< ପ୍ରଥମ ବଂଶାବଳୀ 19 >
1 ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।
Some time later, Nahash, the king of the Ammon people-group, died. Then his son Hanun became their king.
2 ତହିଁରେ ଦାଉଦ କହିଲେ, “ମୁଁ ନାହଶର ପୁତ୍ର ହାନୂନ୍ ପ୍ରତି ଦୟା ପ୍ରକାଶ କରିବି, କାରଣ, ତାହାର ପିତା ମୋʼ ପ୍ରତି ଦୟା ପ୍ରକାଶ କରିଥିଲା।” ତେଣୁ, ଦାଉଦ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦୂତମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ହାନୂନ୍କୁ ସାନ୍ତ୍ୱନା କରିବା ନିମନ୍ତେ ଅମ୍ମୋନ-ସନ୍ତାନଗଣର ଦେଶରେ ତାହା ନିକଟରେ ଉପସ୍ଥିତ ହେଲେ।
[When] David [heard about that, he] thought [to himself], “Nahash was kind to me, so I will be kind to his son.” So David sent some officials there, to tell Hanun that he was sorry to hear that Hanun’s father [had died]. But when David’s officials came to Hanun in the land where the Ammon people-group lived,
3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କʼଣ ଆପଣ ବିଚାର କରନ୍ତି? ତାହାର ଦାସମାନେ କʼଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ ନିକଟକୁ ଆସି ନାହାନ୍ତି?”
the leaders of the Ammon people-group said to Hanun, “Do you think that it is really to honor your father that King David is sending these men to say that he is sorry that your father died? [We think that] his men have come to (look around/spy) our city in order to determine how his [army] can conquer us.”
4 ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।
Hanun [believed what they said, so he commanded some soldiers to] seize the officials whom David had sent, and shave off their beards, and [insult them by] cutting off the lower part of their robes, and then send them away. [So his soldiers did that].
5 ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ, ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି, ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରି ଆସ।”
The officials were greatly humiliated/ashamed. When David found out about what had happened to his officials, he sent some messengers to them to tell them, “Stay at Jericho until your beards have grown again, and then return home.”
6 ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ ରୂପା ପଠାଇଲେ।
Then the [leaders of the] Ammon people-group realized that they had greatly insulted [IDM] David. So Hanun and some of his officials sent about (37,000 pounds/34,000 kg.) of silver to hire chariots and chariot-drivers from [the] Aram-Naharaim, Aram-Maacah and Zobah [regions of Syria northeast of Israel].
7 ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।
They hired 32,000 chariots and chariot-drivers, as well as the king of [the] Maacah [region] and his army. They came and set up their tents near Medeba [town in Moab region]. The soldiers from the Ammon people-group also marched out and (stood in their positions/arranged themselves for battle) [at the entrance to their capital city, Rabbah].
8 ଆଉ, ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।
When David heard about that, he sent Joab and all his army.
9 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।
The soldiers of the Ammon people-group came out of their city and lined up for battle at the entrance to [their capital city, Rabbah]. Meanwhile, the other kings who had come [with their armies] stood in their positions in the open fields.
10 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
Joab saw that there were groups of enemy soldiers in front of his troops and behind his troops. So he selected some of the best Israeli troops and put them in positions to fight against the soldiers of Syria.
11 ଆଉ, ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।
He appointed his [older] brother Abishai to be the commander of his other soldiers and he told them to (stand in their positions/arrange themselves) in front of [the army of] the Ammon people-group.
12 ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।
Joab said to them, “If the soldiers from Syria are too strong for us to defeat them, then your soldiers must come and help us. But if the soldiers from the Ammon people-group are too strong for you to defeat them, then my soldiers will come and help your men.
13 ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”
We must be strong/courageous, and fight hard to [defend] our people and our cities (that belong to/where we worship) our God. I will pray that Yahweh will do what he considers to be good.”
14 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ।
So Joab and his troops [advanced to] fight the army of Syria, and the soldiers from Syria ran away from them.
15 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।
And when the soldiers of the Ammon people-group saw that the soldiers from Syria were running away, they also started to run away from Abishai and his army, and they retreated back inside the city. So Joab [and his army] returned to Jerusalem.
16 ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ। ହଦଦେଷରର ସେନାପତି ଶୋଫକ୍ ସେମାନଙ୍କର ଅଗ୍ରଣୀ ଥିଲା।
After [the leaders of the army of] Syria realized that they had been defeated by [the army of] Israel, they sent messengers to [another part of Syria on] the east side of the [Euphrates] river, and brought troops from there [to the battle area], with Shophach, the commander of Hadadezer’s army, leading them.
17 ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। ତହିଁରେ ଦାଉଦ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ।
When David heard about that, he gathered all the Israeli soldiers, and they crossed the Jordan [River]. They advanced and took their battle positions to attack the army of Syria.
18 ମାତ୍ର, ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି, ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ହଜାର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍କୁ ବଧ କଲେ।
But the army of Syria ran away from the soldiers of Israel. However, David’s soldiers killed 7,000 of their chariot-drivers and 40,000 other soldiers. They also killed Shophach, their army commander.
19 ତହୁଁ ହଦଦେଷରର ଦାସମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦାଉଦଙ୍କ ସଙ୍ଗେ ସନ୍ଧି କରି ତାଙ୍କର ଦାସ ହେଲେ; ପୁଣି, ଅରାମୀୟମାନେ ଅମ୍ମୋନ-ସନ୍ତାନଗଣର ସାହାଯ୍ୟ କରିବାକୁ ଆଉ ସମ୍ମତ ହେଲେ ନାହିଁ।
When the kings who had been ruled by Hadadezer realized that they had been defeated by the Israeli army, they made peace with David, and agreed to allow him to rule them. So the rulers of Syria did not want to help the rulers of the Ammon people-group any more.