< ପ୍ରଥମ ବଂଶାବଳୀ 26 >
1 ଦ୍ୱାରପାଳମାନଙ୍କ ପାଳି ପାଇଁ କୋରହୀୟମାନଙ୍କ ମଧ୍ୟରୁ ଆସଫ-ବଂଶଜାତ କୋରିର ପୁତ୍ର ମଶେଲିମୀୟ ଥିଲା।
εἰς διαιρέσεις τῶν πυλῶν υἱοῖς Κορεϊμ Μοσολλαμια υἱὸς Κωρη ἐκ τῶν υἱῶν Αβιασαφ
2 ମଶେଲିମୀୟର ପୁତ୍ର ଥିଲେ; ପ୍ରଥମଜାତ ଜିଖରୀୟ, ଦ୍ୱିତୀୟ ଯିଦୀୟେଲ, ତୃତୀୟ ସବଦୀୟ, ଚତୁର୍ଥ ଯତ୍ନୀୟେଲ,
καὶ τῷ Μοσολλαμια υἱοί Ζαχαριας ὁ πρωτότοκος Ιδιηλ ὁ δεύτερος Ζαβαδιας ὁ τρίτος Ιεθνουηλ ὁ τέταρτος
3 ପଞ୍ଚମ ଏଲମ୍, ଷଷ୍ଠ ଯିହୋହାନନ୍, ସପ୍ତମ ଇଲୀହୋଐନୟ।
Ωλαμ ὁ πέμπτος Ιωαναν ὁ ἕκτος Ελιωηναι ὁ ἕβδομος
4 ପୁଣି, ଓବେଦ୍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ;
καὶ τῷ Αβδεδομ υἱοί Σαμαιας ὁ πρωτότοκος Ιωζαβαδ ὁ δεύτερος Ιωαα ὁ τρίτος Σωχαρ ὁ τέταρτος Ναθαναηλ ὁ πέμπτος
5 ଷଷ୍ଠ ଅମ୍ମୀୟେଲ, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ୱର ତାହାକୁ ଆଶୀର୍ବାଦ କଲେ।
Αμιηλ ὁ ἕκτος Ισσαχαρ ὁ ἕβδομος Φολλαθι ὁ ὄγδοος ὅτι εὐλόγησεν αὐτὸν ὁ θεός
6 ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ୱ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।
καὶ τῷ Σαμαια υἱῷ αὐτοῦ ἐτέχθησαν υἱοὶ τοῦ πρωτοτόκου Ρωσαι εἰς τὸν οἶκον τὸν πατρικὸν αὐτοῦ ὅτι δυνατοὶ ἦσαν
7 ଶମୟୀୟର ପୁତ୍ର ଅତ୍ନି, ରଫାୟେଲ ଓ ଓବେଦ୍, ଇଲୀଶାବଦ୍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ।
υἱοὶ Σαμαια Γοθνι καὶ Ραφαηλ καὶ Ωβηδ καὶ Ελζαβαδ καὶ Αχιου υἱοὶ δυνατοί Ελιου καὶ Σαβχια καὶ Ισβακωμ
8 ଏସମସ୍ତେ ଓବେଦ୍-ଇଦୋମର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍-ଇଦୋମ ବଂଶଜାତ ବାଷଠି ଜଣ।
πάντες ἀπὸ τῶν υἱῶν Αβδεδομ αὐτοὶ καὶ οἱ ἀδελφοὶ αὐτῶν καὶ υἱοὶ αὐτῶν ποιοῦντες δυνατῶς ἐν τῇ ἐργασίᾳ οἱ πάντες ἑξήκοντα δύο τῷ Αβδεδομ
9 ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।
καὶ τῷ Μοσολλαμια υἱοὶ καὶ ἀδελφοὶ δέκα καὶ ὀκτὼ δυνατοί
10 ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;
καὶ τῷ Ωσα τῶν υἱῶν Μεραρι υἱοὶ φυλάσσοντες τὴν ἀρχήν ὅτι οὐκ ἦν πρωτότοκος καὶ ἐποίησεν αὐτὸν ὁ πατὴρ αὐτοῦ ἄρχοντα
11 ଦ୍ୱିତୀୟ ହିଲ୍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।
τῆς διαιρέσεως τῆς δευτέρας Ταβλαι ὁ τρίτος Ζαχαριας ὁ τέταρτος πάντες οὗτοι υἱοὶ καὶ ἀδελφοὶ τῷ Ωσα τρισκαίδεκα
12 ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ୱାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା।
τούτοις αἱ διαιρέσεις τῶν πυλῶν τοῖς ἄρχουσι τῶν δυνατῶν ἐφημερίαι καθὼς οἱ ἀδελφοὶ αὐτῶν λειτουργεῖν ἐν οἴκῳ κυρίου
13 ପୁଣି, ସେମାନେ, ସାନ ବଡ଼, ଆପଣା ପିତୃବଂଶାନୁସାରେ ପ୍ରତ୍ୟେକ ଦ୍ୱାର ପାଇଁ ଗୁଲିବାଣ୍ଟ କଲେ।
καὶ ἔβαλον κλήρους κατὰ τὸν μικρὸν καὶ κατὰ τὸν μέγαν κατ’ οἴκους πατριῶν αὐτῶν εἰς πυλῶνα καὶ πυλῶνα
14 ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା।
καὶ ἔπεσεν ὁ κλῆρος τῶν πρὸς ἀνατολὰς τῷ Σαλαμια καὶ Ζαχαρια υἱοὶ Ιωας τῷ Μελχια ἔβαλον κλήρους καὶ ἐξῆλθεν ὁ κλῆρος βορρᾶ
15 ଦକ୍ଷିଣ ଦିଗ ଓବେଦ୍-ଇଦୋମ ପକ୍ଷରେ ଓ ଭଣ୍ଡାର ଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।
τῷ Αβδεδομ νότον κατέναντι οἴκου εσεφιν
16 ଊର୍ଦ୍ଧ୍ୱଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍ ଦ୍ୱାର ନିକଟବର୍ତ୍ତୀ ପଶ୍ଚିମ ଦିଗର ବାଣ୍ଟ ଶୁପ୍ପୀମ୍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା।
εἰς δεύτερον τῷ Ωσα πρὸς δυσμαῖς μετὰ τὴν πύλην παστοφορίου τῆς ἀναβάσεως φυλακὴ κατέναντι φυλακῆς
17 ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।
πρὸς ἀνατολὰς ἓξ τὴν ἡμέραν βορρᾶ τῆς ἡμέρας τέσσαρες νότον τῆς ἡμέρας τέσσαρες καὶ εἰς τὸ εσεφιν δύο
18 ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।
εἰς διαδεχομένους καὶ πρὸς δυσμαῖς τέσσαρες καὶ εἰς τὸν τρίβον δύο διαδεχομένους
19 କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ୱାରପାଳମାନଙ୍କର ଏହି ସକଳ ପାଳି ଥିଲା।
αὗται αἱ διαιρέσεις τῶν πυλωρῶν τοῖς υἱοῖς Κορε καὶ τοῖς υἱοῖς Μεραρι
20 ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।
καὶ οἱ Λευῖται ἀδελφοὶ αὐτῶν ἐπὶ τῶν θησαυρῶν οἴκου κυρίου καὶ ἐπὶ τῶν θησαυρῶν τῶν καθηγιασμένων
21 ଲାଦନ୍ର ସନ୍ତାନଗଣ; ଲାଦନ୍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା,
υἱοὶ Λαδαν υἱοὶ τῷ Γηρσωνι τῷ Λαδαν ἄρχοντες πατριῶν τῷ Λαδαν τῷ Γηρσωνι Ιιηλ
22 ଯିହୀୟେଲି। ଯିହୀୟେଲିର ପୁତ୍ର ସେଥମ୍ ଓ ତାହାର ଭ୍ରାତା ଯୋୟେଲ ସଦାପ୍ରଭୁଙ୍କ ଗୃହର କୋଷାଧ୍ୟକ୍ଷ ଥିଲେ।
καὶ υἱοὶ Ιιηλ Ζεθομ καὶ Ιωηλ οἱ ἀδελφοὶ ἐπὶ τῶν θησαυρῶν οἴκου κυρίου
23 ଅମ୍ରାମୀୟମାନଙ୍କ, ଯିଷ୍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ
τῷ Αμβραμ καὶ Ισσααρ Χεβρων καὶ Οζιηλ
24 ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା।
καὶ Σουβαηλ ὁ τοῦ Γηρσαμ τοῦ Μωυσῆ ἡγούμενος ἐπὶ τῶν θησαυρῶν
25 ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍।
καὶ τῷ ἀδελφῷ αὐτοῦ τῷ Ελιεζερ Ρααβιας υἱὸς καὶ Ιωσαιας καὶ Ιωραμ καὶ Ζεχρι καὶ Σαλωμωθ
26 ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍ ଓ ତାହାର ଭ୍ରାତୃଗଣ ସେହି ସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।
αὐτὸς Σαλωμωθ καὶ οἱ ἀδελφοὶ αὐτοῦ ἐπὶ πάντων τῶν θησαυρῶν τῶν ἁγίων οὓς ἡγίασεν Δαυιδ ὁ βασιλεὺς καὶ οἱ ἄρχοντες τῶν πατριῶν χιλίαρχοι καὶ ἑκατόνταρχοι καὶ ἀρχηγοὶ τῆς δυνάμεως
27 ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ।
ἃ ἔλαβεν ἐκ τῶν πολέμων καὶ ἐκ τῶν λαφύρων καὶ ἡγίασεν ἀπ’ αὐτῶν τοῦ μὴ καθυστερῆσαι τὴν οἰκοδομὴν τοῦ οἴκου τοῦ θεοῦ
28 ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍ର ପୁତ୍ର ଶାଉଲ ଓ ନେର୍ର ପୁତ୍ର ଅବ୍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।
καὶ ἐπὶ πάντων τῶν ἁγίων Σαμουηλ τοῦ προφήτου καὶ Σαουλ τοῦ Κις καὶ Αβεννηρ τοῦ Νηρ καὶ Ιωαβ τοῦ Σαρουια πᾶν ὃ ἡγίασαν διὰ χειρὸς Σαλωμωθ καὶ τῶν ἀδελφῶν αὐτοῦ
29 ଯିଷ୍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ।
τῷ Ισσαρι Χωνενια καὶ υἱοὶ αὐτοῦ τῆς ἐργασίας τῆς ἔξω ἐπὶ τὸν Ισραηλ τοῦ γραμματεύειν καὶ διακρίνειν
30 ହିବ୍ରୋଣୀୟମାନଙ୍କ ମଧ୍ୟରୁ ହଶବୀୟ ଓ ତାହାର ଭ୍ରାତୃଗଣ ଏକ ସହସ୍ର ସାତ ଶହ ବିକ୍ରମୀ ପୁରୁଷ ସଦାପ୍ରଭୁଙ୍କର ସକଳ କାର୍ଯ୍ୟ ଓ ରାଜସେବା ନିମନ୍ତେ ଯର୍ଦ୍ଦନ ସେପାରି ପଶ୍ଚିମ ଦିଗରେ ଇସ୍ରାଏଲର ତତ୍ତ୍ୱାବଧାରକ ଥିଲେ।
τῷ Χεβρωνι Ασαβιας καὶ οἱ ἀδελφοὶ αὐτοῦ υἱοὶ δυνατοί χίλιοι καὶ ἑπτακόσιοι ἐπὶ τῆς ἐπισκέψεως τοῦ Ισραηλ πέραν τοῦ Ιορδάνου πρὸς δυσμαῖς εἰς πᾶσαν λειτουργίαν κυρίου καὶ ἐργασίαν τοῦ βασιλέως
31 ହିବ୍ରୋଣୀୟମାନଙ୍କ ପିତୃବଂଶାନୁଯାୟୀ ବଂଶାବଳୀରେ ଯିରୀୟ ହିବ୍ରୋଣୀୟମାନଙ୍କ ମଧ୍ୟରେ ପ୍ରଧାନ ଥିଲା। ଦାଉଦଙ୍କ ରାଜତ୍ଵର ଚାଳିଶ ବର୍ଷରେ ସେମାନଙ୍କର ଅନୁସନ୍ଧାନ କରାଯାʼନ୍ତେ, ସେମାନଙ୍କ ମଧ୍ୟରେ ଗିଲୀୟଦସ୍ଥ ଯାସେରରେ ମହାବିକ୍ରମଶାଳୀ ଲୋକମାନେ ଦେଖାଗଲେ।
τοῦ Χεβρωνι Ιουδιας ὁ ἄρχων τῶν Χεβρωνι κατὰ γενέσεις αὐτῶν κατὰ πατριάς ἐν τῷ τεσσαρακοστῷ ἔτει τῆς βασιλείας αὐτοῦ ἐπεσκέπησαν καὶ εὑρέθη ἀνὴρ δυνατὸς ἐν αὐτοῖς ἐν Ιαζηρ τῆς Γαλααδίτιδος
32 ଆଉ ଯିରୀୟର ଭ୍ରାତୃଗଣ ବିକ୍ରମଶାଳୀ, ପିତୃବଂଶର ପ୍ରଧାନ, ଦୁଇ ସହସ୍ର ସାତ ଶହ ଲୋକ ଥିଲେ; ଦାଉଦ ରାଜା ସେମାନଙ୍କୁ ପରମେଶ୍ୱରଙ୍କ ସମ୍ବନ୍ଧୀୟ ସକଳ ବିଷୟ ନିମନ୍ତେ ଓ ରାଜକାର୍ଯ୍ୟ ନିମନ୍ତେ ରୁବେନୀୟ ଓ ଗାଦୀୟମାନଙ୍କ ଓ ମନଃଶିର ଅର୍ଦ୍ଧ ବଂଶ ଉପରେ ନିଯୁକ୍ତ କଲେ।
καὶ οἱ ἀδελφοὶ αὐτοῦ υἱοὶ δυνατοί δισχίλιοι ἑπτακόσιοι ἄρχοντες πατριῶν καὶ κατέστησεν αὐτοὺς Δαυιδ ὁ βασιλεὺς ἐπὶ τοῦ Ρουβηνι καὶ Γαδδι καὶ ἡμίσους φυλῆς Μανασση εἰς πᾶν πρόσταγμα κυρίου καὶ λόγον βασιλέως