< ପ୍ରଥମ ବଂଶାବଳୀ 10 >
1 ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
Philisthim autem pugnabant contra Israhel fugeruntque viri Israhel Palestinos et ceciderunt vulnerati in monte Gelboe
2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ।
cumque adpropinquassent Philisthei persequentes Saul et filios eius percusserunt Ionathan et Abinadab et Melchisuae filios Saul
3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।
et adgravatum est proelium contra Saul inveneruntque eum sagittarii et vulneraverunt iaculis
4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ।” ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
et dixit Saul ad armigerum suum evagina gladium tuum et interfice me ne forte veniant incircumcisi isti et inludant mihi noluit autem armiger eius hoc facere timore perterritus arripuit igitur Saul ensem et inruit in eum
5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା।
quod cum vidisset armiger eius videlicet mortuum esse Saul inruit etiam ipse in gladium suum et mortuus est
6 ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।
interiit ergo Saul et tres filii eius et omnis domus illius pariter concidit
7 ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
quod cum vidissent viri Israhel qui habitabant in campestribus fugerunt et Saul ac filiis eius mortuis dereliquerunt urbes suas et huc illucque dispersi sunt veneruntque Philisthim et habitaverunt in eis
8 ଏଥିଉତ୍ତାରେ ପରଦିନ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
die igitur altero detrahentes Philisthim spolia caesorum invenerunt Saul et filios eius iacentes in monte Gelboe
9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
cumque spoliassent eum et amputassent caput armisque nudassent miserunt in terram suam ut circumferretur et ostenderetur idolorum templis et populis
10 ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍ ମନ୍ଦିରରେ ଟାଙ୍ଗି ଦେଲେ।
arma autem eius consecraverunt in fano dei sui et caput adfixerunt in templo Dagon
11 ଏଉତ୍ତାରେ ଯାବେଶ-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,
hoc cum audissent viri Iabesgalaad omnia scilicet quae Philisthim fecerunt super Saul
12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।
consurrexerunt singuli virorum fortium et tulerunt cadavera Saul et filiorum eius adtuleruntque ea in Iabes et sepelierunt ossa eorum subter quercum quae erat in Iabes et ieiunaverunt septem diebus
13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
mortuus est ergo Saul propter iniquitates suas eo quod praevaricatus sit mandatum Domini quod praeceperat et non custodierit illud sed insuper etiam pythonissam consuluerit
14 ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ।
nec speraverit in Domino propter quod et interfecit eum et transtulit regnum eius ad David filium Isai