< ପ୍ରଥମ ବଂଶାବଳୀ 14 >
1 ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।
Hiram, rey de Tiro, envió mensajeros a David con madera de cedro, artesanos y ebanistas para que le edificaran una casa.
2 ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।
David comprendió que Yavé lo estableció como rey de Israel, y que su reino fue exaltado por amor a su pueblo Israel.
3 ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
Entonces David tomó más mujeres en Jerusalén, y engendró más hijos e hijas.
4 ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍, ନାଥନ, ଶଲୋମନ,
Éstos son los nombres de los que le nacieron en Jerusalén: Samúa, Sobab, Natán, Salomón,
5 ୟିଭର, ଇଲୀଶୂୟ, ଇଲ୍ପେଲଟ୍,
Ibhar, Elisúa, Elpelet,
7 ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍।
Elisama, Beeliada y Elifelet.
8 ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ।
Al oír los filisteos que David fue ungido rey de todo Israel, todos los filisteos subieron en busca de David. Cuando David lo oyó, salió contra ellos,
9 ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।
porque los filisteos llegaron y se desplegaron por el valle de Refaim.
10 ଏଥିରେ ଦାଉଦ ପରମେଶ୍ୱରଙ୍କୁ ପଚାରି କହିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କʼଣ ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
Entonces David consultó a ʼElohim: ¿Iré contra los filisteos? ¿Los entregarás en mi mano? Yavé le respondió: Vé, porque Yo los entregaré en tu mano.
11 ତହୁଁ ସେମାନେ ବାଲ୍-ପରାସୀମ୍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋʼ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍-ପରାସୀମ୍” ରଖିଲେ।
Subieron a Baal-perazim, y allí David los derrotó. Luego David dijo: ¡ʼElohim irrumpió contra mis enemigos por mi mano, como corriente impetuosa! Por esto llamaron aquel lugar Baal-perazim.
12 ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହି ସବୁ ଅଗ୍ନିରେ ଦଗ୍ଧ କରାଗଲା।
Ellos dejaron allí sus ʼelohim, y David ordenó que fueran quemados.
13 ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ।
Los filisteos volvieron a extenderse por el valle.
14 ତହିଁରେ ଦାଉଦ ପରମେଶ୍ୱରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ସେମାନଙ୍କ ପଶ୍ଚାତ୍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତ ବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।
David volvió a consultar a ʼElohim, y ʼElohim le dijo: No subas tras ellos, sino rodéalos por detrás y sal a ellos frente a las balsameras.
15 ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
Cuando escuches el ruido de marcha en las copas de las balsameras, sal enseguida a la batalla, porque ʼElohim saldrá delante de ti para derrotar al ejército de los filisteos.
16 ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍ଠାରୁ ଗେଷର ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।
David hizo tal como ʼElohim le ordenó y derrotaron al ejército de los filisteos desde Gabaón hasta Gezer.
17 ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।
La fama de David fue divulgada por todas aquellas tierras, y Yavé impuso el temor de David sobre todas las naciones.