< ପ୍ରଥମ ବଂଶାବଳୀ 20 >
1 ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥିମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍ କଲା।
Aconteceu pois que, no decurso de um anno, no tempo em que os reis costumam sair para a guerra, Joab levou o exercito, e destruiu a terra dos filhos de Ammon, e veiu, e cercou a Rabba, porém David ficou em Jerusalem: e Joab feriu a Rabba, e a destruiu.
2 ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।
E David tirou da cabeça do rei a corôa d'este, e achou n'ella o peso d'um talento de oiro, e havia n'ella pedras preciosas; e foi posta sobre a cabeça de David: e levou da cidade mui grande despojo.
3 ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
Tambem o povo que estava n'ella levou, e os fez serrar com a serra, e cortar com talhadeiras de ferro e com machados; e assim fez David com todas as cidades dos filhos de Ammon: então voltou David, com todo o povo, para Jerusalem.
4 ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।
E depois d'isto aconteceu que, levantando-se guerra em Gazer, com os philisteos, então Sibbechai, o husathita, feriu a Sippai, dos filhos de Rapha: e ficaram abatidos.
5 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍ହାନନ୍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।
E tornou a haver guerra com os philisteos: e Elhanan, filho de Jair, feriu a Lahmi, irmão de Goliath, o getheo, cuja haste da lança era como orgão de tecelão.
6 ଏଉତ୍ତାରେ ପୁନର୍ବାର ଗାଥ୍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
E tornou a haver guerra em Gath: e havia ali um homem de grande estatura, e tinha vinte e quatro dedos, seis em cada mão, e seis em cada pé, e tambem era da raça de Rapha.
7 ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।
E injuriou a Israel: porém Jonathan, filho de Simea, irmão de David, o feriu.
8 ଏମାନେ ଗାଥ୍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ବଧ ହେଲେ।
Estes nasceram a Rapha em Gath: e cairam pela mão de David e pela mão dos seus servos.