< ପ୍ରଥମ ବଂଶାବଳୀ 2 >

1 ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ;
Voici les fils d’Israël: Ruben, Siméon, Lévi, Juda, Issachar, Zabulon,
2 ଦାନ୍, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍‍ ଓ ଆଶେର।
Dan, Joseph, Benjamin, Nephthali, Gad et Aser.
3 ଯିହୁଦାର ପୁତ୍ରଗଣ; ଯଥା ଏର ଓ ଓନନ୍‍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍‍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।
Fils de Juda: Her, Onan et Séla; ces trois lui naquirent de la fille de Sué, la Chananéenne. — Her, premier-né de Juda, était méchant aux yeux de Yahweh, qui le fit mourir. —
4 ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ।
Thamar, belle-fille de Juda, lui enfanta Pharès et Zara. — Tous les fils de Juda furent au nombre de cinq.
5 ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ।
Fils de Pharès: Hesron et Hamul. —
6 ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍‍ ଓ ହେମନ ଓ କଲ୍‍କୋଲ୍‍ ଓ ଦେରା; ସମୁଦାୟ ପାଞ୍ଚ ଜଣ।
Fils de Zara: Zamri, Ethan, Eman, Chalchal et Dara: en tout, cinq. —
7 କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା।
Fils de Charmi: Achar, qui troubla Israël par une transgression au sujet d’une chose vouée à l’anathème. —
8 ପୁଣି, ଏଥନ୍‍ର ପୁତ୍ର ଅସରୀୟା।
Fils d’Ethan: Azarias.
9 ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ ଓ ରାମ୍‍ ଓ କାଲୁବାୟ,
Fils qui naquirent à Hesron: Jéraméel, Ram et Calubi.
10 ପୁଣି, ରାମ୍‍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନକୁ ଜାତ କଲା।
Ram engendra Aminadab; Aminadab engendra Nahasson, prince des fils de Juda;
11 ଆଉ ନହଶୋନ ସଲ୍ମାକୁ ଜାତ କଲା ଓ ସଲ୍ମା ବୋୟଜକୁ ଜାତ କଲା;
Nahasson engendra Salma; Salma engendra Booz;
12 ବୋୟଜ ଓବେଦ୍‍କୁ ଜାତ କଲା, ଓବେଦ୍‍ ଯିଶୀକୁ ଜାତ କଲା।
Booz engendra Obed; Obed engendra Isaï;
13 ପୁଣି, ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବ୍‍କୁ ଓ ଦ୍ୱିତୀୟ ଅବୀନାଦବକୁ ଓ ତୃତୀୟ ଶିମୀୟକୁ;
Isaï engendra Eliab son premier-né, Abinadab, le deuxième, Simmaa le troisième,
14 ଚତୁର୍ଥ ନଥନେଲକୁ, ପଞ୍ଚମ ରଦ୍ଦୟକୁ;
Nathanaël, le quatrième, Raddaï, le cinquième,
15 ଷଷ୍ଠ ଓତ୍ସମ୍‍‍କୁ, ସପ୍ତମ ଦାଉଦଙ୍କୁ ଜାତ କଲା;
Asom, le sixième, et David, le septième.
16 ପୁଣି, ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ। ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ, ଏ ତିନି ସରୁୟାର ପୁତ୍ର।
Leurs sœurs étaient: Sarvia et Abigaïl. — Fils de Sarvia: Abisaï, Joab et Asaël, trois. —
17 ପୁଣି, ଅବୀଗଲ ଅମାସାଙ୍କୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା।
Abigaïl enfanta Amasa, dont le père fut Jéther, l’Ismaélite.
18 ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।
Caleb, fils de Hesron eut des enfants d’Azuba, sa femme, et de Jérioth. Voici les fils qu’il eut d’Azuba: Jaser, Sobab et Ardon.
19 ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।
Azuba mourut, et Caleb prit pour femme Ephrata, qui lui enfanta Hur.
20 ପୁଣି, ହୂର ଊରିକୁ ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା।
Hur engendra Uri, et Uri engendra Bézéléel. —
21 ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା।
Ensuite Hesron s’unit à la fille de Machir, père de Galaad: il avait soixante ans quand il la prit; elle lui enfanta Ségub.
