< ପ୍ରଥମ ବଂଶାବଳୀ 17 >

1 ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”
cum autem habitaret David in domo sua dixit ad Nathan prophetam ecce ego habito in domo cedrina arca autem foederis Domini sub pellibus est
2 ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।”
et ait Nathan ad David omnia quae in corde tuo sunt fac Deus enim tecum est
3 ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
igitur nocte illa factus est sermo Dei ad Nathan dicens
4 ଯାଅ, “ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;
vade et loquere David servo meo haec dicit Dominus non aedificabis tu mihi domum ad habitandum
5 କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।
neque enim mansi in domo ex eo tempore quo eduxi Israhel usque ad hanc diem sed fui semper mutans loca tabernaculi et in tentorio
6 ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେଉଁସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କାହିଁକି ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କʼଣ ଆମ୍ଭେ କହିଅଛୁ?
manens cum omni Israhel numquid locutus sum saltim uni iudicum Israhel quibus praeceperam ut pascerent populum meum et dixi quare non aedificastis mihi domum cedrinam
7 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ।
nunc itaque sic loqueris ad servum meum David haec dicit Dominus exercituum ego tuli te cum in pascuis sequereris gregem ut esses dux populi mei Israhel
8 ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।
et fui tecum quocumque perrexisti et interfeci omnes inimicos tuos coram te fecique tibi nomen quasi unius magnorum qui celebrantur in terra
9 ଆଉ ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି
et dedi locum populo meo Israhel plantabitur et habitabit in eo et ultra non commovebitur nec filii iniquitatis adterent eos sicut a principio
10 ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା। ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
ex diebus quibus dedi iudices populo meo Israhel et humiliavi universos inimicos tuos adnuntio ergo tibi quod aedificaturus sit domum tibi Dominus
11 ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
cumque impleveris dies tuos ut vadas ad patres tuos suscitabo semen tuum post te quod erit de filiis tuis et stabiliam regnum eius
12 ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
ipse aedificabit mihi domum et firmabo solium eius usque in aeternum
13 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;
ego ero ei in patrem et ipse erit mihi in filium et misericordiam meam non auferam ab eo sicut abstuli ab eo qui ante te fuit
14 ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
et statuam eum in domo mea et in regno meo usque in sempiternum et thronus eius erit firmissimus in perpetuum
15 ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ।
iuxta omnia verba haec et iuxta universam visionem istam sic locutus est Nathan ad David
16 ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ସଦାପ୍ରଭୁ ପରମେଶ୍ୱର! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?
cumque venisset rex David et sedisset coram Domino dixit quis ego sum Domine Deus et quae domus mea ut praestares mihi talia
17 ତଥାପି ହେ ପରମେଶ୍ୱର! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ୱର! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ।
sed et hoc parum visum est in conspectu tuo ideoque locutus es super domum servi tui etiam in futurum et fecisti me spectabilem super omnes homines Domine Deus meus
18 ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ।
quid ultra addere potest David cum ita glorificaveris servum tuum et cognoveris eum
19 ହେ ସଦାପ୍ରଭୋ! ତୁମ୍ଭେ ଏହି ସକଳ ମହତ୍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍ କର୍ମ ସାଧନ କରିଅଛ।
Domine propter famulum tuum iuxta cor tuum fecisti omnem magnificentiam hanc et nota esse voluisti universa magnalia
20 ହେ ସଦାପ୍ରଭୋ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
Domine non est similis tui et non est alius deus absque te ex omnibus quos audivimus auribus nostris
21 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
quis autem est alius ut populus tuus Israhel gens una in terra ad quam perrexit Deus ut liberaret et faceret populum sibi et magnitudine sua atque terroribus eiceret nationes a facie eius quem de Aegypto liberarat
22 ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତକାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।
et posuisti populum tuum Israhel tibi in populum usque in aeternum et tu Domine factus es Deus eius
23 ଏବେ ହେ ସଦାପ୍ରଭୋ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତକାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର।
nunc igitur Domine sermo quem locutus es famulo tuo et super domum eius confirmetur in perpetuum et fac sicut locutus es
24 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ସେ ଇସ୍ରାଏଲର ସପକ୍ଷ ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାପିତ ହୋଇଅଛି, ଏହି କଥା ଦ୍ୱାରା ତୁମ୍ଭର ନାମ ଅନନ୍ତକାଳ ସ୍ଥିରୀକୃତ ଓ ମହତ୍ ହେଉ।
permaneatque et magnificetur nomen tuum usque in sempiternum et dicatur Dominus exercituum Deus Israhel et domus David servi eius permanens coram eo
25 କାରଣ, ହେ ମୋହର ପରମେଶ୍ୱର! ତୁମ୍ଭେ ମୋʼ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଅଛି।
tu enim Domine Deus meus revelasti auriculam servi tui ut aedificares ei domum et idcirco invenit servus tuus fiduciam ut oret coram te
26 ଏବେ ହେ ସଦାପ୍ରଭୋ! ତୁମ୍ଭେ ହିଁ ପରମେଶ୍ୱର, ପୁଣି, ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।
nunc ergo Domine tu es Deus et locutus es ad servum tuum tanta beneficia
27 ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୋ, ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।”
et coepisti benedicere domui servi tui ut sit semper coram te te enim Domine benedicente benedicta erit in perpetuum

< ପ୍ରଥମ ବଂଶାବଳୀ 17 >