< ପ୍ରଥମ ବଂଶାବଳୀ 12 >

1 ଯେଉଁ ସମୟରେ ଦାଉଦ କୀଶ୍‍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍‍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।
Hawa walikuwa wanaume walio kuja kwa Daudi huko Zikilagi, wakati akiwa bado amefukuzwa katika uwepo wa Sauli mwana wa Kishi. Walikuwa miongoni mwa wanajeshi, wasaidizi wake katika mapambano.
2 ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।
Walikuwa wana upinde na waliweza kutumia mkono wa kuume na wakushoto kurusha mawe na manati na kupiga mishale kutoka kwenye upinde. Walikuwa Wabenjamini, ndugu wa kabila moja na Sauli.
3 ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍‍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍‍ର ପୁତ୍ର ଯିଷୀୟେଲ୍‍, ପେଲଟ୍‍, ଅନାଥୋତୀୟ ବରାଖା ଓ ଯେହୂ;
Kiongozi alikuwa Ahi Eza, halafu Yoashi, Wana wote wa Shemaa Mgibeathi. Kulikuwa na Yezieli na Peleti, wana wa Azimavethi. Kulikuwa pia na Beraka, Yehu Waanathothi,
4 ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;
Ishimaia Mgibeoni, mwanajeshi kati ya wale thelathini ( na kiongozi wa wale thelathini); Yeremia, Yahazieli, Yohana, Yozabadi Wagederathi,
5 ଇଲିୟଷୟ, ଯିରେମୋତ୍‍, ବାଲୀୟା, ଶେମରୀୟ, ହରୂଫୀୟ ଶଫଟୀୟ;
Eluzai, Yerimothi, Bealia, Shemaria, Shefatia Waharufi,
6 କୋରହୀୟ ଇଲ୍‍କାନା, ଯିଶୀୟ, ଅସରେଲ୍‍, ଯୋୟେଷର୍‍, ଯାଶ୍‍ବୀୟାମ୍‍;
Wakorahi ni Elkana, Ishia, Azareli, Yoeza, Yashobeamu, na
7 ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।
Yoela na Zebadia, wana wa Yeroham wa Gedori.
8 ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।
Baadhi ya Wagadi walijiunga na Daudi katika ngome iliyo nyikani. Walikuwa wanaume wapiganaji, waliofundishwa kwa mapambano, walioweza kumudu ngao na mkuki; ambao nyuso zao zilikuwa kali kama za simba. Walikuwa wepesi kwenye milima kama swala.
9 ପ୍ରଥମ ଏସର୍‍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍‍,
Kulikuwa na Eza kiongozi, Obadia wapili, Eliabu watatu,
10 ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ,
Mishimana wanne, Yeremia watano,
11 ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍‍;
Atai wasita, Elieli wasaba,
12 ଅଷ୍ଟମ ଯୋହାନନ୍‍, ନବମ ଇଲ୍ସାବଦ୍‍;
Yohana wanane, Elizabadi watisa,
13 ଦଶମ ଯିରିମୀୟ, ଏକାଦଶ ମଗ୍‍ବନ୍ନୟ।
Yeremia wakumi, Makibanai wakumi na moja.
14 ଗାଦ୍‍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା।
Wana wa Gadi walikuwa viongozi wa jeshi. Wamwisho aliongoza mia moja, na mkubwa aliongoza elfu moja.
15 ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
Walikatisha Yordani kwa mwezi wa kwanza, wakati vijito vyake vilipofurika, na kuwafukuza wote wanaoishi katika mabonde, pande zote za mashariki na magharibi.
16 ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।
Baadhi ya wanaume wa Benjamini na Yuda walikuja kwenye ngome kwa Daudi.
17 ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”
Daudi alienda nje kuwasalimu na kuwahutubia: “kama mmekuja kwa amani kunisaidia, mnaweza kujiunga nami. Lakini kama mmekuja kunisaliti kwa maadui zangu, Ee Mungu wa mababu zetu awaone na kuwakemea, tangu sijafanya kosa.”
18 ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।
Kisha roho ikaja juu ya Amasai, ambaye alikuwa kiongozi wa wale thelathini. Amasai alisema, “Sisi ni wako, Daudi. Sisi tupo upande wako, mwana wa Yesse. na amani iwe juu ya yeyote atakaye kusaidia. Kuwa Mungu wako anakusaidia.” Kisha Daudi akawapokea na kuwafanya wakuu wa watu wake.