22 ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।
Ségub engendra Jaïr, qui eut vingt-trois villes dans le pays de Galaad.
23 ଆଉ ଗଶୂର ଓ ଅରାମ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍‍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ। ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ।
Les Gessuriens et les Syriens leur prirent les Bourgs de Jaïr, ainsi que Canath et les villes de sa dépendance: soixante villes. Tous ceux-là étaient fils de Machir, père de Galaad.
24 ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍‍ହୂରକୁ ଜାତ କଲା।
Après la mort de Hesron à Caleb-Ephrata, Abia, la femme de Hesron, lui enfanta Ashur, père de Thécua.
25 ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍‍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍ସମ୍‍ ଓ ଅହୀୟ।
Les fils de Jéraméel, premier-né de Hesron, furent: Ram, le premier-né, Buna, Aran, Asom et Achia.
26 ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମର ମାତା।
Jéraméel eut une autre femme, nommée Athara, qui fut mère d’Onam. —
27 ଆଉ ଯିରହମେଲର ପ୍ରଥମଜାତ ରାମ୍‍ର ପୁତ୍ର ମାଷ୍‍, ଯାମୀନ୍‍ ଓ ଏକର।
Les fils de Ram, premier-né de Jéraméel furent: Moos, Jamin et Acar. —
28 ଆଉ ଓନମର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍‍ ଓ ଅବୀଶୂର।
Les fils d’Onam furent: Séméï et Jada. — Fils de Séméï: Nadab et Abisur.
29 ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ ଓ ସେ ତାହାର ଔରସରେ ଅହବାନ୍‍ ଓ ମୋଲୀଦକୁ ଜାତ କଲା।
Le nom de la femme d’Abisur était Abihaïl, et elle lui enfanta Ahobban et Molid.
30 ପୁଣି, ନାଦବ୍‍ର ପୁତ୍ର ସେଲଦ୍‍ ଓ ଅପ୍ପୟିମ୍‍; ମାତ୍ର ସେଲଦ୍‍ ନିଃସନ୍ତାନ ହୋଇ ମଲା।
Fils de Nadab: Saled et Apphaïm. Saled mourut sans fils.
31 ଆଉ ଅପ୍ପୟିମ୍‍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍‍। ଶେଶନ୍‍ର ପୁତ୍ର ଅହଲୟ।
Fils d’Apphaïm: Jési. Fils de Jési: Sésan. Fils de Sesan: Oholaï. —
32 ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା।
Fils de Jada, frère de Séméï: Jéther et Jonathan. Jéther mourut sans fils.
33 ପୁଣି, ଯୋନାଥନର ପୁତ୍ର ପେଲତ୍‍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ।
Fils de Jonathan: Phaleth et Ziza. — Ce sont là les fils de Jéraméel. —
34 ଶେଶନ୍‍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି, ଶେଶନ୍‍ର ଜଣେ ମିସରୀୟ ଦାସ ଥିଲା, ତାହାର ନାମ ଯାର୍ହା।
Sésan n’eut pas de fils, mais il eut des filles. Il avait un esclave Egyptien, nommé Jéraa;
35 ଆଉ ଶେଶନ୍‍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା।
il lui donna sa fille pour femme, et elle lui enfanta Ethéï.
36 ପୁଣି, ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦ୍‍କୁ ଜାତ କଲା,
Ethéï engendra Nathan; Nathan engendra Zabad;
37 ସାବଦ୍‍ ଇଫ୍‍ଲଲକୁ ଜାତ କଲା ଓ ଇଫ୍‍ଲଲ ଓବେଦ୍‍କୁ ଜାତ କଲା;
Zabad engendra Ophlal; Ophlal engendra Obed;
38 ଓବେଦ୍‍ ଯେହୂକୁ ଜାତ କଲା ଓ ଯେହୂ ଅସରୀୟକୁ ଜାତ କଲା;
Obed engendra Jéhu; Jéhu engendra Azarias;
39 ପୁଣି, ଅସରୀୟ ହେଲସ୍‍କୁ ଜାତ କଲା ଓ ହେଲସ୍‍ ଇଲୀୟାସାକୁ ଜାତ କଲା;
Azarias engendra Hellès; Hellès engendra Elasa;
40 ପୁଣି, ଇଲୀୟାସା ସିସମୟକୁ ଜାତ କଲା ଓ ସିସମୟ ଶଲ୍ଲୁମ୍‍କୁ ଜାତ କଲା;
Elasa engendra Sisamoï; Sisamoï engendra Sellum;
41 ଶଲ୍ଲୁମ୍‍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା।
Sellum engendra Icamias, et Icamias engendra Elisama.
