< Salmenes 18 >

1 Til sangmesteren; av Herrens tjener David, som talte denne sangs ord til Herren den dag da Herren hadde utfridd ham av alle hans fienders hånd og av Sauls hånd. Og han sa: Herre, jeg har dig hjertelig kjær, min styrke!
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
2 Herren er min klippe og min festning og min frelser; min Gud er min klippe, som jeg setter min lit til, mitt skjold og min frelses horn, min borg.
ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
3 Jeg påkaller den Høilovede, Herren, og blir frelst fra mine fiender.
ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି।
4 Dødens rep omspente mig, og fordervelsens strømmer forferdet mig.
ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଲାବନ ମୋତେ ଭୟଗ୍ରସ୍ତ କଲା।
5 Dødsrikets rep omgav mig, dødens snarer overfalt mig. (Sheol h7585)
ପାତାଳର ରଜ୍ଜୁସବୁ ମୋʼ ଚାରିଆଡ଼େ ଥିଲା; ମୃତ୍ୟୁର ଫାନ୍ଦ ମୋʼ ଉପରେ ପଡ଼ିଲା। (Sheol h7585)
6 I min trengsel påkalte jeg Herren, og jeg ropte til min Gud; han hørte fra sitt tempel min røst, og mitt skrik kom for ham, til hans ører.
ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
7 Da rystet og bevet jorden, og fjellenes grunnvoller skalv, og de rystet, for hans vrede var optendt.
ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।
8 Det steg røk op av hans nese, og fortærende ild fra hans munn; glør brente ut av ham.
ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
9 Og han bøide himmelen og steg ned, og det var mørke under hans føtter.
ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।
10 Og han fór på kjeruber og fløi, og han fór hastig frem på vindens vinger.
ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।
11 Han gjorde mørke til sitt dekke, rundt omkring sig til sitt skjul, mørke vann, tykke skyer.
ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।
12 Frem av glansen foran ham fór hans skyer frem, hagl og gloende kull.
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।
13 Og Herren tordnet i himmelen, den Høieste lot sin røst høre, hagl og gloende kull.
ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।
14 Og han utsendte sine piler og spredte dem omkring - lyn i mengde og forvirret dem.
ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।
15 Da kom vannenes strømmer til syne, og jordens grunnvoller blev avdekket ved din trusel, Herre, for din neses åndepust.
ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।
16 Han rakte sin hånd ut fra det høie, han grep mig; han drog mig op av store vann.
ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,
17 Han fridde mig ut fra min sterke fiende og fra mine avindsmenn; for de var mig for mektige.
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।
18 De overfalt mig på min motgangs dag; men Herren blev min støtte.
ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ।
19 Og han førte mig ut i fritt rum; han frelste mig, for han hadde behag i mig.
ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼ ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।
20 Herren gjengjeldte mig efter min rettferdighet, han betalte mig efter mine henders renhet.
ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।
21 For jeg tok vare på Herrens veier og vek ikke i ondskap fra min Gud.
କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।
22 For alle hans lover hadde jeg for øie, og hans bud lot jeg ikke vike fra mig.
ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।
23 Og jeg var ulastelig for ham og voktet mig vel for min synd.
ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।
24 Og Herren gjengjeldte mig efter min rettferdighet, efter mine henders renhet for hans øine.
ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇଅଛନ୍ତି।
25 Mot den fromme viser du dig from, mot den rettvise mann viser du dig rettvis,
ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;
26 mot den rene viser du dig ren, mot den forvendte viser du dig vrang.
ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;
27 For du frelser elendige folk, og du fornedrer høie øine.
କାରଣ ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।
28 For du lar min lampe skinne; Herren min Gud opklarer mitt mørke.
ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋʼ ପରମେଶ୍ୱର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ।
29 For ved dig stormer jeg løs på fiendeskarer, og ved min Gud springer jeg over murer.
କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ।
30 Gud, hans vei er fullkommen; Herrens ord er rent, han er et skjold for alle dem som setter sin lit til ham.
ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।
31 For hvem er Gud foruten Herren, og hvem er en klippe, uten vår Gud?
କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ?
32 Den Gud som omgjorder mig med kraft og gjør min vei fri for støt,
ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।
33 som gir mig føtter likesom hindene og stiller mig på mine høider,
ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।
34 som oplærer mine hender til krig, så mine armer spenner kobberbuen.
ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ।
35 Og du gir mig din frelse til skjold, og din høire hånd støtter mig, og din mildhet gjør mig stor.
ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
36 Du gjør rummet vidt for mine skritt under mig, og mine ankler vakler ikke.
ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ।
37 Jeg forfølger mine fiender og når dem, og jeg vender ikke tilbake før jeg har gjort ende på dem.
ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ।
38 Jeg knuser dem, så de ikke makter å reise sig; de faller under mine føtter.
ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋʼ ପଦ ତଳେ ପତିତ ହେବେ।
39 Og du omgjorder mig med kraft til krig, du bøier mine motstandere under mig.
କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।
40 Og mine fiender lar du vende mig ryggen, og mine avindsmenn utrydder jeg.
ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି।
41 De roper, men der er ingen frelser - til Herren, men han svarer dem ikke.
ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
42 Og jeg knuser dem som støv for vinden, jeg tømmer dem ut som søle på gatene.
ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।
43 Du redder mig fra folkekamper, du setter mig til hode for hedninger; folkeferd som jeg ikke kjenmer, tjener mig.
ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ।
44 Bare de hører om mig, blir de mig lydige; fremmede kryper for mig.
ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।
45 Fremmede visner bort og går bevende ut av sine borger.
ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ।
46 Herren lever, og priset er min klippe, og ophøiet er min frelses Gud,
ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
47 den Gud som gir mig hevn og legger folkeferd under mig,
ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।
48 som frir mig ut fra mine fiender; ja, over mine motstandere ophøier du mig, fra voldsmannen redder du mig.
ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।
49 Derfor vil jeg prise dig iblandt hedningene, Herre, og lovsynge ditt navn.
ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
50 Han gjør frelsen stor for sin konge, han gjør miskunnhet mot sin salvede, mot David og mot hans ætt til evig tid.
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି।

< Salmenes 18 >