< ପ୍ରଥମ ବଂଶାବଳୀ 18 >
1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ।
Poslije toga David porazi Filistejce i pokori ih te ote Gat s njegovim selima iz filistejskih ruku.
2 ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।
Porazio je i Moapce i oni postadoše Davidovi podanici koji su mu donosili danak.
3 ଆହୁରି ସୋବାର ରାଜା ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ।
David je porazio i Hadadezera, sopskoga kralja u Hamatu, kad je izišao da utvrdi svoju vlast do rijeke Eufrata.
4 ପୁଣି, ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ;
David zarobi od njega tisuću bojnih kola, sedam tisuća konjanika i dvadeset tisuća pješaka; ispresijecao je petne žile svim konjima od bojnih kola, ostavio ih je samo stotinu.
5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
Damaščanski su Aramejci bili došli u pomoć Hadadezeru, sopskome kralju, ali je David pobio među Aramejcima dvadeset i dvije tisuće ljudi.
6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
Postavio je namjesnike u Damaščanskom Aramu. Tako Aramejci postadoše Davidovi podanici i moradoše mu plaćati danak. Jahve je davao pobjedu Davidu kuda je god išao.
7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
David zaplijeni zlatne štitove što ih imahu Hadadezerove sluge i donese ih u Jeruzalem.
8 ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।
I iz Hadadezerovih gradova Tibhata i Kuna odnio je silni tuč od kojega je Salomon načinio mjedeno more, stupove i tučano posuđe.
9 ଏଥିଉତ୍ତାରେ ଦାଉଦ ସୋବାର ରାଜା ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ,
Kad je čuo hamatski kralj Tou da je David porazio svu vojsku Hadadezera, sopskoga kralja,
10 ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।
posla svoga sina Hadorama kralju Davidu da ga pozdravi i da mu čestita što je vojevao protiv Hadadezera i porazio ga, jer je Tou bio u ratu s Hadadezerom; i da mu odnese svakojakih zlatnih, srebrnih i tučanih predmeta.
11 ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।
I njih je kralj David posvetio Jahvi sa srebrom i zlatom što ga bijaše uzeo od svih naroda, od Edomaca, Moabaca, Amonaca, Filistejaca i Amalečana.
12 ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।
Sarvijin sin Abišaj pobio je osamnaest tisuća Edomaca u Slanoj dolini.
13 ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
David je postavio namjesnike po Edomu. Tako su svi Edomci postali Davidove sluge. I kuda je god David išao, Jahve mu davaše pobjedu.
14 ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।
David kraljevaše nad svim Izraelom čineći pravo i pravicu svemu svome narodu.
15 ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା।
Sarvijin je sin Joab bio zapovjednik vojske; Ahiludov sin Jošafat bijaše tajni savjetnik.
16 ପୁଣି, ଅହୀଟୂବ୍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।
Ahitubov sin Sadok i Ahimelekov sin Ebjatar bili su svećenici, Šavša pisar.
17 ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।
Jojadin sin Benaja bio je nad Kerećanima i Pelećanima, a Davidovi su sinovi bili prvi do kralja.