< ପ୍ରଥମ ବଂଶାବଳୀ 12 >

1 ଯେଉଁ ସମୟରେ ଦାଉଦ କୀଶ୍‍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍‍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।
Jen estas tiuj, kiuj venis al David en Ciklagon, kiam li estis ankoraŭ kaŝita antaŭ Saul, filo de Kiŝ; ili ankaŭ estis inter la herooj, helpantoj en la milito;
2 ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।
armitaj per pafarko, povosciantaj ĵeti ŝtonojn kaj pafarkajn sagojn per la dekstra mano kaj per la maldekstra, el la fratoj de Saul, Benjamenidoj:
3 ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍‍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍‍ର ପୁତ୍ର ଯିଷୀୟେଲ୍‍, ପେଲଟ୍‍, ଅନାଥୋତୀୟ ବରାଖା ଓ ଯେହୂ;
la ĉefo Aĥiezer, kaj Joaŝ, filoj de Ŝemaa, la Gibeaano, Jeziel kaj Pelet, filoj de Azmavet, Beraĥa, kaj Jehu, la Anatotano,
4 ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;
Jiŝmaja, la Gibeonano, heroo el tridek kaj super tridek, Jeremia, Jaĥaziel, Joĥanan, kaj Jozabad, la Gederaano,
5 ଇଲିୟଷୟ, ଯିରେମୋତ୍‍, ବାଲୀୟା, ଶେମରୀୟ, ହରୂଫୀୟ ଶଫଟୀୟ;
Eluzaj, Jerimot, Bealja, Ŝemarja, kaj Ŝefatja, la Ĥarufano,
6 କୋରହୀୟ ଇଲ୍‍କାନା, ଯିଶୀୟ, ଅସରେଲ୍‍, ଯୋୟେଷର୍‍, ଯାଶ୍‍ବୀୟାମ୍‍;
Elkana, Jiŝija, Azarel, Joezer, kaj Jaŝobeam, la Koraĥidoj,
7 ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।
Joela kaj Zebadja, filoj de Jeroĥam, el Gedor.
8 ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।
El la Gadidoj apartiĝis al David en la fortikigitan lokon en la dezerto kuraĝaj militistoj, kapablaj batalistoj, armitaj per ŝildo kaj lanco; iliaj vizaĝoj estis kiel vizaĝo de leono, kaj rapidkuraj ili estis, kiel gazeloj sur la montoj:
9 ପ୍ରଥମ ଏସର୍‍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍‍,
Ezer estis la ĉefo, Obadja la dua, Eliab la tria,
10 ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ,
Miŝmana la kvara, Jeremia la kvina,
11 ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍‍;
Ataj la sesa, Eliel la sepa,
12 ଅଷ୍ଟମ ଯୋହାନନ୍‍, ନବମ ଇଲ୍ସାବଦ୍‍;
Joĥanan la oka, Elzabad la naŭa,
13 ଦଶମ ଯିରିମୀୟ, ଏକାଦଶ ମଗ୍‍ବନ୍ନୟ।
Jeremia la deka, Maĥbanaj la dek-unua.
14 ଗାଦ୍‍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା।
Ĉi tiuj el la Gadidoj estis ĉefoj en la militistaro: la plej malgranda estis super cent, kaj la plej granda super mil.
15 ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
Ili estis tiuj, kiuj transiris Jordanon en la unua monato, kiam ĝi inundis siajn ambaŭ bordojn, kaj ili dispelis ĉiujn loĝantojn de la valoj orienten kaj okcidenten.
16 ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।
Ankaŭ el la idoj de Benjamen kaj de Jehuda oni venis en la fortikigitan lokon al David.
17 ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”
Kaj David eliris renkonte al ili, kaj ekparolis kaj diris al ili: Se vi venis al mi kun paco, por helpi al mi, mia koro estos kun vi; sed se por ruze transdoni min al miaj malamikoj, kvankam miaj manoj estas senkulpaj, tiam vidu tion Dio de niaj patroj, kaj Li juĝu.
18 ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।
Kaj spirito venis sur Amasajon, la estron de la herooj, kaj li diris: Al vi, ho David, kaj kun vi, ho filo de Jiŝaj, estu paco; paco al vi, kaj paco al viaj helpantoj, ĉar al vi helpas via Dio. Kaj David ilin akceptis kaj faris ilin ĉefoj de la militistoj.
