< ପ୍ରଥମ ବଂଶାବଳୀ 15 >
1 ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ।
Hierauf baute er sich Häuser in der Davidsstadt und richtete für die Lade Gottes eine Stätte her, indem er ein Zelt für sie aufschlug.
2 ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।”
Damals ordnete David an: »Niemand darf die Lade Gottes tragen außer den Leviten! Denn diese hat der HERR dazu erwählt, die Lade Gottes zu tragen und ihm allezeit Dienste zu verrichten.«
3 ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ।
Dann entbot David das gesamte Israel nach Jerusalem, um die Lade des HERRN an die Stätte hinaufzuschaffen, die er für sie hatte herrichten lassen;
4 ଆଉ ଦାଉଦ ହାରୋଣ-ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।
und zwar ließ David die Nachkommen Aarons sowie die Leviten zusammenkommen,
5 କହାତ-ସନ୍ତାନଗଣ ମଧ୍ୟରେ ଊରୀୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ କୋଡ଼ିଏ ଜଣ;
nämlich von den Nachkommen Kehaths: Uriel, den Obersten des Geschlechts, und seine Geschlechtsgenossen, hundertundzwanzig an der Zahl;
6 ମରାରି-ସନ୍ତାନଗଣ ମଧ୍ୟରେ ଅସାୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ କୋଡ଼ିଏ ଜଣ;
von den Nachkommen Meraris: Asaja, den Obersten des Geschlechts, und seine Geschlechtsgenossen, zweihundertundzwanzig;
7 ଗେର୍ଶୋମ-ସନ୍ତାନଗଣ ମଧ୍ୟରେ ଯୋୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ତିରିଶ ଜଣ;
von den Nachkommen Gersoms: Joel, den Obersten des Geschlechts, und seine Geschlechtsgenossen, hundertunddreißig;
8 ଇଲୀଶାଫନ୍-ସନ୍ତାନଗଣ ମଧ୍ୟରେ ଶମୟୀୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ ଜଣ;
von den Nachkommen Elizaphans: Semaja, den Obersten des Geschlechts, und seine Geschlechtsgenossen, zweihundert;
9 ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ୍ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ;
von den Nachkommen Hebrons: Eliel, den Obersten des Geschlechts, und seine Geschlechtsgenossen, achtzig;
10 ଉଷୀୟେଲ-ସନ୍ତାନଗଣ ମଧ୍ୟରେ ଅମ୍ମୀନାଦବ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ବାର ଜଣ।
von den Nachkommen Ussiels: Amminadab, den Obersten des Geschlechts, und seine Geschlechtsgenossen, hundertundzwölf. –
11 ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍କୁ ଓ ଅମ୍ମୀନାଦବକୁ ଡାକି କହିଲେ,
Darauf berief David die Priester Zadok und Abjathar und die Leviten Uriel, Asaja und Joel, Semaja und Eliel und Amminadab
12 “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”
und richtete folgende Worte an sie: »Ihr seid die Familienhäupter der Leviten: so heiligt euch nun, ihr samt euren Geschlechtsgenossen! Denn ihr sollt die Lade des HERRN, des Gottes Israels, an die Stätte hinaufbringen, die ich für sie habe herrichten lassen.
13 କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।
Weil ihr nämlich das vorige Mal nicht zugegen gewesen seid, hat der HERR, unser Gott, Unheil unter uns angerichtet, zur Strafe dafür, daß wir nicht in gebührender Weise Rücksicht auf ihn genommen hatten.«
14 ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ।
Da heiligten sich die Priester und die Leviten, um die Lade des HERRN, des Gottes Israels, hinaufzubringen;
15 ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ।
sodann hoben die Leviten die Lade Gottes so, wie Mose es nach dem Befehl des HERRN geboten hatte, auf ihre Schultern, indem sie die Tragstangen auf sich legten.
16 ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।
Hierauf befahl David den Obersten der Leviten, ihre Geschlechtsgenossen, die Sänger, mit ihren Musikinstrumenten, den Harfen, Zithern und Zimbeln, antreten zu lassen, damit sie Musik und Gesang mit lautem Jubelschall ertönen ließen.
