< Jeremias 19 >
1 So sagde Herren: Gakk og kjøp deg ei krukka av krusmakaren! Tak so med deg nokre av dei øvste av folket og nokre av dei øvste av prestarne,
ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,
2 og gakk ut til Hinnomssons-dalen, som er frammed Krusbrot-porten, og ropa ut der dei ord som eg vil tala til deg!
ହାର୍ଶିତ୍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;
3 Du skal segja: «Høyr Herrens ord, de Juda-kongar og Jerusalems-buar! So segjer Herren, allhers drott, Israels Gud: Sjå, eg sender ei ulukka yver denne staden, so det skal ringja for øyro på kvar den som høyrer det,
ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।
4 sidan dei vende seg frå meg og mismætte denne staden og brende røykjelse der for andre gudar, som dei ikkje kjende, korkje dei sjølve eller federne deira eller Juda-kongarne, og fyllte denne staden med skuldlaust blod,
କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
5 og bygde Ba’als-haugar til å brenna sønerne sine i eld på, til brennoffer åt Ba’al, slikt som eg korkje hev skipa eller tala um, og som aldri kom meg i hugen.
ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।
6 Difor, sjå, det kjem det dagar, segjer Herren, då denne staden ikkje lenger skal kallast «Tofet» eller «Hinnomssons-dalen», men «Dråpsdalen».
ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।
7 Og Juda og Jerusalem gjer eg rådlause på denne staden, og let deim falla for sverd for deira fiendar og ved deira hand som ligg deim etter livet; og liki deira vil eg gjeva til mat åt fuglarne under himmelen og dyri på jordi.
ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।
8 Og eg vil gjera denne byen til ei skræma og til ei spott; alle som fer framum honom, skal verta forstøkte og hæda yver alle plågorne hans.
ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶବ୍ଦ କରିବ।
9 Og eg vil lata deim eta kjøtet av sønerne sine og kjøtet av døtterne sine, og dei skal eta kjøtet av kvarandre i den naud og trengsla som deira fiendar og dei som ligg deim etter livet, skal trengja deim med.»
ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।’
10 Og du skal krasa krukka framanfor augo på dei menner som gjeng med deg.
ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,
11 Og du skal segja med deim: «So segjer Herren, allhers drott: Soleis vil eg krasa dette folket og denne byen som ein krasar krusty som ikkje let seg bøta, og i Tofet skal dei gravleggja med di det ikkje bid andre stader til å jorda i.
‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବର ସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ।
12 Soleis vil eg fara åt med denne staden, segjer Herren, og med deim som her bur, so eg gjer denne byen lik Tofet.
ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା।
13 Og husi i Jerusalem og husi åt Juda-kongarne skal verta som Tofetstaden, ureine som dei er, alle dei husi der dei uppå taki hev brent røykjelse åt heile himmelheren og rent ut drykkoffer åt framande gudar.»
ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।’”
14 Og Jeremia kom frå Tofet, dit som Herren hadde sendt honom til å spå, og han stod i fyregarden til Herrens hus og sagde med alt folket:
ଏଥିଉତ୍ତାରେ ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;
15 «So segjer Herren, allhers drott, Israels Gud: Sjå, yver denne byen og yver alle dei byarne som høyrer honom til, let eg koma all den ulukka som eg hev tala imot deim; for dei gjeng der hardnakka og høyrer ikkje mine ord.»
“ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।”