< ପ୍ରଥମ ବଂଶାବଳୀ 19 >

1 ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।
It came about later that Nahash, king of the people of Ammon, died, and that his son became king in his place.
2 ତହିଁରେ ଦାଉଦ କହିଲେ, “ମୁଁ ନାହଶର ପୁତ୍ର ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି, କାରଣ, ତାହାର ପିତା ମୋʼ ପ୍ରତି ଦୟା ପ୍ରକାଶ କରିଥିଲା।” ତେଣୁ, ଦାଉଦ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦୂତମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ହାନୂନ୍‍କୁ ସାନ୍ତ୍ୱନା କରିବା ନିମନ୍ତେ ଅମ୍ମୋନ-ସନ୍ତାନଗଣର ଦେଶରେ ତାହା ନିକଟରେ ଉପସ୍ଥିତ ହେଲେ।
David said, “I will show kindness to Hanun son of Nahash, because his father showed kindness to me.” So David sent messengers to console him concerning his father. David's servants entered the land of the Ammonites and went to Hanun, in order to console him.
3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କʼଣ ଆପଣ ବିଚାର କରନ୍ତି? ତାହାର ଦାସମାନେ କʼଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ ନିକଟକୁ ଆସି ନାହାନ୍ତି?”
But the Ammonite princes said to Hanun, “Do you think that David is honoring your father because he has sent men to comfort you? Do not his servants come to you to explore and examine the land in order to overthrow it?”
4 ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।
So Hanun seized David's servants, shaved them, cut off their garments to the waist, up to their buttocks, and sent them away.
5 ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ, ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି, ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରି ଆସ।”
When they explained this to David, he sent to meet with them, for the men were deeply ashamed. The king said, “Stay at Jericho until your beards have grown back, and then return.”
6 ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍‍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍‍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ ରୂପା ପଠାଇଲେ।
When the Ammonites saw that they had become a stench to David, Hanun and the Ammonites sent a thousand talents of silver to hire Aramean chariots and horsemen from Naharaim, Maacah, and Zobah.
7 ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।
They hired thirty-two thousand chariots and the king of Maacah and his army, who came and encamped before Medeba. Then the Ammonites gathered themselves together from their cities and came out to battle.
8 ଆଉ, ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।
When David heard of it, he sent Joab and his entire army to meet them.
9 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।
The people of Ammon came out and lined up for battle at the city gate, while the kings who had come were by themselves in the field.
10 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
When Joab saw the battle lines facing him both in front and behind, he chose some of Israel's best fighters and arranged them against the Arameans.
11 ଆଉ, ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।
As for the rest of the army, he gave it into the command of Abishai his brother, and he put them into battle lines against the army of Ammon.
12 ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।
Joab said, “If the Arameans are too strong for me, then you, Abishai, must rescue me. But if the army of Ammon is too strong for you, then I will come and rescue you.
13 ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”
Be strong, and let us show ourselves to be strong for our people and for the cities of our God, for Yahweh will do what is good in his eyes.”
14 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ।
So Joab and the soldiers of his army advanced to the battle against the Arameans, who were forced to flee before the army of Israel.
15 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।
When the army of Ammon saw that the Arameans had fled, they also fled from Joab's brother Abishai and went back into the city. Then Joab returned from the people of Ammon and went back to Jerusalem.
16 ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ। ହଦଦେଷରର ସେନାପତି ଶୋଫକ୍‍ ସେମାନଙ୍କର ଅଗ୍ରଣୀ ଥିଲା।
When the Arameans saw that they were being defeated by Israel, they sent for reinforcements from beyond the Euphrates River, with Shophak the commander of Hadadezer's army.
17 ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। ତହିଁରେ ଦାଉଦ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ।
When David was told this, he gathered all Israel together, crossed the Jordan, and came upon them. He arranged the army for battle against the Arameans, and they fought him.
18 ମାତ୍ର, ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି, ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ହଜାର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍‍କୁ ବଧ କଲେ।
The Arameans fled from Israel, and David killed seven thousand Aramean charioteers and forty thousand foot soldiers. He also killed Shophak, the commander of the army.
19 ତହୁଁ ହଦଦେଷରର ଦାସମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦାଉଦଙ୍କ ସଙ୍ଗେ ସନ୍ଧି କରି ତାଙ୍କର ଦାସ ହେଲେ; ପୁଣି, ଅରାମୀୟମାନେ ଅମ୍ମୋନ-ସନ୍ତାନଗଣର ସାହାଯ୍ୟ କରିବାକୁ ଆଉ ସମ୍ମତ ହେଲେ ନାହିଁ।
When all the kings who were servants of Hadadezer saw that they were defeated by Israel, they made peace with David and served them. So the people of Aram were no longer willing to help the Ammonites.

< ପ୍ରଥମ ବଂଶାବଳୀ 19 >