆଉ, ଇସ୍ରାଏଲ ବଂଶ, ଅର୍ଥାତ୍‍, ସେମାନେ ଓ ସେମାନଙ୍କ ରାଜାଗଣ ଆପଣାମାନଙ୍କର ବ୍ୟଭିଚାର ଓ ଉଚ୍ଚସ୍ଥଳୀରେ ଆପଣାମାନଙ୍କ ରାଜାଗଣର ଶବ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅଶୁଚି କରିବେ ନାହିଁ।
8 तिनीहरूको सँघारलाई मेरो सँघारको नजिक, र तिनीहरूको ढोकाका चौकोसहरूलाई मेरो ढोकाका चौकोसहरूका नजिक राखेर, अनि म र तिनीहरूका बिचमा एउटा भित्ता मात्र राखेर अबदेखि तिनीहरूले मेरो पवित्र नाउँलाई अशुद्ध पार्नेछैनन् । तिनीहरूले आफ्ना घिनलाग्दा कामहरूद्वारा मेरो नाउँलाई अशुद्ध बनाए, यसैले मैले तिनीहरूलाई आफ्‍नो क्रोधमा नाश गरें ।
ସେମାନେ ଆମ୍ଭର ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର-ପ୍ରବେଶ ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।
9 अब तिनीहरूले आफ्ना विश्‍वासहीनता र तिनीहरूका राजाहरूका लाशहरूलाई मेरो नजिकबाट हटाऊन्, र म तिनीहरूका बिचमा सदासर्वदालाई रहनेछु ।
ଏବେ ସେମାନେ ଆପଣାମାନଙ୍କର ବ୍ୟଭିଚାର କ୍ରିୟା ଓ ଆପଣାମାନଙ୍କର ରାଜାଗଣର ଶବ ଆମ୍ଭ ନିକଟରୁ ଦୂର କରନ୍ତୁ, ତହିଁରେ ଆମ୍ଭେ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବା।
10 ए मानिसको छोरो, यस मन्‍दिरको विषयमा तँ आफैले इस्राएलको घरानालाई भन्‍नू ताकि तिनीहरू आफ्ना अपराधहरूका कारण शर्ममा परून् । तिनीहरूले यो वर्णनमाथि विचार गरून् ।
ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଯେପରି ଆପଣା ଆପଣା ଅଧର୍ମ ହେତୁ ଲଜ୍ଜିତ ହେବେ, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଏହି ଗୃହ ଦେଖାଅ; ଆଉ, ସେମାନେ ସେହି ଗୃହର ଆଦର୍ଶ ପରିମାଣ କରନ୍ତୁ।
11 तिनीहरूले गरेका सबै कुराका निम्ति तिनीहरू लज्‍जित छन् भने यस मन्‍दिरको सारा संरचना, सबै विवरण, बाहिर जाने र भित्र आउने ढोकाहरू, र त्यसका सारा नमूना, र विधि र नियमहरू तिनीहरूलाई प्रकट गराउनू । अनि तिनीहरूका आँखा अगाडि यो लेख् ताकि तिनीहरूले त्यसको सारा संरचना र नियमहरूलाई सुरक्षित राखून्, यसरी ती पालना गरून् ।
ପୁଣି, ସେମାନେ ଯଦି ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ।
12 मन्‍दिरको नियम यही हो: पहाडको टुप्पोदेखि त्यसको वरिपरिको क्षेत्र पवित्र हुनुपर्छ । हेर, मन्‍दिरको नियम यही नै हो ।
ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।
13 वेदीका नापहरू लामो हातको नापअनुसार यस्ता हुन्—लामो हातको नाप एक हात र चार अङ्कुलको चौडाइ बराबर हुन्छ । वेदीको वरिपरिको नाल एक हात गहिरो, र त्यसको चौडाइ एक हात हुनेछ । त्यसलाई घेर्ने बिटको नाप एक बित्ता हुनेछ । योचाहिं वेदीको आधार हो ।
