< ପ୍ରଥମ ବଂଶାବଳୀ 21 >

1 ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।
Then Satan rose up against Israel and incited David to take a census of Israel.
2 ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, “ଯାଅ, ବେର୍‍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।”
So David said to Joab and the commanders of the troops, “Go and count the Israelites from Beersheba to Dan and bring me a report, so that I may know their number.”
3 ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋʼ ପ୍ରଭୁ ମହାରାଜ, ସେହି ସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ?”
But Joab replied, “May the LORD multiply His troops a hundred times over. My lord the king, are they not all servants of my lord? Why does my lord want to do this? Why should he bring guilt on Israel?”
4 ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।
Nevertheless, the king’s word prevailed against Joab. So Joab departed and traveled throughout Israel, and then he returned to Jerusalem.
5 ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।
And Joab reported to David the total number of the troops. In all Israel there were 1,100,000 men who drew the sword, including 470,000 in Judah.
6 ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।
But Joab did not include Levi and Benjamin in the count, because the king’s command was detestable to him.
7 ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।
This command was also evil in the sight of God; so He struck Israel.
8 ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”
Then David said to God, “I have sinned greatly because I have done this thing. Now I beg You to take away the iniquity of Your servant, for I have acted very foolishly.”
9 ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍‍କୁ କହିଲେ,
And the LORD instructed Gad, David’s seer,
10 “ଯାଅ, ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”
“Go and tell David that this is what the LORD says: ‘I am offering you three options. Choose one of them, and I will carry it out against you.’”
11 ତହିଁରେ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;
So Gad went and said to David, “This is what the LORD says: ‘You must choose
12 ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍‍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”
between three years of famine, three months of being swept away before your enemies and overtaken by their swords, or three days of the sword of the LORD—days of plague upon the land, with the angel of the LORD ravaging every part of Israel.’ Now then, decide how I should reply to Him who sent me.”
13 ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”
David answered Gad, “I am deeply distressed. Please, let me fall into the hand of the LORD, for His mercies are very great; but do not let me fall into the hands of men.”
14 ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।
So the LORD sent a plague upon Israel, and seventy thousand men of Israel fell dead.
15 ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।
Then God sent an angel to destroy Jerusalem, but as the angel was doing so, the LORD saw it and relented from the calamity, and He said to the angel who was destroying the people, “Enough! Withdraw your hand now!” At that time the angel of the LORD was standing by the threshing floor of Ornan the Jebusite.
16 ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।
When David lifted up his eyes and saw the angel of the LORD standing between heaven and earth, with a drawn sword in his hand stretched out over Jerusalem, David and the elders, clothed in sackcloth, fell facedown.
17 ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”
And David said to God, “Was it not I who gave the order to count the people? I am the one who has sinned and acted wickedly. But these sheep, what have they done? O LORD my God, please let Your hand fall upon me and my father’s house, but do not let this plague remain upon Your people.”
18 ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍‍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।
Then the angel of the LORD ordered Gad to tell David to go up and build an altar to the LORD on the threshing floor of Ornan the Jebusite.
19 ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍‍ର ବାକ୍ୟାନୁସାରେ ଦାଉଦ ଗଲେ।
So David went up at the word that Gad had spoken in the name of the LORD.
20 ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି, ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।
Now Ornan was threshing wheat when he turned and saw the angel; and his four sons who were with him hid themselves.
21 ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
David came to Ornan, and when Ornan looked out and saw David, he left the threshing floor and bowed facedown before David.
22 ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।”
Then David said to Ornan, “Grant me the site of this threshing floor, that I may build an altar to the LORD. Sell it to me for the full price, so that the plague upon the people may be halted.”
23 ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।”
Ornan said to David, “My lord the king may take whatever seems good. Look, I will give the oxen for the burnt offerings, the threshing sledges for the wood, and the wheat for the grain offering—I will give it all.”
24 ଏଥିରେ ଦାଉଦ ରାଜା ଅରଣନକୁ କହିଲେ, “ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ, ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”
“No,” replied King David, “I insist on paying the full price, for I will not take for the LORD what belongs to you, nor will I offer burnt offerings that cost me nothing.”
25 ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।
So David paid Ornan six hundred shekels of gold for the site.
26 ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।
And there he built an altar to the LORD and offered burnt offerings and peace offerings. He called upon the LORD, who answered him with fire from heaven on the altar of burnt offering.
27 ପୁଣି, ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ୍ଗ ପୁନର୍ବାର ତହିଁର କୋଷରେ ରଖିଲା।
Then the LORD spoke to the angel, who put his sword back into its sheath.
28 ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ।
At that time, when David saw that the LORD had answered him at the threshing floor of Ornan the Jebusite, he offered sacrifices there.
29 କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ଥିଲା।
For the tabernacle of the LORD that Moses had made in the wilderness and the altar of burnt offering were presently at the high place in Gibeon,
30 ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।
but David could not go before it to inquire of God, because he was afraid of the sword of the angel of the LORD.

< ପ୍ରଥମ ବଂଶାବଳୀ 21 >