17 ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍କୁ;
Da stellten denn die Leviten Heman, den Sohn Joels, auf und von dessen Geschlechtsgenossen Asaph, den Sohn Berechjas, und von den Nachkommen Meraris, ihren Geschlechtsgenossen, Ethan, den Sohn Kusajas,
18 ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍, ଜିଖରୀୟକୁ, ବେନ୍କୁ, ଯାସୀୟେଲକୁ, ଶମୀରାମୋତ୍କୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍ନେୟକୁ, ଦ୍ୱାରପାଳ ଓବେଦ୍-ଇଦୋମକୁ ଓ ଯିୟୀୟେଲ୍କୁ ନିଯୁକ୍ତ କଲେ।
und mit ihnen ihre Amtsgenossen zweiten Ranges: Sacharja, [den Sohn, ] sowie Jaasiel, Semiramoth, Jehiel, Unni, Eliab, Benaja, Maaseja, Matthithja, Eliphelehu, Mikneja, Obed-Edom und Jeiel, die Torhüter;
19 ଏହିରୂପେ ହେମନ, ଆସଫ ଓ ଏଥନ୍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ;
dazu die Sänger Heman, Asaph und Ethan mit kupfernen Zimbeln, um die Musik zu verstärken,
20 ଆଉ ଜିଖରୀୟ, ଅସୀୟେଲ, ଶମୀରାମୋତ୍, ଯିହୀୟେଲ, ଉନ୍ନି, ଇଲୀୟାବ୍, ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍ ସ୍ୱର ବଜାଇବା ପାଇଁ;
Sacharja dagegen nebst Ussiel, Semiramoth, Jehiel, Unni, Eliab, Maaseja und Benaja mit Leiern, zu denen sie in hoher Tonlage sangen;
21 ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍ନେୟ, ଓବେଦ୍-ଇଦୋମ, ଯିୟୀୟେଲ୍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।
ferner Matthithja, Eliphelehu, Mikneja, Obed-Edom, Jehiel und Asasja mit Harfen, zu denen sie mit Baßstimmen sangen und den Gesang leiteten.
22 ପୁଣି, ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା।
Kenanja ferner, der Oberste der Leviten beim Tragen (der heiligen Geräte), führte die Aufsicht beim Tragen, denn er verstand sich darauf;
23 ଆଉ ବେରିଖୀୟ ଓ ଇଲ୍କାନା ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
und Berechja und Elkana waren Torhüter bei der Lade;
24 ପୁଣି, ଶବନୀୟ, ଯୋଶାଫଟ୍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
Sebanja aber sowie Josaphat, Nethaneel, Amasai, Sacharja, Benaja und Elieser, die Priester, bliesen die Trompeten vor der Lade Gottes her, während Obed-Edom und Jehia Torhüter bei der Lade waren.
25 ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;
So zogen denn David und die Ältesten der Israeliten und die Befehlshaber der Tausendschaften hin, um die Lade mit dem Bundesgesetz des HERRN aus dem Hause Obed-Edoms voller Freude hinaufzubringen;
26 ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।
und da Gott sich den Leviten, welche die Lade mit dem Bundesgesetz des HERRN trugen, gnädig bewies, opferte man sieben Stiere und sieben Widder.
27 ଆଉ ଦାଉଦ, ସିନ୍ଦୁକ-ବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।
Dabei war David mit einem Überwurf von Byssus bekleidet, ebenso alle Leviten, welche die Lade trugen, sowie die Sänger und Kenanja, der das Tragen zu leiten hatte; David aber hatte ein linnenes Schulterkleid (darüber) angelegt.
28 ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।
So brachte denn ganz Israel die Lade mit dem Bundesgesetz des HERRN unter lautem Jubel und Posaunenschall, mit Trompeten- und Zimbelklang und unter Harfen- und Zitherspiel hinauf.
29 ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା।
Da begab es sich, als die Lade mit dem Bundesgesetz des HERRN in die Davidsstadt einzog, daß Sauls Tochter Michal zum Fenster hinausschaute; als sie nun den König David so springen und tanzen sah, empfand sie Verachtung für ihn in ihrem Herzen.