< ପ୍ରଥମ ବଂଶାବଳୀ 10 >

1 ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
茲にペリシテ人イスラエルと戰ひけるがイスラエルの人々はペリシテ人の前より逃げギルボア山に殺されて倒れたり
2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।
ペリシテ人はサウルとその子等を追撃しかしてペリシテ人サウルの子ヨナタン、アビナダブおよびマルキシユアを殺せり
3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।
斯その戰闘烈しうしてサウルにおし迫り射手の者等つひにサウルに追つきければサウルは射手の者等のために惱めり
4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ।” ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
サウル是におひてその武器を執る者に言けるは汝の劍をぬき其をもて我を刺せ恐らくはこの割禮なき者等きたりて我を辱しめんと然るにその武器を執る者痛くおそれて肯はざりければサウルすなはちその劍をとりてその上に伏たり
5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା।
武器を執る者サウルの死たるを見て己もまた劍の上に伏て死り
6 ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।
斯サウルとその三人の子等およびその家族みな共に死り
7 ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
谷に居るイスラエルの人々みな彼らの逃るを見またサウルとその子等の死るを見てその邑々を棄て逃ければペリシテ人來りてその中に住り
8 ଏଥିଉତ୍ତାରେ ପରଦିନ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
明る日ペリシテ人殺されたる者を剥んとて來りサウルとその子等のギルボア山にたふれをるを見
9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
すなはちサウルを剥てその首とその鎧甲を取りペリシテの國の四方に人を遣はしてこの事をその偶像と民に告しめ
10 ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍‍ ମନ୍ଦିରରେ ଟାଙ୍ଗି ଦେଲେ।
しかしてかれが鎧甲をその神の室に蔵め彼が首をダゴンの宮に釘けたり
11 ଏଉତ୍ତାରେ ଯାବେଶ-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,
茲にペリシテ人がサウルになしたる事ことごとくヤベシギレアデ中に聞えければ
12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।
勇士等みな起りサウルの體とその子等の體とを奪ひ取てこれをヤベシに持きたりヤベシの橡樹の下にその骨を葬りて七日のあひだ斷食せり
13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
斯サウルはヱホバにむかひて犯せし罪のために死たり即ち彼はヱホバの言を守らすまた憑鬼者に問ことを爲して
14 ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ।
ヱホバに問ことをせざりしなり是をもてヱホバかれを殺しその國を移してヱツサイの子ダビデに與へたまへり

< ପ୍ରଥମ ବଂଶାବଳୀ 10 >