< ପ୍ରଥମ ବଂଶାବଳୀ 13 >

1 ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ।
David pak poradil se s hejtmany nad tisíci, s setníky a se všemi vývodami.
2 ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ।
A řekl David všemu shromáždění Izraelskému: Jestliže se vám líbí, a jestli to od Hospodina Boha našeho, rozešleme posly k bratřím našim pozůstalým do všech zemí Izraelských, a též kněžím a Levítům do měst a předměstí jejich, a nechť se shromáždí k nám,
3 ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।”
Abychom zase k nám přivezli truhlu Boha našeho; nebo jsme jí nehledali ve dnech Saulových.
4 ତହିଁରେ ସମଗ୍ର ସମାଜ ସେହିପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା।
I řeklo všecko množství, aby se tak stalo; nebo líbila se ta věc všemu lidu.
5 ତହୁଁ କିରୀୟଥ୍‍-ଯିୟାରୀମ୍‍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ।
Protož shromáždil David všecken lid Izraelský od Nílu Egyptského, až kudy se vchází do Emat, aby přivezli truhlu Hospodinovu z Kariatjeharim.
6 ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍‍, କିରୀୟଥ୍‍-ଯିୟାରୀମ୍‍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ।
A tak vstoupil David a všecken lid Izraelský do Bála, v Kariatjeharim, kteréž jest v Judstvu, aby přenesli odtud truhlu Boha Hospodina, sedícího nad cherubíny, jehož se jméno vzývá.
7 ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।
I vstavili truhlu Boží na nový vůz, vzavše ji z domu Abinadabova, Uza pak a Achio spravovali vůz.
8 ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।
Ale David a všecken lid Izraelský hrali před Bohem ze vší síly, v zpěvích na harfy, na loutny, na bubny, na cymbály a na trouby.
9 ଆଉ ସେମାନେ କୀଦୋନ୍‍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।
A když přišli až k humnu Kídon, vztáhl Uza ruku svou, aby pozdržel truhly; nebo uchýlili se volové.
10 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା।
Protož rozhněval se Hospodin na Uzu a zabil jej, proto že vztáhl ruku svou k truhle; a umřel tu před Bohem.
11 ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
Tedy zkormoutil se David, proto že se Hospodin tak přísně obořil na Uzu. I nazval to místo Perez Uza až do tohoto dne.
12 ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?”
A boje se David Boha v ten den, řekl: Kterakž mám k sobě přivezti truhlu Boží?
13 ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ।
Pročež nepřenesl David truhly k sobě do města Davidova, ale obrátil ji do domu Obededoma Gittejského.
14 ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍‍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍‍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।
I pozůstala truhla Boží mezi čeledí Obededomovou, v domě jeho za tři měsíce, a požehnal Hospodin domu Obededomovu a všem věcem jeho.

< ପ୍ରଥମ ବଂଶାବଳୀ 13 >