ପୁଣି, ହାତ ଅନୁସାରେ ଯଜ୍ଞବେଦିର ପରିମାଣ ଏହି; (ପ୍ରତି ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ) ବେଦିର ମୂଳ ଏକ ହାତ ଓ ପ୍ରସ୍ଥ ଏକ ହାତ, ଆଉ ଚତୁର୍ଦ୍ଦିଗରେ ତହିଁର ପ୍ରାନ୍ତ ଧାର ଏକ ଚାଖଣ୍ଡ ପରିମିତ ହେବ; ଏହା ଯଜ୍ଞବେଦିର ତଳଭାଗ।
14 भूँइको नालदेखि वेदीको तल्लो किनारसम्म दुई हात, र किनार आफैचाहिं एक हात चौडा छ । अनि वेदीको सानो किनारदेखि ठुलो किनारसम्म चार हात, र ठुलो किनारचाहिं एक हात चौडा छ ।
ପୁଣି, ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ଯ୍ୟନ୍ତ ଦୁଇ ହାତ ଓ ପ୍ରସ୍ଥ ଏକ ହାତ ହେବ। ଆଉ, ସେହି କ୍ଷୁଦ୍ରତର ଥାକଠାରୁ ବଡ଼ ଥାକ ପର୍ଯ୍ୟନ୍ତ ଚାରି ହାତ ଓ ପ୍ରସ୍ଥ ଏକ ହାତ ହେବ।
15 होमबलिको निम्ति वेदीको अगेनो चार हात अग्लो छ, र अगेनोमा माथि फर्केका चारवटा सिङ छन् ।
ପୁଣି, ଉପରିସ୍ଥ ଯଜ୍ଞବେଦି ଚାରି ହାତ ହେବ ଓ ଯଜ୍ଞବେଦିର ଅଗ୍ନିସ୍ଥାନଠାରୁ ଉପର ଆଡ଼କୁ ଚାରି ଶୃଙ୍ଗ ହେବ।
16 अगेनो बाह्र हात लामो र बाह्र बात चौडा, वर्गाकार छ ।
ଯଜ୍ଞବେଦିର ଅଗ୍ନିସ୍ଥାନ ବାର ହାତ ଦୀର୍ଘ ଓ ବାର ହାତ ପ୍ରସ୍ଥ; ତହିଁର ଚାରି ଦିଗ ସମାନ ହେବ।
17 त्यसको चारैतिर त्यसको बिट चौध हात लामो र चौध हात चौडा छ, र त्यसको किनार आधा हात चौडा छ । नालचाहिं पूर्वतिर फर्केका खुट्किलासहित सबैतिर एक हात चौडा छ ।”
ପୁଣି, ଥାକର ଚାରି ପାଖେ ଚଉଦ ହାତ ଦୀର୍ଘ, ପ୍ରସ୍ଥ ଚଉଦ ହାତ ହେବ, ଆଉ ତହିଁର ଧାର ଚାରି ଦିଗରେ ଅଧ ହାତ ଓ ତହିଁର ମୂଳ ଚାରିଆଡ଼େ ଏକ ହାତ ପରିମିତ ହେବ; ପୁଣି, ତହିଁର ପାବଚ୍ଛସବୁ ପୂର୍ବାଭିମୁଖ ହେବ।”
18 त्यसपछि तिनले मलाई भने, “ए मानिसको छोरो, परमप्रभु परमेश्‍वर यसो भन्‍नुहुन्छ: तिनीहरूले वेदी बनाएको दिनमा, र त्यसमा होमबलि चढाउने, र रगत छर्किने विधिहरू यी नै हुन् ।
ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପୁଣି, ଯେଉଁ ସମୟରେ ତହିଁ ଉପରେ ସେମାନେ ହୋମ ବଳିଦାନ ଓ ରକ୍ତ ସିଞ୍ଚନ କରିବା ନିମନ୍ତେ ଯଜ୍ଞବେଦି ନିର୍ମାଣ କରିବେ, ସେହି ସମୟରେ ତହିଁ ସମ୍ବନ୍ଧୀୟ ବିଧି ଏହି।
19 सादोकको वंशबाट मेरो सेवा गर्न मेरो नजिक आउने लेवी पुजारीहरूलाई पापबलिको रूपमा एउटा साँढे दिनू, यो परमप्रभु परमेश्‍वरको घोषणा हो ।
ପ୍ରଭୁ, ସଦାପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି, ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷ ଦେବ।
20 तब तैंले त्यसको केही रगत लिनू र वेदीका चारवटा सिङ, वेदीको चार सीङ्, चार कुना र वरिपरिको किनारमा लगाउनू अनि त्यसलाई शुद्ध गरेर त्यसको निम्ति प्रायश्‍चित गर्नू ।