19 ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”
Baadhi kutoka kwa Manase pia wakamwendea Daudi alipokuja na Wafilisti dhidi ya Sauli katika pambano. Lakini hawakuwasaidia Wafilisti kwasababu mabwana wa Wafilisti walishauriana na wakamfukuza Daudi. Walisema, “Atamwendea Bwana wake Sauli na kuhatarisha maisha yetu.”
20 ଦାଉଦ ସିକ୍ଲଗ୍‍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍‍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍‍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।
Alipokwenda kwa Zikilagi, wanaume wa Manase walioungana nae walikuwa Adina, Yozabadi, Yediaeli, Yozabadi, Elihu, na Zilethai, viongozi wa maelfu wa Manase.
21 ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।
Walimsaidia Daudi kupigana na kikundi cha wezi, maana walikuwa wanaume wa mapambano. Baadae walikuwa wakuu katika jeshi.
22 ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।
Siku hadi siku, wanaume walikuja kwa Daudi kumsaidia, mpaka wakawa jeshi kubwa, kama jeshi la Mungu.
23 ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।
Hii ni kumbukumbu ya wanajeshi wa vita, walio kuja kwa Daudi Hebroni, kuupindua ufalme wa Sauli kwake, ilikutimiza neno la Yahweh.
24 ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।
Kutoka Yuda walio beba ngao na mkuki ni 6, 800, tayari kwa vita.
25 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।
Kutoka kwa Wasimeoni walikuwa 7, 100 wanaume wa mapambano.
26 ଲେବୀ-ସନ୍ତାନଗଣ ମଧ୍ୟରୁ ଚାରି ହଜାର ଛଅ ଶହ ଜଣ।
Kutoka kwa Walawi kulikuwa na wanaume wa mapambano 4, 600.
27 ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ।
Yehoiada alikuwa kiongozi wa uzao wa Aruni, na kwa yeye walikuwa 3, 700.
28 ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।
Kwa Zadoki, kijana, mwenye nguvu, na mjasiri, walikuwa viongozi ishirini na mbili kwa familia ya baba yake.
29 ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।
Kutoka kwa Benjamini, kabila la Sauli, walikuwa elfu tatu. Wengi wao walibaki waaminifu kwa Sauli mpaka muda huu.
30 ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।
Kutoka kwa Waefraimu palikuwa na wanume wa mapambano 20, 800, wanaume maharufu kwenye familia za baba zao.
31 ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।
Kutoka kabila nusu la Manase palikuwa na wanaume elfu kumi na nane maharufu walio kuja kufanya Daudi mfalme.
32 ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।
Kutoka kwa Isakari, palikuwa na viongozi mia mbili walio kuwa na ufahamu wa nyakati na walijua nini Israeli ya paswa kufanya. Ndugu zao wote walikuwa chini ya amri yao.
33 ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।
Kutoka Zebuloni palikuwa na wanaume elfu hamsini wa mapambano, tayari kwa vita, na silaha zote za vita, na tayari kutoa uwaminifu usio pungua.
34 ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।
Kutoka kwa Naftali palikuwa na askari elfu moja, na pamoja nao wanaume elfu thelathini na saba wenye ngao na mikuki.
35 ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।
Kutoka kwa Wadani palikuwa na wanaume 28, 600 wameandaliwa kwa ajili ya pambano.
36 ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।
Kutoka kwa Asheri palikuwa na wanaume elfu arobaini wameandaliwa kwa pambano.
37 ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।
Kutoka upande wa pili wa Yordani, kutoka kwa Warubeni, Wagadi, na nusu kabila la Manase, palikuwa na wanaume 120, 000 wameandaliwa na silaha za kila namna kwa ajili ya pambano.
38 ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।
Wanajeshi hawa wote, waliandaliwa kwa pambano, kuja Hebroni kwa dhumuni maalumu la kumfanya Daudi mfalme wa Israeli yote. Israeli yote ilikubaliana na kumfanya Daudi mfalme.
39 ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।
Walikuwa na Daudi siku tatu, kula na kunywa, kwa kuwa ndugu zao waliwapa mahitaji ya kwenda nayo.
40 ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍‍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।
Kwa kuongezea, wao walio kuwa karibu nao, kwa umbali wa Isakari na Zebuloni na Naftali, walileta mkate kwa punda, ngamia, ng'ombe, na keki, mvinyo, mafuta, ng'ombe, na kondoo, kwa kuwa Israeli walikuwa wana sherehekea

< ପ୍ରଥମ ବଂଶାବଳୀ 12 >