< ପ୍ରଥମ ବଂଶାବଳୀ 11 >

1 ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
І зібрався ввесь Ізра́їль до Давида в Хевро́н, говорячи: „Оце ми кість твоя та тіло твоє!
2 ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କର ଅଗ୍ରଣୀ ହେବ।’”
І давніш, коли Саул був царем, ти водив та приво́див Ізраїля на війну. І сказав Господь, Бог твій, тобі: Ти бу́деш пасти́ наро́да Мого, Ізраїля, і ти будеш князе́м над наро́дом Моїм, Ізраїлем“.
3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
І прийшли всі Ізраїлеві старші́ в Хевро́н, а Давид склав із ними умову в Хевроні перед Господнім лицем. І пома́зали вони Давида царем над Ізраїлем, за Господнім словом через Самуїла.
4 ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍‍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।
І пішов Давид та ввесь Ізра́їль до Єрусалиму, — він Євус, і там були євусе́яни, ме́шканці того кра́ю.
5 ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସିପାରିବ ନାହିଁ।” ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା।
І сказали ме́шканці Євусу до Давида: „Ти не вві́йдеш сюди!“Та здобу́в Дави́д тверди́ню Сіо́н, — він Місто Давида.
6 ଆଉ ଦାଉଦ କହିଲେ, “ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ।” ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।
І сказав Давид: „Кожен, хто найперше поб'є євусе́янина, той стане за го́лову та за зве́рхника“. І ввійшов найперше Йоа́в, син Церуїн, і став за го́лову.
7 ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।
І осівся Дави́д у тверди́ні, тому́ назвав ім'я їй: Дави́дове Мі́сто.
8 ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍‍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।
І він збудува́в місто навко́ло, від Мілло́ й аж навко́ло, а Йоав віднови́в решту міста.
9 ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।
І Давид ставав усе більшим, а Госпо́дь Савао́т був із ним.
10 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।
А оце го́лови Давидових ли́царів, що хоробро труди́лися з ним у його царстві, з усім Ізраїлем, щоб настанови́ти його царем, за Господнім словом, над Ізраїлем.
11 ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍‍ମୋନୀୟର ପୁତ୍ର ଯାଶ୍‍ବୀୟାମ୍‍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକାବେଳେ ସେମାନଙ୍କୁ ବଧ କରିଥିଲା।
А оце число Давидових ли́царів: Яшов'ам, син Гахмоні, голова тридцяти, — він махнув своїм списо́м — і побив за один раз три сотні!
12 ପୁଣି, ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।
А за ним Елеазар, син Додо, ахох'янин, — він один із трьох ли́царів.
13 ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;
Він був із Давидом у Пас-Дамімі, а филисти́мляни зібралися там на бій. І була там діля́нка поля, повна ячме́ню, а наро́д утікав перед филисти́млянами.
14 ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହା ଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
Та вони стали посеред діля́нки, і врятували її та й побили филисти́млян. І Господь подав велику перемогу!
15 ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍‍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।
І зійшли троє з тих тридцяти на пе́реді на скелю до Давида, до печери Адуллам. А филистимський та́бір таборува́в у долині Рефаїм.
16 ପୁଣି, ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।
Давид же був тоді в тверди́ні, а филистимська зало́га була тоді в Віфлеємі.
17 ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”
І спра́гнув Давид та й сказав: „Хто напо́їть мене водою з віфлеємської крини́ці, що в брамі?“
18 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,
І проде́рлися ці троє до филистимського табо́ру, і зачерпну́ли води з віфлеємської криниці, що в брамі. І вони ви́несли й прине́сли до Давида, та Давид не схотів її пити, — і вилив її для Господа,
19 “ମୋʼ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।
та й сказав: „Борони мене, Боже мій, чинити таке! Чи я буду пити кров цих мужів, що ходили, наражаючи життя своє? Бо життям своїм вони прине́сли її!“І не хотів він пити її. Оце зробили троє цих ли́царів.
20 ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।
А Авшай, Йоавів брат, — він голова тих трьох. І він махнув своїм списо́м — і побив три сотні! І він мав найславніше ім'я́ серед трьох.
21 ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
З тих трьох серед двох він був найшановні́ший, і став їм за провідника́. А до тих трьох не дося́г.
22 ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
Беная, син Єгоядин, син хороброго мужа, великий у діла́х, з Кавцеїлу, — він побив двох синів Аріїла моавського. І він зійшов і забив лева в сере́дині ями сніжного дня.
23 ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତକାୟ ଏକ ମିସରୀୟ ପୁରୁଷକୁ ବଧ କଲା; ସେହି ମିସରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇଯାଇ ସେହି ମିସରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
І він побив одно́го єги́птянина, мужа поставно́го, на п'ять ліктів, а в руці єги́птянина був спис, як тка́цький вал. І зійшов він до нього з києм, і вирвав списа́ з руки того єги́птянина, — та й його забив його списо́м.
