< ପ୍ରଥମ ବଂଶାବଳୀ 18 >

1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍‍ ଓ ତହିଁର ଉପନଗରସକଳ ହରଣ କଲେ।
此後ダビデ、ベリシテ人を撃てこれを服し又ペリシテ人の手よりガテとその郷里を取り
2 ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।
彼またモアダを撃ければモアブ人はダビデの臣となりて貢を納たり
3 ଆହୁରି ସୋବାର ରାଜା ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍‍ ପର୍ଯ୍ୟନ୍ତ ପରାସ୍ତ କଲେ।
ダビデまたハマテの邊にてゾバの王ハダレゼルを撃り是は彼がユフラテ河の邊にてその權勢を振はんとて往る時なりき
4 ପୁଣି, ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ;
而してダビデ彼より車千輛騎兵七千歩兵二萬を取りダビデまた一百の車の馬を存してその餘の車馬は皆その足の筋を切り
5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
その時ダマスコのスリア人ゾバの王ハダレゼルを援けんとて來りければダビデそのスリア人二萬二千を殺せり
6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
而してダビデ、ダマスコのスリアに鎮臺を置ぬスリア人は貢を納てダビデの臣となれりヱホバ、ダビデを凡てその往く處にて助たまへり
7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
ダビデ、ハダレゼルの臣僕等の持る金の楯を奪ひて之をヱルサレムに持きたり
8 ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍‍ ଓ କୂନ୍‍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।
またハダレゼルの邑テブハテとクンより甚だ衆多の銅を取きたれりソロモンこれを用て銅の海と柱と銅の器具を造れり
9 ଏଥିଉତ୍ତାରେ ଦାଉଦ ସୋବାର ରାଜା ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍‍ର ରାଜା ତୟି ଶୁଣନ୍ତେ,
時にハマテの王トイ、ダビデがゾバの王ハダレゼルの總の軍勢を撃破りしを聞て
10 ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।
その子ハドラムをダビデ王に遣し安否を問ひかつこれを賀せしむ其はハダレゼル曾てトイと戰闘をなしたるにダビデ、ハダレゼルと戰ひて之を撃やぶりたればなりハドラム金銀および銅の種々の器を携へきたりければ
11 ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।
ダビデ王そのエドム、モアブ、アンモンの子孫ペリシテ人アマレクなどの諸の國民の中より取きたりし金銀とともに是等をもヱホバに奉納たり
12 ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।
ゼルヤの子アビシヤイ鹽谷にてエドム人一萬八千を殺せり
13 ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
斯てダビデ、エドムに鎮臺を置エドム人は皆ダビデの臣となりぬヱホバかくダビデを凡その往處にて助けたまへり
14 ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।
ダビデはイスラエルの全地を治めてその諸の民に公平と正義を行へり
15 ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା।
ゼルヤの子ヨアブは軍旅の長アヒルデの子ヨシヤパテは史官
16 ପୁଣି, ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।
アヒトブの子ザドクとアビヤタルの子アビメレクは祭司シヤウシヤは書記官
17 ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।
ヱホヤダの子ベナヤはケレテ人とペレテ人の長ダビデの子等は王の座側に侍る大臣なりき

< ପ୍ରଥମ ବଂଶାବଳୀ 18 >