< ପ୍ରଥମ ବଂଶାବଳୀ 15 >
1 ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ।
Bayan Dawuda ya yi gine-gine wa kansa a Birnin Dawuda, sai ya shirya wuri domin akwatin alkawarin Allah, ya kuma kafa tenti dominsa.
2 ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।”
Sa’an nan Dawuda ya ce, “Babu wani sai ko Lawiyawa kaɗai za su ɗauka akwatin alkawarin Allah, gama Ubangiji ya zaɓe su su ɗauka akwatin alkawarin Ubangiji su kuma yi hidima a gabansa har abada.”
3 ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ।
Dawuda ya tattara dukan Isra’ila a Urushalima don su haura da akwatin alkawarin Ubangiji zuwa wurin da aka shirya dominsa.
4 ଆଉ ଦାଉଦ ହାରୋଣ-ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।
Ya tattara zuriyar Haruna a wuri ɗaya da kuma Lawiyawa.
5 କହାତ-ସନ୍ତାନଗଣ ମଧ୍ୟରେ ଊରୀୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ କୋଡ଼ିଏ ଜଣ;
Daga zuriyar Kohat, Uriyel shugaba da dangi 120;
6 ମରାରି-ସନ୍ତାନଗଣ ମଧ୍ୟରେ ଅସାୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ କୋଡ଼ିଏ ଜଣ;
daga zuriyar Merari Asahiya shugaba da dangi 220;
7 ଗେର୍ଶୋମ-ସନ୍ତାନଗଣ ମଧ୍ୟରେ ଯୋୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ତିରିଶ ଜଣ;
daga zuriyar Gershom, Yowel shugaba da dangi 130;
8 ଇଲୀଶାଫନ୍-ସନ୍ତାନଗଣ ମଧ୍ୟରେ ଶମୟୀୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ ଜଣ;
daga zuriyar Elizafan, Shemahiya shugaba da dangi 200;
9 ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ୍ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ;
daga zuriyar Hebron, Eliyel shugaba da dangi 80;
10 ଉଷୀୟେଲ-ସନ୍ତାନଗଣ ମଧ୍ୟରେ ଅମ୍ମୀନାଦବ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ବାର ଜଣ।
daga zuriyar Uzziyel, Amminadab shugaba da dangi 112.
11 ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍କୁ ଓ ଅମ୍ମୀନାଦବକୁ ଡାକି କହିଲେ,
Sa’an nan Dawuda ya kira Zadok da Abiyatar, firistoci, tare da Uriyel, Asahiya, Yowel, Shemahiya, Eliyel da Amminadab, Lawiyawa.
12 “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”
Ya ce musu, “Ku ne kawunan iyalan Lawiyawa; ku da’yan’uwanku Lawiyawa, sai ku tsarkake kanku ku hauro da akwatin alkawarin Ubangiji, Allah na Isra’ila, zuwa wurin da na shirya dominsa.
13 କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।
Domin ku, Lawiyawa ba ku haura da shi da farko ba ne ya sa Ubangiji Allahnmu ya husata a kanmu. Ba mu tambaye shi game da yadda za mu yi shi a hanyar da aka ƙayyade ba.”
14 ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ।
Saboda haka firistoci da Lawiyawa suka tsarkake kansu don su hauro da akwatin alkawarin Ubangiji, Allah na Isra’ila.
15 ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ।
Sai Lawiyawa suka ɗauki akwatin alkawarin Allah da sanduna a kafaɗunsu, kamar yadda Musa ya umarta bisa ga maganar Ubangiji.
16 ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।
Dawuda ya faɗa wa shugabannin Lawiyawa su sa’yan’uwansu su zama mawaƙa don su rera waƙoƙi masu farin ciki, da kayayyakin bushe-bushe, da kaɗe-kaɗe, molaye, garayu da ganguna.
17 ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍କୁ;
Saboda haka Lawiyawa suka zaɓi Heman ɗan Yowel, da Asaf ɗan Berekiya daga cikin’yan’uwansu. Daga iyalin Merari kuma aka zaɓi Etan ɗan Kushahiya.