24 ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।
Оце зробив Беная, син Єгоядин, і його ім'я́ було серед тих трьох хоробрих.
25 ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
З тих тридцяти він був найповажні́ший, а до тих трьох не дося́г. І Давид призна́чив його до своєї прибі́чної сторо́жі.
26 ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;
А хоробрі му́жі були ці: Асаїл, Йоавів брат, Елханан, син Додо, із Віфлеєму,
27 ହରୋରୀୟ ଶମ୍ମୋତ୍‍, ପଲୋନୀୟ ହେଲସ୍‍,
гарор'янин Шаммот, пелонянин Хелес,
28 ତକୋୟୀୟ ଇକ୍‍କେଶର ପୁତ୍ର ଈରା, ଅନାଥୋତୀୟ ଅବୀୟେଷର;
Іра, син Іккешів, текоянин, антотянин Авіезер,
29 ହୂଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ;
хушатянин Сіббехай, ахох'янин Ілай,
30 ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍‍;
нетофатянин Магарай, Хелед, син Баанин, нетофатянин,
31 ବିନ୍ୟାମୀନ୍-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ;
Ітай, син Ріваїв, з Гів'ї Веніяминової, пір'атонянин Беная,
32 ଗାଶ୍‍-ନଦୀତୀର ନିବାସୀ ହୂରୟ, ଅର୍ବତୀୟ ଅବୀୟେଲ;
Хурай з Нахале-Ґаашу, арв'янин Авіїл,
33 ବାହାରୁମୀୟ ଅସ୍ମାବତ୍‍, ଶାଲ୍‍ବୋନୀୟ ଇଲୀୟହବା;
бахарум'янин Азмавет, шаалвонянин Ел'яхба,
34 ଗିଷୋନୀୟ ହାଷେମ୍‍ର ପୁତ୍ରଗଣ, ହରାରୀୟ ଶାଗିର ପୁତ୍ର ଯୋନାଥନ;
сини ґізонянина Гашема, Йонатан, син Шаґе, гарар'янин,
35 ହରାରୀୟ ସାଖରର ପୁତ୍ର ଅହୀୟାମ, ଊରର ପୁତ୍ର ଇଲୀଫାଲ;
Ахійям, син Сахарів, гарар'янин, Еліфал, син Урів,
36 ମଖେରାତୀୟ ହେଫର, ପଲୋନୀୟ ଅହୀୟ;
мехар'янин Хефер, пелонянин Ахійя,
37 କର୍ମିଲୀୟ ହିଷ୍ରୟ, ଇଷ୍‍ବୟର ପୁତ୍ର ନାରୟ;
кармелянин Хіцро, Наарай, син Езлаїв,
38 ନାଥନର ଭ୍ରାତା ଯୋୟେଲ, ହଗ୍ରିର ପୁତ୍ର ମିଭର;
Йоїл, брат Натанів, Мівхар, син Гаґрі,
39 ଅମ୍ମୋନୀୟ ସେଲକ୍‍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;
аммонітянин Целек, беротянин Нахрай, зброєно́ша Йоава, Церуїного сина,
40 ଯିତ୍ରୀୟ ଈରା ଓ ଗାରେବ୍‍;
їтрянин Іра, їтрянин Ґарев,
41 ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍‍,
хіттеянин Урійя, Завад, син Ахлая,
42 ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;
Адіна, син Шізин, Руви́мівець, голова Рувимівців і над тридцятьма́,
43 ମାଖାର ପୁତ୍ର ହାନନ୍‍, ମିତ୍ନୀୟ ଯୋଶାଫଟ୍‍;
Ханан, син Маахин, і мітнянин Йосафат,
44 ଅଷ୍ଟାରୋତୀୟ ଉଷୀଅ; ଅରୋୟେରୀୟ ହୋଥମ୍‍ର ପୁତ୍ର ଶାମ୍‍ ଓ ଯିୟୀୟେଲ୍‍;
аштерянин Уззійя, Шама, і Еуїл, сини ароерянина Хотама,
45 ଶିମ୍ରିର ପୁତ୍ର ଯିଦୀୟେଲ ଓ ତାହାର ଭ୍ରାତା ତୀଷୀୟ ଯୋହା;
Єдіаїл, син Шімрі, і Йоха, його брат, тіцянин,
46 ମହବୀୟ, ଇଲୀୟେଲ୍‍, ଇଲ୍‍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍ମା;
махав'янин Еліїл, і Єрівай, і Йошав'я, сини Ел'наамові, і моавітянин Їтма,
47 ଇଲୀୟେଲ୍‍, ଓବେଦ୍‍ ଓ ମସୋବାୟୀୟ ଯାସୀୟେଲ୍‍।
Етіїл, і Овед, і Яасіїл із Цови.

< ପ୍ରଥମ ବଂଶାବଳୀ 11 >