< 5 Mosebok 9 >
1 Hør, Israel! Du går nu over Jordan for å komme inn og legge under dig folk som er større og sterkere enn du, og som har store byer med murer som når til himmelen,
ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;
2 et stort folk og høit av vekst, anakittenes barn, som du selv kjenner, og som du selv har hørt det ord om: Hvem kan stå sig mot Anaks barn?
ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”
3 Så skal du da vite idag at Herren din Gud, han som går frem foran dig som en fortærende ild, han skal ødelegge dem, og han skal ydmyke dem for dig, så du skal drive dem bort og tilintetgjøre dem i hast, således som Herren har sagt til dig.
ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।
4 Når nu Herren din Gud driver dem ut for dig, må du ikke tenke som så: Det er for min rettferdighets skyld Herren har ført mig inn i dette land og latt mig få det til eiendom. Nei, det er for disse hedningers ugudelighets skyld Herren driver dem ut for dig.
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, “ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି;” ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
5 Ikke for din rettferdighets skyld eller for ditt opriktige hjertes skyld kommer du inn i deres land og tar det i eie; men det er for deres ugudelighets skyld Herren din Gud driver disse hedninger ut for dig, og for å holde det ord Herren har svoret dine fedre Abraham, Isak og Jakob.
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
6 Så skal du da vite at det ikke er for din rettferdighets skyld Herren din Gud gir dig dette gode land til eie; for du er et hårdnakket folk.
ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।
7 Kom i hu og glem ikke hvorledes du vakte Herrens, din Guds vrede i ørkenen! Like fra den dag du gikk ut av Egyptens land, og til I kom til dette sted, har I vært gjenstridige mot Herren.
ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।
8 Allerede ved Horeb vakte I Herrens vrede, og Herren harmedes på eder, så han vilde ha gjort ende på eder.
ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।
9 Da jeg var gått op på fjellet for å ta imot stentavlene, tavlene med den pakt som Herren hadde gjort med eder, blev jeg på fjellet i firti dager og firti netter uten å ete brød og uten å drikke vann.
ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,
10 Og Herren gav mig de to stentavler, skrevet med Guds finger, og på dem stod alle de ord Herren hadde talt med eder på fjellet midt ut av ilden den dag I var samlet der.
ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖାଯାଇଥିଲା।
11 Det var da de firti dager og firti netter var til ende at Herren gav mig de to stentavler, paktens tavler.
ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍, ନିୟମର ଫଳକ ମୋତେ ଦେଲେ।
12 Og Herren sa til mig: Skynd dig og stig ned herfra! Ditt folk, som du førte ut av Egypten, har fordervet sin vei; de er hastig veket av fra den vei jeg bød dem å vandre; de har gjort sig et støpt billede.
ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”
13 Og Herren sa til mig: Jeg har lagt merke til dette folk og sett at det er et hårdnakket folk.
ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।
14 La nu mig få råde, så vil jeg gjøre ende på dem og utslette deres navn under himmelen, og jeg vil gjøre dig til et sterkere og større folk enn dette.
ଆମ୍ଭଙ୍କୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।”
15 Da vendte jeg mig og gikk ned av fjellet, mens fjellet stod i brennende lue, og i mine to hender hadde jeg paktens to tavler.
ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।
16 Og jeg fikk se at I hadde syndet mot Herren eders Gud og gjort eder en støpt kalv; I var hastig veket av fra den vei Herren hadde befalt eder å vandre.
ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।
17 Så tok jeg og kastet fra mig begge tavlene som jeg hadde i mine hender, og slo dem i stykker for eders øine.
ଏଥିରେ ମୁଁ ସେହି ଦୁଇ ପ୍ରସ୍ତର ଫଳକ ଧରି ଆପଣା ଦୁଇ ହସ୍ତରୁ ଫିଙ୍ଗି ଦେଲି ଓ ତୁମ୍ଭମାନଙ୍କ ସାକ୍ଷାତରେ ତାହା ଭାଙ୍ଗିଲି।
18 Og jeg kastet mig ned for Herrens åsyn, likesom første gang, i firti dager og firti netter, uten å ete brød og uten å drikke vann - for alle eders synders skyld som I hadde forsyndet eder med ved å gjøre det som ondt var i Herrens øine, så I egget ham til vrede.
ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।
19 For jeg fryktet for den vrede og harme som optendtes mot eder hos Herren, så han vilde gjøre ende på eder. Og Herren hørte mig denne gang og.
କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।
20 Også på Aron var Herren så vred at han vilde ødelegge ham; men jeg bad også for Aron den gang.
ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
21 Men eders syndige verk, kalven som I hadde gjort, tok jeg og kastet på ilden og knuste og malte den vel, til den blev til fint støv, og støvet kastet jeg i bekken som flyter ned fra fjellet.
ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।
22 Også i Tabera og i Massa og i Kibrot-Hatta'ava vakte I Herrens vrede.
ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।
23 Og da Herren sendte eder fra Kades-Barnea og sa: Dra op og innta landet som jeg har gitt eder, da var I gjenstridige mot Herrens, eders Guds ord og trodde ikke på ham og hørte ikke på hans røst.
ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”
24 Gjenstridige har I vært mot Herren så lenge jeg har kjent eder.
ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।
25 Så kastet jeg mig da ned for Herrens åsyn i de firti dager og firti netter I vet, fordi Herren hadde sagt at han vilde gjøre ende på eder.
ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।
26 Og jeg bad til Herren og sa: Herre, Herre, ødelegg ikke ditt folk og din arv, som du frelste med din store kraft, og som du førte ut av Egypten med sterk hånd!
ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।
27 Kom i hu dine tjenere Abraham, Isak og Jakob! Se ikke på dette folks hårdhet og dets ugudelighet og dets synd,
ଅବ୍ରହାମ, ଇସ୍ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।
28 forat ikke de som bor i det land du har ført oss ut av, skal si: Fordi Herren ikke maktet å føre dem inn i det land han hadde tilsagt dem, og fordi han hatet dem, førte han dem ut i ørkenen og lot dem omkomme der.
କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’
29 De er jo ditt folk og din arv, som du har ført ut med din store kraft og med din utrakte arm.
ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।”