18 ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍, ଜିଖରୀୟକୁ, ବେନ୍କୁ, ଯାସୀୟେଲକୁ, ଶମୀରାମୋତ୍କୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍ନେୟକୁ, ଦ୍ୱାରପାଳ ଓବେଦ୍-ଇଦୋମକୁ ଓ ଯିୟୀୟେଲ୍କୁ ନିଯୁକ୍ତ କଲେ।
Tare da su kuma’yan’uwansa da suke biye bisa ga matsayi. Wato, Zakariya, Ya’aziyel, Shemiramot, Yehiyel, Unni, Eliyab, Ben, Ma’asehiya, Mattitiya, Elifelehu, Miknehiya, Obed-Edom da Yehiyel, matsaran ƙofofi.
19 ଏହିରୂପେ ହେମନ, ଆସଫ ଓ ଏଥନ୍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ;
Mawaƙan nan Heman, Asaf da Etan, ne za su buga kugen tagulla.
20 ଆଉ ଜିଖରୀୟ, ଅସୀୟେଲ, ଶମୀରାମୋତ୍, ଯିହୀୟେଲ, ଉନ୍ନି, ଇଲୀୟାବ୍, ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍ ସ୍ୱର ବଜାଇବା ପାଇଁ;
Zakariya, Aziyel, Shemiramot, Yehiyel, Unni, Eliyab, Ma’asehiya da Benahiya, ne za su kaɗa molaye masu murya sama-sama, bisa ga alamot.
21 ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍ନେୟ, ଓବେଦ୍-ଇଦୋମ, ଯିୟୀୟେଲ୍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।
Mattitiya, Elifelehu, Miknehiya, Obed-Edom, Yehiyel da Azaziya, ne za su ja garayu masu murya ƙasa-ƙasa bisa ga sheminit.
22 ପୁଣି, ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା।
Kenaniya, shugaban Lawiyawa, shi ne mai bi da waƙoƙi. Wannan hakkinsa ne, gama shi gwani ne a wannan fanni.
23 ଆଉ ବେରିଖୀୟ ଓ ଇଲ୍କାନା ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
Berekiya da Elkana, ne za su zama masu lura da ƙofofi domin akwatin alkawarin.
24 ପୁଣି, ଶବନୀୟ, ଯୋଶାଫଟ୍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
Shebaniya, Yoshafat, Netanel, Amasai, Zakariya, Benahiya da Eliyezer firistoci, su ne za su busa ƙahoni a gaban akwatin alkawarin Allah. Obed-Edom da Yehiya su ma za su zama masu lura da ƙofofi domin akwatin alkawarin.
25 ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;
Sai Dawuda da dattawan Isra’ila da shugabannin ƙungiyoyi dubu suka haura don su kawo akwatin alkawarin Ubangiji daga gidan Obed-Edom, da farin ciki.
26 ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।
Domin Allah ya taimaki Lawiyawan da suke ɗaukar akwatin alkawarin Ubangiji, aka miƙa hadayar bijimai bakwai da raguna bakwai.
27 ଆଉ ଦାଉଦ, ସିନ୍ଦୁକ-ବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।
To, fa, Dawuda yana saye da kyakkyawar rigar lilin, kamar yadda dukan Lawiyawa waɗanda suke ɗaukar akwatin alkawarin suka sa, da kuma yadda mawaƙa, da Kenaniya, wanda yake bi da waƙar mawaƙan ya sa. Dawuda kuma ya sa efod lilin.
28 ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।
Sai dukan Isra’ila suka kawo akwatin alkawarin Ubangiji da sowa, da ƙarar ƙahonin raguna da busan ƙahoni, da na ganguna, suna kuma kaɗa molaye da garayu.
29 ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା।
Yayinda akwatin alkawarin Ubangiji yake shiga Birnin Dawuda, Mikal’yar Shawulu ta leƙa daga taga. Sa’ad da ta ga Sarki Dawuda yana rawa yana shagali, sai ta rena masa wayo a zuciyarta.