ପୁଣି, ତୁମ୍ଭେ ତହିଁର ରକ୍ତ ନେଇ ଚାରି ଶୃଙ୍ଗ ଉପରେ ଓ ଥାକର ଚାରି କୋଣ ଉପରେ ଓ ଧାରର ଚାରିଆଡ଼େ ଦେବ, ଏହି ପ୍ରକାର ତୁମ୍ଭେ ବେଦିକୁ ଶୁଚି କରି ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
21 अनि तैंले साँढेलाई पापबलिको निम्ति लैजानू र पवित्र- स्थानको बाहिरपट्टि मन्दिरको तोकिएको ठाउँमा त्‍यसलाई जलाउनू ।
ଆହୁରି, ତୁମ୍ଭେ ପାପାର୍ଥକ ବୃଷ ନେବ ଓ ସେ ପବିତ୍ର ସ୍ଥାନର ବାହାରେ ଗୃହର ନିରୂପିତ ସ୍ଥାନରେ ତାହା ଦଗ୍ଧ କରିବ।
22 अनि दोस्रो दिनमा तैंले एउटा निष्खोट बोकोलाई पापबलिको रूपमा चढाउनु । पुजारीहरूले साँढेले वेदीलाई शुद्ध गरेजस्तै वेदीलाई शुद्ध गर्नेछन् ।
ପୁଣି, ତୁମ୍ଭେ ଦ୍ୱିତୀୟ ଦିନରେ ପାପାର୍ଥକ ବଳି ରୂପେ ଏକ ନିର୍ଦ୍ଦୋଷ ଛାଗ ଉତ୍ସର୍ଗ କରିବ; ଆଉ, ସେମାନେ ବୃଷ ନେଇ ଯେପରି କରିଥିଲେ, ସେହିପରି ଯଜ୍ଞବେଦିକୁ ଶୁଚି କରିବେ।
23 त्यसलाई तैंले शुद्ध गरिसकेपछि, बथानबाट एउटा निष्खोट साँढे र बगालबाट एउटा निष्खोट भेडो चढाउनु ।
ତୁମ୍ଭେ ତାହା ଶୁଚି କରିବାର ସମାପ୍ତ କଲା ଉତ୍ତାରେ ଗୋଟିଏ ନିର୍ଦ୍ଦୋଷ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବ।
24 ती परमप्रभुको अगि चढाउनु । पुजारीहरूले तीमाथि नून राख्‍नेछन् र परमप्रभुको निम्ति होमबलिझैं चढाउनेछन् ।
ପୁଣି, ତୁମ୍ଭେ ସେହି ସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେହି ସବୁର ଉପରେ ଲବଣ ସିଞ୍ଚନ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ।
25 सात दिनसम्म तैंले पापबलिको निम्ति एउटा बोको दिनदिनै तयार गर्नू, र पुजारीहरूले पनि एउटा बथानका त्‍यो निष्खोट साँढे र बगालको त्‍यो निष्खोट भेडो तयार गरून् ।
ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପାପାର୍ଥକ ବଳି ରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ; ସେମାନେ ମଧ୍ୟ ନିର୍ଦ୍ଦୋଷ ଏକ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବେ।
26 तिनीहरूले वेदीको निम्ति सात दिनसम्म प्रायश्‍चित गरून् र त्यसलाई शुद्ध पारून् । यसरी तिनीहरूले त्यसलाई पवित्र पार्नुपर्छ ।
ସାତ ଦିନ ପର୍ଯ୍ୟନ୍ତ ସେମାନେ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ଶୁଚି କରିବେ, ଏହିରୂପେ ସେମାନେ ତାହା ପ୍ରତିଷ୍ଠା କରିବେ।
27 तिनीहरूले यी दिनहरू पुरा गर्नैपर्छ, र आठौं दिन र त्यसपछि पुजारीहरूले तिमीहरूका होमबलि र तिमीहरूका मेलबलिलाई वेदीमा तयार गर्नेछन्, र म तिमीहरूलाई ग्रहण गर्नेछु, यो परमप्रभु परमेश्‍वर घोषणा हो ।”
ପୁଣି, ସେମାନେ ସେସକଳ ଦିନ ସମାପ୍ତ କଲା ଉତ୍ତାରେ ଅଷ୍ଟମ ଦିନଠାରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ତହିଁରେ ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

< इजकिएल 43 >