< ପ୍ରଥମ ବଂଶାବଳୀ 12 >
1 ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।
Torej ti so tisti, ki so prišli k Davidu v Ciklág, medtem ko se je še vedno skrival zaradi Kiševega sina Savla in bili so med mogočnimi možmi, pomočniki vojne.
2 ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।
Oboroženi so bili z loki in uporabljali so lahko tako desno kakor levo roko v metanju kamnov in streljanju puščic iz loka, celó Savlovi bratje iz Benjamina.
3 ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍, ପେଲଟ୍, ଅନାଥୋତୀୟ ବରାଖା ଓ ଯେହୂ;
Vodja je bil Ahiézer, potem Joáš, sinova Gíbejčana Šemaája, Jeziél in Pelet, Azmávetova sinova, Berahá, Anatóčan Jehú,
4 ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍, ଗଦେରାଥୀୟ ଯୋଷାବଦ୍;
Gibeónec Jišmajá, mogočen mož med tridesetimi in nad tridesetimi: Jeremija, Jahaziél, Johanán, Géderčan Jozabád,
5 ଇଲିୟଷୟ, ଯିରେମୋତ୍, ବାଲୀୟା, ଶେମରୀୟ, ହରୂଫୀୟ ଶଫଟୀୟ;
Eluzáj, Jerimót, Bealjá, Šemarjá, Harúfčan Šefatjá,
6 କୋରହୀୟ ଇଲ୍କାନା, ଯିଶୀୟ, ଅସରେଲ୍, ଯୋୟେଷର୍, ଯାଶ୍ବୀୟାମ୍;
Elkaná, Jišijá, Azarél, Joézer, Jašobám, Kórahovci ter
7 ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।
Joelá in Zebadjá, Jerohámova sinova iz Gedórja.
8 ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।
Izmed Gádovcev so se k Davidu, v utrjen kraj, v divjini, ločili mogočni možje in možje vojne, primerni za boj, ki so lahko ravnali s ščitom in sulico, katerih obrazi so bili podobni obrazom levov in so bili tako nagli kakor srne po gorah:
9 ପ୍ରଥମ ଏସର୍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍,
prvi Ecer, drugi Obadjá, tretji Eliáb,
10 ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ,
četrti Mišmaná, peti Jeremija,
11 ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍;
šesti Atáj, sedmi Eliél,
12 ଅଷ୍ଟମ ଯୋହାନନ୍, ନବମ ଇଲ୍ସାବଦ୍;
osmi Johanán, deveti Elzabád,
13 ଦଶମ ଯିରିମୀୟ, ଏକାଦଶ ମଗ୍ବନ୍ନୟ।
deseti Jeremija in enajsti Mahbanáj.
14 ଗାଦ୍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା।
Ti so bili Gadovi sinovi, poveljniki vojske; eden izmed najmanjših je bil nad stotimi in največji nad tisočimi.
15 ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
Ti so tisti, ki so šli čez Jordan v prvem mesecu, ko je ta poplavil vse svoje bregove, in zapodili so v beg vse tiste iz dolin, tako proti vzhodu kot proti zahodu.
16 ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।
In prišli so izmed Benjaminovih in Judovih otrok k utrjenemu kraju, k Davidu.
17 ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”
David je odšel ven, da jih sreča, jim odgovoril in jim rekel: »Če boste miroljubno prišli k meni, da mi pomagate, se bo moje srce povezalo k vam, toda če boste prišli, da me izdate mojim sovražnikom, ker ni krivice v mojih rokah, [naj] Bog naših očetov pogleda na to in to ošteje.«
18 ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।
Potem je duh prišel nad Amasája, ki je bil vodja poveljnikov in rekel je: »Tvoji smo David in na tvoji strani, Jesejev sin. Mir, mir bodi tebi in mir bodi tvojim pomočnikom, kajti tvoj Bog ti pomaga.« Potem jih je David sprejel in jih postavil za poveljnike čete.
