< ପ୍ରଥମ ବଂଶାବଳୀ 20 >

1 ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥିମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍‍ କଲା।
年かへりて王等の戰爭に出る時におよびてヨアブ軍勢を率ゐて出でアンモン人の地を打荒し往てラバを攻圍りされどダビデはヱルサレムに止まりたりヨアブつひにラバを撃壞りてこれを滅ぼせり
2 ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।
ダビデ彼らの王の冠冕をその首より取はなしたりしがその金の重を量り見るに一タラントありまたその中に寶石を嵌たるありき之をダビデの首に冠らせたり彼また甚だ衆多の掠取物をその邑より取り
3 ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
而して彼またその中の民を曳いだし鋸と鐵の打車と斧とをもてこれを斬りダビデ、アンモンの子孫の一切の邑に斯く爲り而してダビデとその民はみなヱルサレムに歸りぬ
4 ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।
この後ゲゼルにおいてペリシテ人と戰爭おこりたりしがその時にホシヤ人シベカイ巨人の子孫の一人なるシバイを殺せり彼等つひに攻伏られき
5 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍‍ହାନନ୍‍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।
復ペリシテ人と戰爭ありしがヤイルの子エルハナン、ガテのゴリアテの兄弟ラミを殺せりラミの槍の柄は機の滕の如くなりき
6 ଏଉତ୍ତାରେ ପୁନର୍ବାର ଗାଥ୍‍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
またガテに戰爭ありしが其處に一人の身長き人ありその手の指と足の趾は六宛にして合せて二十四あり彼も巨人の生る者なりき
7 ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।
彼イスラエルを挑みしかばダビデの兄弟シメアの子ヨナタンこれを殺せり
8 ଏମାନେ ଗାଥ୍‍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ବଧ ହେଲେ।
是等はガテにて巨人の生る者なりしがダビデの手とその臣僕の手に斃れたり

< ପ୍ରଥମ ବଂଶାବଳୀ 20 >