< एज्रा 4 >
1 यतिबेला निर्वासनबाट फर्केका मानिसहरूले परमप्रभु इस्राएलका परमेश्वरको लागि मन्दिर बनाउँदै छन् भनी यहूदा र बेन्यामीनका केही शत्रुहरूले सुने ।
ଏଥିଉତ୍ତାରେ ବନ୍ଦୀତ୍ୱର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନ୍ର ବିପକ୍ଷମାନେ ଶୁଣିଲେ।
2 त्यसैले तिनीहरू यरुबाबेल र परिवारका मुख्य मानिसहरूकहाँ आए । तिनीहरूले उनीहरूलाई भने, “हामीलाई पनि तपाईंहरूसँगै निर्माण गर्न दिनुहोस्, किनकि अश्शूरका राजा एसरहदोनले हामीलाई यहाँ ल्याएदेखि नै तपाईंहरूजस्तै हामी तपाईंका परमेश्वरको खोजी गर्छौं, र हामीले उहाँलाई नै बलिदान चढाएका छौं ।”
ସେତେବେଳେ ସେମାନେ ଯିରୁବ୍ବାବିଲ୍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”
3 तर यरुबाबेल, येशूअ र परिवारका मुख्य मानिसहरूले भने, “तपाईंहरूले होइन, तर हामीले परमेश्वरको मन्दिर बनाउनुपर्छ, किनकि हामीले नै परमप्रभु इस्राएलका परमेश्वरको निम्ति मन्दिर बनाउनेछौं, जस्तो फारसका राजा कोरेसले आज्ञा गर्नुभएको छ ।”
ମାତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।”
4 त्यसैले त्यस देशका मानिसहरूले यहूदीहरूका हात कमजोर तुल्याए । तिनीहरूले निर्माणमा यहूदीहरूलाई डर देखाए ।
ତହିଁରେ ଦେଶସ୍ଥ ଲୋକମାନେ ଯିହୁଦାର ଲୋକମାନଙ୍କ ହସ୍ତ ଦୁର୍ବଳ କରିବାକୁ ଓ ନିର୍ମାଣ କାର୍ଯ୍ୟରେ ସେମାନଙ୍କୁ କ୍ଳେଶ ଦେବାକୁ ଲାଗିଲେ,
5 यहूदीहरूका योजनालाई निराश तुल्याउन तिनीहरूले सल्लाहकारहरूलाई घुस पनि दिए । तिनीहरूले फारसका राजा कोरेसको शासनकाल र दाराको शासनकालभरि नै यसो गरे ।
ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।
6 तब अहासूरस (अर्तासास्त) को शासनकालको सुरुमा तिनीहरूले यहूदा र यरूशलेमका बासिन्दाहरूको विरुद्धमा एउटा अभियोग-पत्र लेखे ।
ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।
7 अर्तासास्तको शासनकालमा विश्लाम, मित्रेता, ताबेल र तिनका सहयोगीहरूले अर्तासास्तलाई लेखे ।उक्त चिट्ठी आरमेइक भाषामा लेखियो र अनुवाद गरियो ।
ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା।
8 सेनापति रेहूम र सचिव शिम्शैले यरूशलेमको बारेमा अर्तासास्तलाई यसरी चिट्ठी लेखे ।
ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୂଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ;
9 रेहूम, शिम्शै र तिनीहरूका सहयोगीहरू अर्थात् फारस, एरेक र बेबिलोनका मानिसहरूमाथि अधिकार गर्ने न्यायाधीशहरू र अधिकारीहरू अनि शूशनका मानिसहरू (अर्थात् एलामीहरू) ले एउटा चिट्ठी लेखे,
ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ୱୀୟ, ଏଲମୀୟ ଲୋକମାନେ,
10 र महान् अनि प्रसिद्ध अशूरवनिपलले देश निकाला गरेर सामरिया र यूफ्रेटिस नदीपारिको प्रान्तमा बसालेका मानिसहरू पनि तिनीहरूसँगै मिले ।
ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ।
11 तिनीहरूले अर्तासास्तलाई पठाएका चिट्ठीको प्रतिलिपी यही हो, “हजुरका सेवकहरू, यूफ्रेटिस नदी पारिको प्रान्तका मानिसहरू यसो लेख्छन्:
ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ପ୍ରତିଲିପି ଏହି; “(ଫରାତ୍) ନଦୀ ସେପାରିସ୍ଥ ଲୋକ, ଆପଣଙ୍କ ଦାସମାନଙ୍କଠାରୁ,
12 हजुरकहाँबाट आएका यहूदीहरू यरूशलेममा एउटा विद्रोही सहर निर्माण गर्न हाम्रो विरुद्ध आएका छन् भन्ने कुरो राजालाई जाहेर होस् । तिनीहरूले पर्खालहरू बनाएर सिद्ध्याएका छन्, र जगहरू मर्मत गर्दैछन् ।
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।
13 यो सहर निर्मण भयो रउक्त पर्खाल सम्पन्न भयो भने, तिनीहरूले कुनै महसुल र कर तिर्नेछैनन्, तर तिनीहरूले राजाहरूलाई हानि पुर्याउनेछन् भन्ने कुरो राजाका हजुरीमा जाहेर होस् ।
ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଯେବେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ଯ୍ୟ ସମାପ୍ତ ହେବ, ତେବେ ସେହି ଲୋକମାନେ କର, ରାଜସ୍ୱ ବା ଶୁଳ୍କ ଦେବେ ନାହିଁ, ପୁଣି ଶେଷରେ ତାହା ରାଜାଗଣର କ୍ଷତିକର ହେବ।
14 हामीले दरबारको नून खाएका हुनाले राजालाई कुनै अनादर भएको देख्नु हाम्रो लागि निश्चय नै उचित हुँदैन । यही कारणले गर्दा हामीले राजालाई जानकारी गराउँदैछौं,
ଆମ୍ଭେମାନେ ରାଜଗୃହର ଲବଣ ଖାଉ ଓ ମହାରାଜଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ ନୁହେଁ, ଏହେତୁ ଲୋକ ପଠାଇ ମହାରାଜଙ୍କୁ ଏହା ଜଣାଇଲୁ।
15 जसले गर्दा हजुरले आफ्ना पिताको अभिलेख खोज्न र राजाहरूसाथै प्रान्तहरूलाई हानि गर्ने यो एउटा विद्रोही सहर रहेछ भनी पुष्टि गर्न सक्नुहुन्छ । यसले राजाहरू र प्रान्तहरूलाई धेरै समस्या दिएको छ । पहिले देखि नै यो विद्रोहको केन्द्र बनेको छ । यही कारणले गर्दा यो सहर नष्ट पारिएको थियो ।
ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।
16 यो सहर र पर्खाल निर्माण गरियो भने हजुरको लागि यूफ्रेटिस नदीपारिको प्रान्तमा केही बाँकी रहने छैन भनी हामी राजालाई जानकारी गराउँदैछौं ।”
ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।”
17 त्यसैले राजाले सामरियामा बस्ने रेहूम, शिम्शै र तिनीहरूका सहयोगीहरू अनि यूफ्रेटिस नदीपारिको प्रान्तमा बस्ने बाँकी सबैलाई एउटा जवाफ पठाए, “तिमीहरूलाई शान्ति होस् ।
ଏଥିରେ ରାଜା ମନ୍ତ୍ରୀ ରହୂମ୍ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍ଶୟ ଓ ସେମାନଙ୍କ ଶମରୀୟା-ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, “ତୁମ୍ଭମାନଙ୍କର ମଙ୍ଗଳ ହେଉ।
18 तिमीहरूले पठाएका चिट्ठी अनुवाद गरियो र मेरो सामु पढियो ।
ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟରୂପେ ପାଠ କରାଯାଇଅଛି।
19 त्यसैले मैले छानविन गर्न आदेश दिएँ, रपहिलौक दिनहरूमा तिनीहरू राजाहरूका विरुद्धमा बागी भएका र विद्रोह गरेका रहेछन् भनी पत्ता लगाइयो ।
ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାଆନ୍ତେ, ଦେଖାଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜାଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ଡଗୋଳ କରାଯାଇଅଛି।
20 शक्तिशाली राजाहरूले यरूशलेममा राज्य गरेका रहेछन्, र यूफ्रेटिस नदीपारिको प्रान्तका हरेक कुरामा अधिकार जमाएका रहेछन् । तिनीहरूलाई करहरू र महसुलहरू तिरिएका रहेछन् ।
ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।
21 अब मैले आज्ञा नदिएसम्म यी मानिहरूले यो सहर निर्माण गर्न रोक्नुपर्छ भनी एउटा आज्ञा जारी गर्नू ।
ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନ ହେବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନ ହେବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର।
22 यसलाई बेवास्ता नगर्न होसियार हुनु । यस खतरालाई बढ्न दिने र राजकीय हितको बढी क्षति हुन किन दिने?
ପୁଣି ସାବଧାନ, ଏହି ବିଷୟରେ ତୁମ୍ଭେମାନେ ହେଳା ନ କର; ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ?”
23 जब राजा अर्तासास्तको आदेश रेहूम, शिम्शै र तिनीहरूका सहयोगीहरूका सामु पढियो, तिनीहरू तुरुन्तै यरूशलेममा गए, र यहूदीहरूलाई जबरदस्तसाथ निर्माण रोक्न लगाए ।
ତହିଁରେ ରହୂମ୍ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍ଶୟ ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ପ୍ରତିଲିପି ପଢ଼ାଯାଆନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ୱାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ।
24 यसरी फारसका राजा दाराको शासनकालको दोस्रो वर्षसम्म यरूशलेममा परमेश्वरको मन्दिरको काम रोकियो ।
ତହୁଁ ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର କାର୍ଯ୍ୟ ବନ୍ଦ ହେଲା। ପୁଣି, ପାରସ୍ୟ ରାଜା ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା।