< ପ୍ରଥମ ବଂଶାବଳୀ 21 >
1 ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।
Али уста сотона на Израиља и наврати Давида да изброји Израиља.
2 ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, “ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।”
И рече Давид Јоаву и кнезовима народним: Идите, избројите синове Израиљеве од Вирсавеје дори до Дана, па ми јавите да знам колико их има.
3 ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋʼ ପ୍ରଭୁ ମହାରାଜ, ସେହି ସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ?”
Али Јоав рече: Нека дода Господ народу свом колико га је сада још сто пута толико; нису ли, царе господару мој, сви слуге господару мом? Зашто тражи то господар мој? Зашто да буде на грех Израиљу?
4 ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।
Али реч царева надјача Јоава. И тако отиде Јоав и обиђе свега Израиља, па се врати у Јерусалим.
5 ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।
И даде Јоав број преписаног народа Давиду; и беше свега народа Израиљевог хиљада хиљада и сто хиљада људи који махаху мачем, а народа Јудиног четири стотине и седамдесет хиљада људи који махаху мачем.
6 ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।
А племена Левијевог и Венијаминова не изброја с њима јер мрска беше Јоаву заповест царева.
7 ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।
А не беше мила Богу та ствар; зато удари Израиља.
8 ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”
И Давид рече Богу: Сагреших веома што то урадих; али узми безакоње слуге свог, јер веома лудо радих.
9 ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍କୁ କହିଲେ,
А Господ рече Гаду видеоцу Давидовом говорећи:
10 “ଯାଅ, ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”
Иди кажи Давиду и реци: Овако вели Господ: Троје ти дајем, изабери једно да ти учиним.
11 ତହିଁରେ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;
И дође Гад к Давиду и рече му: Тако вели Господ, бирај:
12 ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”
Или глад за три године, или три месеца да бежиш од непријатеља својих и мач непријатеља твојих да те стиже, или три дана мач Господњи и помор да буде у земљи и анђео Господњи да убија по свим крајевима Израиљевим. Сада дакле гледај шта ћу одговорити оном који ме је послао.
13 ତହିଁରେ ଦାଉଦ ଗାଦ୍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”
А Давид рече Гаду: У тескоби сам љутој; али нека западнем Господу у руке, јер је веома велика милост Његова; а људима да не западнем у руке.
14 ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।
И тако пусти Господ помор на Израиља, те паде Израиља седамдесет хиљада људи.
15 ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।
И посла Господ анђела у Јерусалим да га убија; и кад убијаше, погледа Господ и сажали му се са зла; и рече анђелу који убијаше: Доста, спусти руку своју. А анђео Господњи стајаше код гумна Орнана Јевусејина,
16 ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।
А Давид подиже очи своје и виде анђела Господњег где стоји између земље и неба, а у руци му го мач, којим беше замахнуо на Јерусалим; и паде Давид и старешине ничице, обучени у кострет.
17 ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”
И рече Давид Богу: Нисам ли ја заповедио да се изброји народ? Ја сам дакле згрешио и зло учинио; а те овце шта су учиниле? Господе Боже мој, нека се рука Твоја обрати на ме и на дом оца мог; али не на тај народ да га потре.
18 ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।
Тада анђео Господњи рече Гаду да каже Давиду да изиђе горе и начини олтар Господу на гумну Орнана Јевусејина.
19 ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍ର ବାକ୍ୟାନୁସାରେ ଦାଉଦ ଗଲେ।
И изиђе Давид по речи Гадовој, коју му рече у име Господње.
20 ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି, ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।
А Орнан окренувши се угледа анђела, и сакри се са четири сина своја, јер Орнан вршаше пшеницу.
21 ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
У том дође Давид до Орнана; и погледавши Орнан кад виде Давида изиђе из гумна и поклони се Давиду лицем до земље.
22 ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।”
Тада рече Давид Орнану: Дај ми то гумно да начиним на њему олтар Господу; за новце колико вреди дај ми га, да би престао помор у народу.
23 ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।”
А Орнан рече Давиду: Узми и нека чини господар мој цар шта му је драго; ево дајем и волове за жртве паљенице, и кола за дрва, и пшеницу за дар; све то дајем.
24 ଏଥିରେ ଦାଉଦ ରାଜା ଅରଣନକୁ କହିଲେ, “ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ, ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”
А цар Давид рече Орнану: Не, него ћу купити за новце шта вреди, јер нећу да принесем Господу шта је твоје ни да принесем жртву паљеницу поклоњену.
25 ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।
И даде Давид Орнану за оно место на меру шест стотина сикала злата.
26 ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।
И онде начини Давид олтар Господу, и принесе жртве паљенице и жртве захвалне; и призва Господа, и услиши га спустивши огањ с неба на олтар жртве паљенице.
27 ପୁଣି, ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ୍ଗ ପୁନର୍ବାର ତହିଁର କୋଷରେ ରଖିଲା।
И заповеди Господ анђелу, те врати мач свој у корице.
28 ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ।
У оно време видевши Давид да га Господ услиши на гумну Орнана Јевусејина, приношаше жртве онде.
29 କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ଥିଲା।
А шатор Господњи, који начини Мојсије у пустињи, и олтар за жртве паљенице беше у то време на висини у Гаваону.
30 ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।
И Давид не може ићи к њему да тражи Бога, јер се уплаши од мача анђела Господњег.