< ପ୍ରଥମ ବଂଶାବଳୀ 20 >
1 ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥିମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍ କଲା।
Nthawi ya mphukira, nthawi imene mafumu amapita ku nkhondo, Yowabu anatsogolera gulu la ankhondo. Iye anawononga Aamoni, kenaka anapita ku mzinda wa Raba ndipo anawuzungulira, koma Davide anatsala ku Yerusalemu. Yowabu anathira nkhondo mzinda wa Raba ndipo anawuwononga.
2 ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।
Davide anachotsa chipewa chaufumu pamutu pa mfumu yawo. Chipewacho chinkalemera makilogalamu asanu agolide ndiponso chinali ndi miyala yokongola. Ndipo Davide anavala chipewacho. Iye anatenga katundu wambiri kuchokera mu mzindawo,
3 ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
ndipo anatulutsa anthu amene anali mʼmenemo, nawayika kuti azigwira ntchito ya macheka, yosula makasu ndi nkhwangwa. Davide anachita izi ndi mizinda yonse ya Aamoni. Kenaka Davide pamodzi ndi gulu lake lonse lankhondo anabwerera ku Yerusalemu.
4 ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।
Patapita nthawi, nkhondo inayambika pakati pa Aisraeli ndi Afilisti ku Gezeri. Nthawi imeneyo Sibekai Mhusati anapha Sipai, mmodzi mwa zidzukulu za Arefai, ndipo Afilisti anagonja.
5 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍ହାନନ୍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।
Pa nkhondo inanso ndi Afilisti, Elihanani mwana wa Yairi anapha Lahimi mʼbale wake wa Goliati Mgiti, amene mkondo wake unali ngati ndodo yowombera nsalu.
6 ଏଉତ୍ତାରେ ପୁନର୍ବାର ଗାଥ୍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
Pa nkhondo inanso imene inachitika ku Gati, panali munthu wina wamtali kwambiri, wa zala zisanu ndi chimodzi mʼmanja ndi mʼmapazi ndipo zonse pamodzi zinalipo 24. Iyenso anali chidzukulu cha Rafa.
7 ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।
Pamene iye ankanyoza Aisraeli, Yonatani mwana wa Simea, mʼbale wake wa Davide anamupha.
8 ଏମାନେ ଗାଥ୍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ବଧ ହେଲେ।
Anthu amenewa anali zidzukulu za Rafa ku Gati, ndipo anaphedwa ndi Davide ndi ankhondo ake.