42 ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍‍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ।
Fils de Caleb, frère de Jéraméel: Mésa, son premier-né, qui fut père de Ziph, et les fils de Marésa, père d’Hébron. —
43 ଆଉ ହିବ୍ରୋଣର ପୁତ୍ର କୋରହ ଓ ତପୂହ ଓ ରେକମ୍‍, ଶେମା।
Fils d’Hébron: Coré, Thaphua, Récem et Samma.
44 ପୁଣି, ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍‍ ଶମ୍ମୟକୁ ଜାତ କଲା।
Samma engendra Raham, père de Jercaam; Récem engendra Sammaï. —
45 ଆଉ ଶମ୍ମୟର ପୁତ୍ର ମାୟୋନ୍‍; ମାୟୋନ୍‍ ବେଥ୍-ସୁରର ପିତା ଥିଲା।
Fils de Sammaï: Maon; et Maon fut père de Bethsur. —
46 ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା।
Epha, concubine de Caleb, enfanta Haran, Mosa et Gézez. Haran engendra Gézez. —
47 ଆଉ ଯେହଦୟର ପୁତ୍ର ରେଗମ୍‍ ଓ ଯୋଥମ୍‍ ଓ ଗେଶନ୍‍ ଓ ପେଲଟ୍‍ ଓ ଐଫା ଓ ଶାଫ୍‍।
Fils de Jahaddaï: Regom, Joathan, Gosan, Phalet, Epha et Saaph. —
48 ପୁଣି, କାଲେବର ଉପପତ୍ନୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା।
Maacha, concubine de Caleb, enfanta Saber et Tharana.
49 ଆହୁରି ସେ ମଦ୍‍ମନ୍ନାର ପିତା ଶାଫ୍‍କୁ, ମଗ୍‍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଅକ୍‍ଷା କାଲେବର କନ୍ୟା ଥିଲା।
Elle enfanta encore Saaph, père de Madména, Sué, père de Machbéna et père de Gabaa. La fille de Caleb était Achsa.
50 କାଲେବର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍‍ କିରୀୟଥ୍‍-ଯିୟାରୀମ୍‍ର ପିତା;
Ceux-ci furent fils de Caleb. Fils de Hur, premier-né d’Ephrata: Sobal, père de Cariathiarim;
51 ସଲ୍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା;
Salma, père de Bethléem; Hariph, père de Bethgader. —
52 ଆଉ କିରୀୟଥ୍‍-ଯିୟାରୀମ୍‍ର ପିତା ଶୋବଲ୍‍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ।
Les fils de Sobal, père de Cariathiarim, furent: Haroé, Hatsi-Hamménuhoth.
53 ଆଉ କିରୀୟଥ୍‍-ଯିୟାରୀମ୍‍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।
Les familles de Cariathiarim, furent: les Jethréens, les Aphuthéens, les Sémathéens et les Maséréens. D’eux sont sortis les Saréens et les Esthaoliens. —
54 ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।
Fils de Salma: Bethléem et les Nétophatiens, Ataroth-Beth-Joab, moitié des Manachtiens, les Saréens,
55 ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।
ainsi que les familles des scribes demeurant à Jabès, savoir, les Thiratiens, les Schimathiens et les Sucathiens. Ce sont les Cinéens, issus de Hamath, père de la maison de Réchab.

< ପ୍ରଥମ ବଂଶାବଳୀ 2 >