< ପ୍ରଥମ ବଂଶାବଳୀ 16 >
1 ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Wakaleta ndani Sanduku la Mungu na kuweka katika ya hema ambalo Daudi aliandaa. Kisha wakatoa sadaka ya kuteketeza na sadaka ya ushirika mbele ya Mungu.
2 ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
Daudi alipo maliza kutoa dhabiu ya kuteketeza na sadaka za ushirika, aliwabariki watu kwa jina la Yahweh.
3 ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।
Alisambaza kwa kila Misraeli, mwanaume na mwanamke, kipande cha mkate, na kipande cha nyama, na keki ya mzabibu.
4 ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।
Daudi aliewapangia baadhi ya Walawi kutumika mbele ya sanduku la Yahweh, na kusheherekea, kushukuru na kumsifu Yahweh, Mungu wa Israeli.
5 ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍, ବନାୟ, ଓବେଦ୍-ଇଦୋମ ଓ ଯିୟୀୟେଲ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;
Hawa Walawi walikuwa Asafu kiongozi, wa pili kutoka kwake Zekaria, Yeieli, Shemiramothi, Yehieli, Matithia, Eliabu, Benaia, Obedi Edomu, na Yeieli. Hawa walikuwa wacheze na vyombo vya uzi na vinubi. Asafu alikuwa apige upatu, kwa kelele.
6 ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।
Benaia na Yahazieli walikuwa wakupiga tarumbeta kila mara, mbele sanduku la agano la Mungu.
7 ଆଉ ସେହି ଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।
Kisha katika hiyo siku Daudi akawachagua Asafu na kaka zake kuimba hii nyimbo ya shukurani kwa Yahweh.
8 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
Mpeni shukurani Yahweh, liitieni jina lake; fahamisheni mataifa matendo yake.
9 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।
Mwiimbieni, imbeni sifa kwake; semeni matendo yake ya ajabu.
10 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
Jisifuni katika jina lake takatifu; mioyo ya wanao mtafuta Yahweh ishangilie.
11 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
Mtafute Yahweh na nguvu zake; tafuteni uwepo wake siku zote.
12 ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
Kumbukeni matendo aliyo ya fanya kwenu, miujiza yake na amri za kinywa chake,
13 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
enyi uzao wa Israeli mtumishi wake, enyi watu wa Yakobo, wateule wake.
14 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।
Yeye ni Yahweh, Mungu wetu. Amri zake zipo duniani kote.
15 ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି;
Tunzeni agano lake akilini mwenu milele, neno alilo liamuru kwa vizazi elfu moja.
16 ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍ହାକଙ୍କ ପ୍ରତି କରିଥିଲେ;
Anakumbuka agano alilo lifanya na Ibrahimu, na nadhiri yake kwake Isaka.
17 ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।
Hili ndilo alilo lithibitisha kwa Yakobo kama amri maalumu, na kwa Israeli kama agano la milele.
18 ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;”
Alisema, “Nitakupa nchi ya Kanani kama sehemu ya urithi wako.”
19 ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;
Nilisema hili mlipo kuwa wachache kwa idadi, wachache sana, mlipo kuwa wageni katika nchi.
20 ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।
Walienda taifa hadi taifa, kutoka ufalme mmoja hadi mwingine.
21 ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;
Hakuwaruhusu yeyote awatese; aliwahadhibu wafalme kwa ajili yao.
22 କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।”
Alisema, “Msiwaguse wapakwa mafuta wangu, na msiwadhuru manabii wangu.”
23 ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।
Imbeni kwa Yahweh, dunia yote; tangazeni wokovu wake siku hadi siku.
24 ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
Kirini utukufu wake kwa mataifa, matendo yake makuu kwa mataifa yote.
25 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।
Kwa kuwa Yahweh ni mkuu na ni wakusifiwa sana, na ni wakuogopewa kuliko miungu yote.
26 କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
Kwa kuwa miungu ya mataifa ni sanamu, lakini ni Yahweh aliye umba mbingu.
27 ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ।
Uzuri wa ajabu na utukufu upo uweponi mwake. Uwezo na furaha upo kwake.
28 ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
Mpeni sifa Yahweh, enyi koo za watu, mpeni sifa Yahweh utukufu na uwezo;
29 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।
Mpeni Yahweh utukufu upasao jina lake. Leta sadaka na mje kwake. Muinamieni Yahweh katika utakatifu wa uzuri wake.
30 ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।
Mtetemeke mbele zake, dunia yote. Dunia imeimarishwa; haiwezi kutikisika.
31 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।”
Mbingu nazo ziwe nafuraha, na dunia ifurahi; na wasema kwa mataifa yote, “Yahweh anatawala.”
32 ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;
Bahari na ingurume, na inayo ijaza ipige kelele kwa furaha. Mashamba yawe na furaha tele, na vyote vilivyomo ndani yake.
33 ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।
Na miti iliyopo misituni ipige kelele kwa Yahweh, kwa kuwa anakuja kuhukumu dunia.
34 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Toeni shukurani kwa Yahweh, kwa kuwa ni mwema, uaminifu wa agano lake la dumu ata milele.
35 ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”
Kisha sema, “Tuokoe, Mungu wa wokovu wetu. Tukusanye pamoja na utuokoe kutoka kwa mataifa mengine, ilikwamba tutoe shukurani kwa jina lako takatifu na tufurahi katika sifa zako.”
36 ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।
Na Yahweh, Mungu wa Israeli, asifiwe kutoka milele na milele. Watu wote wakasema, “Amina” na wakamsifu Yahweh.
37 ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ
Hivyo Daudi akamwacha Asafu na kaka zake pale mbele ya sanduku la Yahweh, kutumika daima mbele ya sanduku, kama kazi za kila siku zilivyo itaji. Obedi Edomu pamoja na ndugu sitini na nane walijumuishwa.
38 ଆଉ ଓବେଦ୍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍ର ପୁତ୍ର ଓବେଦ୍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ
Obedi Edomu mwana wa Yeduthuni, pamoja na Hosa, walikuwa wawe walinzi wa lango.
39 ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ
Zadoki kuhani na makuhani wenzake walikuwa watumike mbele ya hema la Yahweh katika mahali pa juu huko Gibeoni.
40 ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;
Walikuwa watoe sadaka za kuteketeza kwa Yahweh kwenye madhabahu ya sadaka za kuteketeza daima asubui na jioni, kwa mujibu wa yote yalio andikwa katika amri za Yahweh, aliyo wapa Waisraeli kama sheria.
41 ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।
Hemani na Yeduthuni walikuwa nao, pamoja na walio chaguliwa kwa jina, kumpa shukurani Yahweh, kwasababu uaminifu wa agano lake la dumu ata milele
42 ଆଉ, ହେମନ, ଯିଦୂଥୂନ୍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍ର ପୁତ୍ରମାନେ ଦ୍ୱାରପାଳ ହେଲେ।
Hemani na Yeduthuni walikuwa viongozi wa wao waliopiga tarumbeta, upatu, na vyombo vingine kwa muziki wa kumuabudu Mungu. Wana wa Yeduthuni walilinda lango.
43 ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।
Kisha watu wote walirudi nyumbani, na Daudi akarudi kubariki nyumba yake.