19 ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”
Ankaŭ el la Manaseidoj oni aliĝis al David, kiam li iris kun la Filiŝtoj milite kontraŭ Saulon, sed ne helpis al ili; ĉar post konsiliĝo la estroj de la Filiŝtoj forsendis lin, dirante: Kun niaj kapoj li aliĝos al sia sinjoro Saul.
20 ଦାଉଦ ସିକ୍ଲଗ୍‍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍‍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍‍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।
Kiam li venis en Ciklagon, aliĝis al li el la Manaseidoj: Adnaĥ, Jozabad, Jediael, Miĥael, Jozabad, Elihu, kaj Ciltaj, milestroj de la Manaseidoj.
21 ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।
Kaj ili helpis al David kontraŭ la militistoj, ĉar ili ĉiuj estis herooj, kaj ili estis estroj en militistaro.
22 ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।
Ĉiutage oni venis pli al David, por helpi al li, ĝis kolektiĝis granda armeo, kiel armeo de Dio.
23 ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।
Jen estas la nombro de la ĉefaj armitaj militistoj, kiuj venis al David en Ĥebronon, por transdoni al li la regnon de Saul, konforme al la vorto de la Eternulo:
24 ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।
da Jehudaidoj, portantaj ŝildon kaj lancon, estis ses mil okcent armitaj por la militistaro;
25 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।
el la Simeonidoj, batalkapablaj por la militistaro, estis sep mil cent;
26 ଲେବୀ-ସନ୍ତାନଗଣ ମଧ୍ୟରୁ ଚାରି ହଜାର ଛଅ ଶହ ଜଣ।
el la Levidoj estis kvar mil sescent;
27 ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ।
kaj Jehojada, estro de Aaronidoj, kaj kun li tri mil sepcent;
28 ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।
kaj Cadok, kuraĝa junulo, kaj lia patrodomo, dudek du estroj;
29 ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।
el la Benjamenidoj, samtribanoj de Saul, tri mil; ĝis tiam la plimulto el ili fidele servis al la domo de Saul;
30 ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।
el la Efraimidoj dudek mil okcent kuraĝaj militistoj, viroj famaj en siaj patrodomoj;
31 ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।
el la duontribo de Manase dek ok mil, kiuj estis vokitaj laŭnome, por iri reĝigi Davidon;
32 ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।
el la Isaĥaridoj, kiuj komprenis la cirkonstancojn, kaj sciis, kion Izrael devas fari, estis ducent ĉefoj, kaj ĉiuj iliaj fratoj agis laŭ iliaj vortoj;
33 ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।
el la Zebulunidoj, militkapablaj, kaj irantaj en militon kun ĉiaj bataliloj, estis kvindek mil, por enviciĝi en konkordo;
34 ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।
el la Naftaliidoj estis mil estroj, kaj kun ili tridek sep mil kun ŝildoj kaj lancoj;
35 ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।
el la Danidoj, armitaj por milito, estis dudek ok mil sescent;
36 ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।
el la Aŝeridoj, militkapablaj kaj pretaj por milito, kvardek mil;
37 ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।
de trans Jordan, el la Rubenidoj, la Gadidoj, kaj la duontribo de Manase, kun ĉiaj militaj bataliloj, cent dudek mil.
38 ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।
Ĉiuj tiuj militistoj, prezentantaj aranĝitajn vicojn, venis plenkore en Ĥebronon, por fari Davidon reĝo super la tuta Izrael; ankaŭ ĉiuj ceteraj Izraelidoj estis unuanimaj, por reĝigi Davidon.
39 ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।
Kaj ili restis tie kun David dum tri tagoj, manĝis kaj trinkis; ĉar iliaj fratoj pretigis por ili;
40 ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍‍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।
ankaŭ tiuj, kiuj estis proksime de ili, ĝis Isaĥar, Zebulun, kaj Naftali, alportadis al ili sur azenoj, kameloj, muloj, kaj bovoj manĝaĵon el faruno, premitajn figojn, sekvinberojn, vinon, oleon, bovojn, kaj ŝafojn en granda kvanto; ĉar estis ĝojo en Izrael.

< ପ୍ରଥମ ବଂଶାବଳୀ 12 >