< Nehemias 3 >

1 Ypperstepresten Eljasib og hans brødre og prestene gjorde sig rede og bygget Fåreporten; de helliget den og satte inn dørene; så bygget de videre til Mea-tårnet, som de helliget, og videre frem til Hananel-tårnet.
ଏହାପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।
2 Ved siden av dem bygget mennene fra Jeriko og ved siden av dem Sakkur, Imris sønn.
ତାହାଙ୍କ ନିକଟରେ ଯିରୀହୋର ଲୋକମାନେ ଗଢ଼ିଲେ, ଓ ସେମାନଙ୍କ ନିକଟରେ ଇମ୍ରିର ପୁତ୍ର ସକ୍କୁର ଗଢ଼ିଲା।
3 Fiskeporten blev bygget av Sena'as barn; de tømret den op og satte inn dører, låser og slåer.
ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ।
4 Ved siden av dem arbeidet Meremot, sønn av Uria, Hakkos' sønn, ved siden av ham Mesullam, sønn av Berekja, Mesesabels sønn, og ved siden av ham Sadok, Ba'anas sønn.
ପୁଣି, ସେମାନଙ୍କ ନିକଟରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍‍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।
5 Ved siden av ham arbeidet folkene fra Tekoa; men de fornemme blandt dem bøide ikke sin nakke under arbeidet for sin Herre.
ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।
6 Den gamle port blev satt i stand av Jojada, Paseahs sønn, og Mesullam, Besodjas sønn; de tømret den op og satte inn dører og låser og slåer.
ଆଉ, ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ୍‍ ପୁରାତନ ଦ୍ୱାରର ମରାମତି କଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ, ଆଉ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।
7 Ved siden av dem arbeidet gibeonitten Melatja og meronotitten Jadon med mennene fra Gibeon og Mispa, som hørte under stattholderens domstol hinsides elven.
ପୁଣି, ସେମାନଙ୍କ ନିକଟରେ ଗିବୀୟୋନୀୟ ମଲାଟୀୟ ଓ ମେରୋଣୋଥୀୟ ଯାଦୋନ ଲୋକମାନେ ମରାମତି କଲେ, ସେମାନେ ଗିବୀୟୋନ୍‍ ଓ ମିସ୍ପା ନଗରର ମୁଖ୍ୟ ଥିଲେ, ନଦୀ ସେପାରିସ୍ଥ ମିସ୍ପା ଦେଶାଧ୍ୟକ୍ଷର ସ୍ଥାନ ଥିଲା।
8 Ved siden av dem arbeidet Ussiel, Harhajas sønn, en gullsmed, og ved siden av ham Hananja, en av salvelagerne. Det næste stykke av Jerusalems mur lot de være like til den brede mur.
ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ।
9 Ved siden av dem arbeidet Refaja, Hurs sønn, høvdingen over den ene halvdel av Jerusalems distrikt.
ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା।
10 Ved siden av ham arbeidet Jedaja, Harumafs sønn, midt imot sitt eget hus, og ved siden av ham Hattus, Hasabnejas sønn.
ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍‍ବନୀୟର ପୁତ୍ର ହଟୂଶ୍‍ ମରାମତି କଲା।
11 Et annet stykke blev satt i stand av Malkia, Harims sønn, og Hassub, Pahat-Moabs sønn, og dessuten Ovnstårnet.
ହାରୀମ୍‍‍ର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।
12 Ved siden av ham arbeidet Sallum, sønn av Hallohes, høvdingen over den andre halvdel av Jerusalems distrikt, og sammen med ham hans døtre.
ତାହା ନିକଟରେ ଯିରୂଶାଲମ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଲୋହେଶର ପୁତ୍ର ଶଲ୍ଲୁମ୍‍ ଓ ତାହାର କନ୍ୟାମାନେ ମରାମତି କଲେ।
13 Dalporten blev satt i stand av Hanun og innbyggerne i Sanoah; de bygget den og satte inn dører, låser og slåer; de bygget også tusen alen av muren, til Møkkporten.
ହାନୂନ୍‍ ଓ ସାନୋହ ନିବାସୀମାନେ ଉପତ୍ୟକା ଦ୍ୱାରର ମରାମତି କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲେ, ଆଉ ଖତ-ଦ୍ୱାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ।
14 Og Møkkporten blev satt i stand av Malkia, Rekabs sønn, høvdingen over Bet-Hakkerems distrikt; han bygget den op og satte inn dører og låser og slåer.
ପୁଣି, ବେଥ୍-ହକ୍କେରମ୍‍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍‍କୀୟ ଖତ ଦ୍ୱାରର ମରାମତି କଲା; ସେ ତାହା ଗଢ଼ିଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା।
15 Kildeporten blev satt i stand av Sallun, Kol-Hoses sønn, høvdingen over Mispas distrikt; han bygget den, la tak på den og satte inn dører, låser og slåer; likeledes bygget han muren ved Selah-dammen ved kongens have helt frem til de trapper som går ned fra Davids stad.
ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍‍ହୋଷିର ପୁତ୍ର ଶଲ୍ଲୁନ୍‍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା)।
16 Efter ham arbeidet Nehemias, Asbuks sønn, høvdingen over den ene halvdel av Betsurs distrikt, til midt imot Davids graver og til den gravde dam og til heltenes hus.