19 ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”
Tam so nekateri prešli od Manáseja k Davidu, ko je s Filistejci prišel zoper Savla, da se bojuje, toda oni jim niso pomagali, kajti filistejski knezi so ga po premisleku poslali proč, rekoč: »Prešel bo k svojemu gospodarju Savlu, da ogrozi naše glave.«
20 ଦାଉଦ ସିକ୍ଲଗ୍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।
Medtem ko je šel v Ciklág, so od Manáseja k njemu prestopili Adnáh, Jozabád, Jediaél, Mihael, Jozabád, Elihú in Celetáj, poveljniki tisočih, ki so bili iz Manáseja.
21 ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।
Davidu so pomagali zoper krdelo roparjev, kajti vsi so bili močni junaški možje in bili so poveljniki v vojski.
22 ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।
Kajti ob tistem času so dan za dnem prihajali k Davidu, da mu pomagajo, dokler to ni bila velika vojska, podobna Božji vojski.
23 ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।
To so števila čet, ki so bile oborožene za vojno in so prišle k Davidu v Hebrón, da Savlovo kraljestvo obrnejo k njemu, glede na Gospodovo besedo.
24 ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।
Judovih otrok, ki so nosili ščit in sulico, je bilo šest tisoč osemsto oboroženih za vojsko.
25 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।
Izmed Simeonovih otrok, močnih junaških mož za vojno, sedem tisoč sto.
26 ଲେବୀ-ସନ୍ତାନଗଣ ମଧ୍ୟରୁ ଚାରି ହଜାର ଛଅ ଶହ ଜଣ।
Izmed Lévijevih otrok štiri tisoč šeststo.
27 ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ।
Jojadá je bil voditelj Aroncev in z njim jih je bilo tri tisoč sedemsto,
28 ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।
in Cadók, silno junaški mladenič in dvaindvajset poveljnikov iz hiše njegovega očeta.
29 ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।
Izmed Benjaminovih otrok, Savlovega sorodstva, tri tisoč, kajti do zdaj je večina izmed njih držala stražo Savlove hiše.
30 ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।
Izmed Efrájimovih sinov dvajset tisoč osemsto mogočnih mož, močnih junaških mož, slovečih v hiši svojih očetov.
31 ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।
Izmed polovice Manásejevega rodu osemnajst tisoč [tistih], ki so bili določeni po imenu, da pridejo in postavijo Davida za kralja.
32 ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।
Izmed Isahárjevih otrok, ki so bili možje, ki so imeli razumevanje časov, da vedo, kaj mora Izrael storiti. Njihovih poglavarjev je bilo dvesto, in vsi njihovi bratje so bili pod njihovim poveljem.
33 ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।
Od Zábulona tisti, ki so šli naprej v bitko, izkušeni v vojni, z vsemi vojnimi pripomočki, petdeset tisoč, ki so lahko obdržali položaj; ti niso bili razdeljenega srca.
34 ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।
Od Neftálija tisoč poveljnikov in z njimi sedemintrideset tisoč s ščitom in sulico.
35 ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।
Izmed Danovcev, izkušenih v vojni, osemindvajset tisoč šeststo.
36 ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।
Od Aserja tistih, ki so šli naprej v bitko, izkušenih v vojni, štirideset tisoč.
37 ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।
Na drugi strani Jordana, od Rubenovcev, Gádovcev in od polovice Manásejevega rodu, z vsemi vrstami vojnih priprav za bitko, sto dvajset tisoč.
38 ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।
Vsi ti bojevniki, ki so lahko obdržali položaj, so s popolnim srcem prišli v Hebrón, da postavijo Davida za kralja nad vsem Izraelom, in tudi vsi preostali iz Izraela so bili enega srca, da postavijo Davida za kralja.
39 ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।
Tam so bili z Davidom tri dni, jedli so in pili, kajti njihovi bratje so pripravili zanje.
40 ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।
Poleg tega so tisti, ki so bili blizu njih, celó Isahár, Zábulon in Neftáli, prinesli kruha na oslih, na kamelah, na mulah in na volih ter živež, moko, skupaj stisnjene fige in rozine, vino, olje, vole in obilje ovc, kajti radost je bila v Izraelu.