ତାହା ନିକଟରେ ବେଥ୍-ସୁର ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍‍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲା।
17 Efter ham arbeidet levittene under Rehum, Banis sønn; ved siden av ham arbeidet Hasabja, høvdingen over den ene halvdel av Ke'ilas distrikt, for sitt distrikt.
ତାହା ନିକଟରେ ଲେବୀୟମାନେ, ଅର୍ଥାତ୍‍, ବାନିର ପୁତ୍ର ରହୂମ୍‍ ମରାମତି କଲା। ତାହା ନିକଟରେ କିୟୀଲା ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ମରାମତି କଲା।
18 Efter ham arbeidet deres brødre under Bavvai, Henadads sønn, høvdingen over den andre halvdel av Ke'ilas distrikt.
ତାହା ନିକଟରେ ସେମାନଙ୍କ ଭ୍ରାତୃଗଣ, ଅର୍ଥାତ୍‍, କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହେନାଦଦର ପୁତ୍ର ବବୟ ମରାମତି କଲା।
19 Ved siden av ham arbeidet Eser, Josvas sønn, høvdingen over Mispa, på et annet stykke, fra plassen midt imot opgangen til våbenhuset i Vinkelen.
ତାହା ନିକଟରେ ମିସ୍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍‍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣି ପଥ ସମ୍ମୁଖରେ ଅନ୍ୟ ଏକ ଅଂଶର ମରାମତି କଲା।
20 Efter ham arbeidet Baruk, Sabbais sønn, med stor iver på et annet stykke, fra Vinkelen og til døren på ypperstepresten Eljasibs hus.
ତାହା ନିକଟରେ ସବ୍ବୟର ପୁତ୍ର ବାରୂକ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲୀୟାଶୀବ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
21 Efter ham arbeidet Meremot, sønn av Uria, Hakkos' sønn, på et annet stykke, fra døren på Eljasibs hus og til enden av hans hus.
ତତ୍ପରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ଇଲିୟାଶୀବ୍‍ର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
22 Efter ham arbeidet prestene, mennene fra Jordan-sletten.
ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ।
23 Efter dem arbeidet Benjamin og Hasub midt imot sitt eget hus; efter dem arbeidet Asarja, sønn av Ma'aseja, Ananjas sønn, ved siden av sitt hus.
ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।
24 Efter ham arbeidet Binnui, Henadads sønn, på et annet stykke, fra Asarjas hus til Vinkelen og til det sted hvor muren bøier av.
ହେନାଦଦ୍‍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
25 Palal, Usais sønn, arbeidet fra stedet midt imot Vinkelen og det tårn som springer frem fra kongens øvre hus ved fengselsgården; efter ham arbeidet Pedaja, Paros' sønn.
ଉଷୟର ପୁତ୍ର ପାଲାଲ୍‍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା। ତାହାଙ୍କ ପରେ ପରିୟୋଶର ପୁତ୍ର ପଦାୟ ମରାମତି କଲା।
26 - Tempeltjenerne bodde på Ofel, til plassen midt imot Vannporten mot øst og det fremspringende tårn -.
ଏହି ସମୟରେ ଓଫଲରେ ବାସ କରୁଥିବା ନଥୀନୀୟମାନେ ଜଳଦ୍ୱାରର ପୂର୍ବ ଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ମରାମତି କଲେ।
27 Efter ham arbeidet folkene fra Tekoa på et annet stykke, fra plassen midt imot det store fremspringende tårn og til Ofel-muren.
ତାହା ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲେ।
28 Ovenfor Hesteporten arbeidet prestene, hver av dem midt imot sitt eget hus.
ଯାଜକମାନେ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ଅଶ୍ୱଦ୍ୱାରର ଉପର ଭାଗର ମରାମତି କଲେ।
29 Efter dem arbeidet Sadok, Immers sønn, midt imot sitt eget hus, og efter ham Semaja, Sekanjas sønn, som hadde vaktholdet ved den østre port.
ସେମାନଙ୍କ ପରେ ଇମ୍ମେରର ପୁତ୍ର ସାଦୋକ ଆପଣା ଗୃହ ସମ୍ମୁଖରେ ମରାମତି କଲା। ପୁଣି, ତାହା ପରେ ପୂର୍ବ-ଦ୍ୱାରପାଳ ଶଖନୀୟର ପୁତ୍ର ଶମୟୀୟ ମରାମତି କଲା।
30 Efter ham arbeidet Hananja, Selemjas sønn, og Hanun, Salafs sjette sønn, på et annet stykke, og efter dem Mesullam, Berekjas sønn, midt imot sitt kammer.
ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍‍ ଅନ୍ୟ ଏକ ଅଂଶର ମରାମତି କଲେ। ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ଆପଣା କୋଠରି ସମ୍ମୁଖରେ ମରାମତି କଲା।
31 Efter ham arbeidet Malkia, en av gullsmedene, frem til tempeltjenernes og kremmernes hus, midt imot Mønstringsporten og frem til Hjørnesalen.
ତାହା ପରେ ମଲ୍‍କୀୟ ନାମକ ଜଣେ ସ୍ୱର୍ଣ୍ଣକାର ହମିପ୍କଦ୍‍ ଦ୍ୱାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ମରାମତି କଲା।
32 Og mellem Hjørnesalen og Fåreporten arbeidet gullsmedene og kremmerne.
ପୁଣି, କୋଣର ଉଠାଣି ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ମରାମତି କଲେ।

< Nehemias 3 >